Poder de Deus
O poder de Deus é incomparável e infinito. Ele criou o universo pela palavra, sustenta todas as coisas e manifesta sua onipotência em cada geração.
A onipotência do Criador
Deus fez os céus e a terra pelo seu grande poder. Nada é impossível para Ele, e sua força está além de toda compreensão humana.
ସେ ଆପଣା ପରାକ୍ରମ ଦ୍ୱାରା ପୃଥିବୀ ନିର୍ମାଣ କରିଅଛନ୍ତି,
ସେ ଆପଣା ଜ୍ଞାନ ଦ୍ୱାରା ଜଗତ ସ୍ଥାପନ କରିଅଛନ୍ତି
ଓ ଆପଣାର ବୁଦ୍ଧି ଦ୍ୱାରା ସେ ଆକାଶମଣ୍ଡଳ ବିସ୍ତାର କରିଅଛନ୍ତି;
ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, "ଏହା ମନୁଷ୍ୟର ଅସାଧ୍ୟ, କିନ୍ତୁ ଈଶ୍ବରଙ୍କର ସମସ୍ତ ସାଧ୍ୟ।"
ଦେଖ, ଏହିସବୁ ତାହାଙ୍କ ମାର୍ଗର ପ୍ରାନ୍ତଭାଗ ମାତ୍ର;
ଆଉ, ତାହାଙ୍କ ବିଷୟରେ ଆମ୍ଭେମାନେ କେଡ଼େ ଈଷତ୍ କ୍ଷୀଣ ସ୍ୱର ଶୁଣୁଥାଉ!
ମାତ୍ର ତାହାଙ୍କ ପରାକ୍ରମର ଗର୍ଜ୍ଜନ କିଏ ବୁଝିପାରେ?"
ସେ ମନରେ ଜ୍ଞାନବାନ ଓ ବଳରେ ପରାକ୍ରାନ୍ତ;
କିଏ ତାହାଙ୍କ ବିରୁଦ୍ଧରେ ଆପଣାକୁ ପ୍ରବଳ କରି ମଙ୍ଗଳ ପାଇଅଛି?
Poder sobre tudo
O Senhor reina sobre as nações, sustenta os oprimidos e manifesta seu poder tanto no julgamento quanto na redenção.
ସେ ଆପଣା ପରାକ୍ରମରେ ଅନନ୍ତକାଳ କର୍ତ୍ତୃତ୍ୱ କରନ୍ତି;
ତାହାଙ୍କ ଚକ୍ଷୁ ଗୋଷ୍ଠୀସମୂହକୁ ନିରୀକ୍ଷଣ କରେ;
ବିଦ୍ରୋହୀମାନେ ଆପଣାମାନଙ୍କୁ ଉନ୍ନତ ନ କରନ୍ତୁ। [ସେଲା]
ବନ୍ଦୀର ହାହାକାର ତୁମ୍ଭ ଛାମୁରେ ଉପସ୍ଥିତ ହେଉ;
ତୁମ୍ଭ ପରାକ୍ରମର ମହତ୍ତ୍ୱାନୁସାରେ ମରଣାର୍ଥେ ନିରୂପିତ ଲୋକମାନଙ୍କୁ ରକ୍ଷା କର।
ପରମେଶ୍ୱର ଥରେ କହିଅଛନ୍ତି,
ଆମ୍ଭେ ଦୁଇ ଥର ଏହା ଶୁଣିଅଛୁ ଯେ,
ପରାକ୍ରମ ପରମେଶ୍ୱରଙ୍କର ଅଟଇ।
ବଳବାନ ହସ୍ତ ଓ ବିସ୍ତୃତ ବାହୁ ଦ୍ୱାରା ତାହା କଲେ ସେ;
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Poder para o seu povo
Deus fortalece os fracos e ressuscita os mortos. Seu poder opera em nós para que experimentemos vitória e transformação.
