Poder de decisão
Deus nos deu o poder de escolher. A Bíblia mostra que nossas decisões têm consequências eternas e nos chama a escolher sabiamente — a vida, a fé e o caminho de Deus.
A responsabilidade de escolher
Escolhei hoje a quem servireis. Cada decisão molda nosso destino, e Deus nos convida a escolher o caminho da vida e da obediência.
ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।"
ତେବେ ଯିହୋଶୂୟ ଲୋକମାନଙ୍କୁ କହିଲେ, "ତୁମ୍ଭେମାନେ ଯେ ସଦାପ୍ରଭୁଙ୍କ ସେବା କରିବା ନିମନ୍ତେ ତାହାଙ୍କୁ ଆପଣା ଆପଣା ପାଇଁ ମନୋନୀତ କରିଅଛ, ଏ ବିଷୟରେ ତୁମ୍ଭେମାନେ ନିଜେ ନିଜେ ଆପଣାମାନଙ୍କ ପ୍ରତିକୂଳରେ ସାକ୍ଷୀ।" ତହିଁରେ ସେମାନେ କହିଲେ, "ଆମ୍ଭେମାନେ ସାକ୍ଷୀ।"
ଏଥିପାଇଁ ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କର ପ୍ରତ୍ୟେକକୁ ତାହାର ଆଚାର ବ୍ୟବହାରାନୁସାରେ ବିଚାର କରିବା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି। ତୁମ୍ଭେମାନେ ଫେର, ଆପଣାମାନଙ୍କର ସମସ୍ତ ଅପରାଧରୁ ବିମୁଖ ହୁଅ; ତହିଁରେ ଅଧର୍ମ ତୁମ୍ଭମାନଙ୍କର ବିନାଶଜନକ ନୋହିବ। ତୁମ୍ଭେମାନେ ଆପଣାମାନଙ୍କର କୃତ ସମସ୍ତ ଅପରାଧ ଆପଣାମାନଙ୍କଠାରୁ ଦୂର କରିଦିଅ ଓ ଆପଣାମାନଙ୍କ ପାଇଁ ନୂତନ ଅନ୍ତଃକରଣ ଓ ନୂତନ ଆତ୍ମା ପ୍ରସ୍ତୁତ କର; କାରଣ ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କାହିଁକି ମରିବ? ଯେହେତୁ ଯେ ମରେ, ତାହାର ମରଣରେ ଆମ୍ଭର କିଛି ସନ୍ତୋଷ ନାହିଁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି; ଏଥିପାଇଁ ତୁମ୍ଭେମାନେ ଫେରି ବଞ୍ଚ।"
ଆମ୍ଭେ ତୁମ୍ଭର କର୍ମ ଜାଣୁ, ତୁମ୍ଭେ ଶୀତଳ ନୁହଁ କି ଉଷ୍ଣ ହିଁ ନୁହଁ; ତୁମ୍ଭେ ଶୀତଳ କି ଉଷ୍ଣ ହେଲେ ଭଲ ହୁଅନ୍ତା। ଏଣୁ ତୁମ୍ଭେ ଶୀତଳ କି ଉଷ୍ଣ ନ ହୋଇ ଈଷଦୁଷ୍ଣ ହେବାରୁ ଆମ୍ଭେ ତୁମ୍ଭକୁ ଆପଣା ମୁଖରୁ ପ୍ରତ୍ୟାଖ୍ୟାନ କରିବାକୁ ଯାଉଅଛୁ।
Decisões e consequências
Deus retribuirá a cada um segundo as suas obras. As Escrituras nos alertam que a mornidão espiritual e a resistência ao Espírito têm consequências sérias.
ସେ ପ୍ରତ୍ୟେକ ଲୋକକୁ ନିଜ ନିଜ କର୍ମାନୁସାରେ ଫଳ ଦେବେ; ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ୱେଷଣ କରନ୍ତି, ସେମାନଙ୍କୁ ଅନନ୍ତ ଜୀବନ ପ୍ରଦାନ କରିବେ, କିନ୍ତୁ ଯେଉଁମାନେ ସ୍ୱାର୍ଥପର, ପୁଣି, ସତ୍ୟର ଅନାଜ୍ଞାବହ, ମାତ୍ର ଅଧାର୍ମିକତାର ଆଜ୍ଞାବହ, ସେମାନଙ୍କ ପ୍ରତି କ୍ରୋଧ ଓ କୋପ ଘଟିବ।
ହେ ଦାମ୍ଭିକମାନେ ପୁଣି, ଅସୁନ୍ନତି ହୃଦୟ ଓ କର୍ଣ୍ଣ ବିଶିଷ୍ଟ ଲୋକେ, ଆପଣମାନେ ସର୍ବଦା ପବିତ୍ର ଆତ୍ମାଙ୍କର ପ୍ରତିରୋଧ କରୁଅଛନ୍ତି; ଆପଣମାନଙ୍କର ପିତୃ-ପୁରୁଷମାନେ ଯେପରି ଆପଣମାନେ ମଧ୍ୟ ସେହିପରି।
ଅତଏବ, ତୁମ୍ଭମାନଙ୍କ ସାହସ ପରିତ୍ୟାଗ କର ନାହିଁ, ସେଥିର ମହା ପୁରସ୍କାର ଅଛି।
ଯେଣୁ ତୁମ୍ଭେମାନେ ଯେପରି ଈଶ୍ବରଙ୍କ ଇଚ୍ଛା ସାଧନ କରି ପ୍ରତିଜ୍ଞାର ଫଳପ୍ରାପ୍ତ ହୋଇପାର, ଏଥିନିମନ୍ତେ ତୁମ୍ଭମାନଙ୍କର ଧୈର୍ଯ୍ୟଶୀଳ ହେବା ପ୍ରୟୋଜନ। ଯେପରି ଶାସ୍ତ୍ରରେ ଲେଖାଅଛି,
"କାରଣ ଆଉ ଅତି ଅଳ୍ପ ସମୟ ମାତ୍ର,
ଯାହାଙ୍କ ଆଗମନ କରିବାର ଅଛି, ସେ ଆଗମନ କରିବେ
ଓ ବିଳମ୍ବ କରିବେ ନାହିଁ।"
ପୁଣି,
"ଆମ୍ଭର ଧାର୍ମିକ ବ୍ୟକ୍ତି ବିଶ୍ୱାସ ଦ୍ୱାରା ବଞ୍ଚିବ,
କିନ୍ତୁ ଯଦି କେହି ପଶ୍ଚାତ୍ପଦ ହୁଏ,
ତାହାହେଲେ ଆମ୍ଭର ଆତ୍ମା ତାହାଠାରେ ସନ୍ତୁଷ୍ଟ ନୁହେଁ।"
ମାତ୍ର ଯେଉଁମାନେ ବିନାଶ ନିମନ୍ତେ ପଶ୍ଚାତ୍ପଦ ହୁଅନ୍ତି, ଆମ୍ଭେମାନେ ସେମାନଙ୍କ ଦଳର ଲୋକ ନୋହୁଁ, କିନ୍ତୁ ଯେଉଁମାନେ ଆତ୍ମାର ପରିତ୍ରାଣ ନିମନ୍ତେ ବିଶ୍ୱାସ କରନ୍ତି, ଆମ୍ଭେମାନେ ସେମାନଙ୍କ ଦଳର ଲୋକ ଅଟୁ।
Decisão e fé
Decida com fé, entregue seus planos ao Senhor e aja com determinação. Deus guia os passos de quem se achega a Ele de coração.
ଗୁଲିବାଣ୍ଟ କୋଳରେ ପକାଯାଏ,
ମାତ୍ର ତହିଁର ନିଷ୍ପତ୍ତି ସଦାପ୍ରଭୁଙ୍କଠାରୁ ହୁଏ।
ମନୁଷ୍ୟର ମନରେ ନାନା ସଂକଳ୍ପ ଥାଏ,
ମାତ୍ର ସଦାପ୍ରଭୁଙ୍କ ମନ୍ତ୍ରଣା ସ୍ଥିର ହେବ।
ସଦାପ୍ରଭୁଙ୍କୁ ତୁମ୍ଭର କାର୍ଯ୍ୟ ସମର୍ପଣ କର,
ତହିଁରେ ତୁମ୍ଭର ସଂକଳ୍ପ ସ୍ଥିରୀକୃତ ହେବ।
କାରଣ ପ୍ରଭୁ, ସଦାପ୍ରଭୁ ମୋହର ସାହାଯ୍ୟ କରିବେ; ଏଥିପାଇଁ ମୁଁ ବିବ୍ରତ ହୋଇ ନାହିଁ;
ଏଥିପାଇଁ ମୁଁ ଚକ୍ମକି ପଥର ପରି ଆପଣା ମୁଖ ରଖିଅଛି, ଆଉ ମୁଁ ଯେ ଲଜ୍ଜିତ ନୋହିବି, ଏହା ଜାଣେ।
କେହି ଯଦି ତାହାଙ୍କର ଇଚ୍ଛା ସାଧନ କରିବାକୁ ଇଚ୍ଛୁକ ହୁଏ, ତାହାହେଲେ ଏହି ଶିକ୍ଷା ଈଶ୍ବରଙ୍କଠାରୁ ଉତ୍ପନ୍ନ, ନା ମୁଁ ଆପଣାଠାରୁ କହୁଅଛି, ତାହା ସେ ଜାଣିବ।
ପୁଣି, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା; ଆଉ, ସେମାନଙ୍କର ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ସନ୍ତାନଗଣର ମଙ୍ଗଳ ନିମନ୍ତେ ସେମାନେ ଯେପରି ସଦାକାଳ ଆମ୍ଭକୁ ଭୟ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଓ ଏକ ପଥ ଦେବା;
ସେଥିରେ ପିତର ସେମାନଙ୍କୁ କହିଲେ, ଆପଣମାନେ "ମନ-ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପ କ୍ଷମା ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ।
ଅତଏବ, ତୁମ୍ଭେମାନେ ଈଶ୍ବରଙ୍କର ବଶୀଭୂତ ହୁଅ; ଶୟତାନକୁ ପ୍ରତିବାଦ କର, ତାହାହେଲେ ସେ ତୁମ୍ଭମାନଙ୍କ ନିକଟରୁ ପଳାଇଯିବ। ଈଶ୍ବରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ। ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି, ହେ ଦ୍ୱିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର।