O poder da oração
A oração é o canal mais poderoso de comunicação com Deus. Através dela, milagres acontecem, montanhas são movidas e o impossível se torna possível.
Pedidos com fé
Jesus ensinou: pedi e recebereis. Tudo o que pedirmos em seu nome, crendo, Ele fará. A fé transforma a oração em poder.
ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ଆଘାତ କର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଫିଟାଇ ଦିଆଯିବ।
ପୁଣି, ବିଶ୍ୱାସ କରି ପ୍ରାର୍ଥନାରେ ଯାହା କିଛି ମାଗିବ, ସେହିସବୁ ପାଇବ।"
ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ପ୍ରାର୍ଥନା କର ଓ ମାଗ, ସେ ସବୁ ପାଇଅଛ ବୋଲି ବିଶ୍ୱାସ କର, ସେଥିରେ ସେହିସବୁ ପାଇବ।
ପୁଣି, ପିତା ଯେପରି ପୁତ୍ରଙ୍କଠାରେ ମହିମାନ୍ୱିତ ହୁଅନ୍ତି, ଏଥିନିମନ୍ତେ ତୁମ୍ଭେମାନେ ମୋʼ ନାମରେ ଯାହା କିଛି ମାଗିବ, ତାହା ମୁଁ କରିବି। ଯଦି ତୁମ୍ଭେମାନେ ମୋʼ ନାମରେ କୌଣସି ବିଷୟ ମୋତେ ମାଗିବ, ମୁଁ ତାହା କରିବି।"
Oração e milagres
A oração dos justos tem grande poder. Pedro orou e Dorcas ressuscitou. Jesus disse que certos demônios só se expulsam com jejum e oração.
କିନ୍ତୁ, ପିତର ସମସ୍ତଙ୍କୁ ବାହାର କରିଦେଇ ଆଣ୍ଠୁ ମାଡ଼ି ପ୍ରାର୍ଥନା କଲେ, ପୁଣି, ଶବ ଆଡ଼କୁ ବୁଲିପଡ଼ି କହିଲେ, ଟାବୀଥା, ଉଠ। ସେଥିରେ ସେ ଆଖି ମେଲା କଲେ, ଆଉ ପିତରକୁ ଦେଖି ଉଠି ବସିଲେ।
ସେ ସେମାନଙ୍କୁ କହିଲେ, ପ୍ରାର୍ଥନା (ଏବଂ ଉପବାସ) ବିନା ଆଉ କାହିଁରେ ଏପ୍ରକାର ଭୂତ ଛଡ଼ାଯାଇ ପାରେ ନାହିଁ।
ତୁମ୍ଭମାନଙ୍କ ମଧ୍ୟରେ କଅଣ କେହି ପୀଡ଼ିତ? ସେ ମଣ୍ଡଳୀର ପ୍ରାଚୀନମାନଙ୍କୁ ଡକାଉ ସେମାନେ ପ୍ରଭୁଙ୍କ ନାମରେ ତୈଳ ମଖାଇ ତାହା ନିମନ୍ତେ ପ୍ରାର୍ଥନା କରନ୍ତୁ। ବିଶ୍ୱାସଯୁକ୍ତ ପ୍ରାର୍ଥନା ସେହି ରୋଗୀକୁ ରକ୍ଷା କରିବ, ପୁଣି, ପ୍ରଭୁ ତାହାକୁ ଉଠାଇବେ ଆଉ ଯଦି ସେ ପାପ କରିଥାଏ, ତାହାହେଲେ ତାହାକୁ କ୍ଷମା ଦିଆଯିବ। ଅତଏବ, ପରସ୍ପର ନିକଟରେ ଆପଣା ଆପଣାର ପାପ ସ୍ୱୀକାର କର, ପୁଣି, ସୁସ୍ଥ ହେବା ନିମନ୍ତେ ପରସ୍ପର ପାଇଁ ପ୍ରାର୍ଥନା କର। ଧାର୍ମିକ ବ୍ୟକ୍ତିର ପ୍ରାର୍ଥନା ଅନେକ କାର୍ଯ୍ୟ ସାଧନ କରିପାରେ।
ତେବେ ସେମାନେ ଆପଣା ଆପଣା ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କରନ୍ତି,
ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ଉଦ୍ଧାର କରନ୍ତି।
ସେ ବତାସକୁ ସୁସ୍ଥିର କରନ୍ତି,
ତହୁଁ ସମୁଦ୍ରର ତରଙ୍ଗମାଳା ନିରସ୍ତ ହୁଏ।
ତେବେ ସେସବୁ ନିବୃତ୍ତ ହେବା ସକାଶୁ ସେମାନେ ଆନନ୍ଦ କରନ୍ତି;
ଏହିରୂପେ ସେ ସେମାନଙ୍କୁ ବାଞ୍ଛିତ ବନ୍ଦରରେ ପ୍ରବେଶ କରାନ୍ତି।
Orar em todo tempo
A Bíblia nos exorta a orar sem cessar, com ações de graças e súplicas, revestidos da armadura espiritual. A oração traz paz sobrenatural.
କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ବରଙ୍କ ନିକଟରେ ଜଣାଅ। ସେଥିରେ ସମସ୍ତ ବୋଧର ଅଗମ୍ୟ ଯେ ଈଶ୍ବରଙ୍କ ଶାନ୍ତି, ତାହା ତୁମ୍ଭମାନଙ୍କର ହୃଦୟ ଓ ମନକୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁରକ୍ଷା କରି ରଖିବ।
ସର୍ବ ପ୍ରକାର ପ୍ରାର୍ଥନା ଓ ନିବେଦନରେ ସର୍ବଦା ଆତ୍ମାଙ୍କ ସାହାଯ୍ୟରେ ପ୍ରାର୍ଥନା କର, ପୁଣି, ସମସ୍ତ ସାଧୁଙ୍କ ନିମନ୍ତେ ଜାଗି ରହି ପ୍ରାର୍ଥନା କର।