ଈଶ୍ବର ପ୍ରଭୁଙ୍କୁ ଉଠାଇଲେ, ପୁଣି, ଆପଣା ଶକ୍ତି ଦ୍ୱାରା ଆମ୍ଭମାନଙ୍କୁ ମଧ୍ୟ ଉଠାଇବେ।
କିନ୍ତୁ ସେ ତୁମ୍ଭମାନଙ୍କ ପ୍ରତି ଦୁର୍ବଳ ନୁହଁନ୍ତି, ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଶକ୍ତିମାନ ଅଟନ୍ତି। କାରଣ ଯଦ୍ୟପି ସେ ଦୁର୍ବଳତା ହେତୁ କ୍ରୁଶାର୍ପିତ ହେଲେ, ତଥାପି ଈଶ୍ବରଙ୍କ ଶକ୍ତି ହେତୁ ସେ ଜୀବିତ। ଆମ୍ଭେମାନେ ମଧ୍ୟ ତାହାଙ୍କଠାରେ ଦୁର୍ବଳ, ମାତ୍ର ଈଶ୍ବରଙ୍କ ଶକ୍ତି ହେତୁ ଆମ୍ଭେମାନେ ତୁମ୍ଭମାନଙ୍କ ପ୍ରତି ତାହାଙ୍କ ସହିତ ଜୀବିତ ହେବା।
ସତ୍ୟ ବାକ୍ୟରେ, ଈଶ୍ବରଙ୍କ ଶକ୍ତିରେ, ଦକ୍ଷିଣ ଓ ବାମହସ୍ତରେ ଧାର୍ମିକତାର ଅସ୍ତ୍ରଶସ୍ତ୍ର ଦ୍ୱାରା,
ଈଶ୍ବରଦତ୍ତ ସମସ୍ତ ସଜ୍ଜା
ଶେଷ କଥା ଏହି, ପ୍ରଭୁଙ୍କଠାରୁ ଶକ୍ତି ପ୍ରାପ୍ତ ହୋଇ ତାହାଙ୍କ ପରାକ୍ରମରେ ବଳବାନ ହୁଅ।
ତୁମ୍ଭେମାନେ ସଦାକାଳ ସଦାପ୍ରଭୁଙ୍କଠାରେ ନିର୍ଭର ରଖ; କାରଣ ସଦାପ୍ରଭୁ ଯିହୋବାଃଙ୍କଠାରେ ଅନନ୍ତକାଳସ୍ଥାୟୀ ଶୈଳ ଅଛି।
ଆମ୍ଭେ ଦୀପ୍ତି ନିର୍ମାଣ କରୁ ଓ ଆମ୍ଭେ ଅନ୍ଧକାର ସୃଷ୍ଟି କରୁ;
ଆମ୍ଭେ ଶାନ୍ତି ରଚନା କରୁ, ଅନିଷ୍ଟ ସୃଷ୍ଟି କରୁ; ଆମ୍ଭେ ସଦାପ୍ରଭୁ ଏହାସବୁ ସାଧନ କରୁ।
ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ମଧ୍ୟବର୍ତ୍ତୀ ଅଟନ୍ତି, ସେ ବୀର, ଯେ କି ପରିତ୍ରାଣ କରିବେ;
ସେ ତୁମ୍ଭ ବିଷୟରେ ପରମ ଆନନ୍ଦ କରିବେ, ସେ ଆପଣା ସ୍ନେହଭରରେ ନୀରବ ହେବେ,
ସେ ଗାନ କରି ତୁମ୍ଭ ବିଷୟରେ ଉଲ୍ଲାସ କରିବେ।
କିନ୍ତୁ ମୁଁ ଯଦି ଈଶ୍ବରଙ୍କ ପରାକ୍ରମ ଦ୍ୱାରା ଭୂତମାନଙ୍କୁ ଛଡ଼ାଏ, ତେବେ ତ ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲାଣି।