Gravidez e maternidade
Gravidez e maternidade são bênçãos celebradas na Bíblia. Deus forma cada criança no ventre, cuida da mãe e da família, e abençoa a geração dos justos.
Filhos são herança do Senhor
Deus abençoa a fertilidade e o crescimento das famílias. Cada criança é obra de suas mãos, conhecida e amada antes mesmo de nascer.
ତୁମ୍ଭେ ସମସ୍ତ ଲୋକଙ୍କ ଅପେକ୍ଷା ଅଧିକ ଆଶୀର୍ବାଦ ପାଇବ; ତୁମ୍ଭମାନଙ୍କ ମଧ୍ୟରେ ପୁରୁଷ କି ସ୍ତ୍ରୀ କିଅବା ତୁମ୍ଭମାନଙ୍କ ପଶୁଗଣ ମଧ୍ୟରେ କେହି ନିଃସନ୍ତାନ ହେବେ ନାହିଁ।
ତଥାପି ଇସ୍ରାଏଲ ବଂଶ ବହୁପ୍ରଜ, ବର୍ଦ୍ଧିଷ୍ଣୁ ଓ ବହୁଗୋଷ୍ଠୀକ ହୋଇ ଅତିଶୟ ପ୍ରବଳ ହେଲେ, ପୁଣି, ସେମାନଙ୍କ ଦ୍ୱାରା ଦେଶ ପରିପୂର୍ଣ୍ଣ ହେଲା।
ତାହାର ବଂଶ ପୃଥିବୀରେ ବିକ୍ରମଶାଳୀ ହେବେ
ସରଳ ଲୋକର ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ।
କାରଣ ତୁମ୍ଭେ ମୋହର ମର୍ମର କର୍ତ୍ତା;
ତୁମ୍ଭେ ମୋତେ ମାତୃଗର୍ଭରେ ଆଚ୍ଛାଦନ କରିଅଛ।
ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; କାରଣ ମୁଁ ଭୟଙ୍କର ଓ ଆଶ୍ଚର୍ଯ୍ୟ ରୂପେ ନିର୍ମିତ;
ତୁମ୍ଭର କର୍ମସକଳ ଆଶ୍ଚର୍ଯ୍ୟ;
ଏହା ମୁଁ ଭଲ ରୂପେ ଜାଣେ।
ମୁଁ ଗୋପନରେ ନିର୍ମିତ ଓ ପୃଥିବୀର ଅଧଃସ୍ଥାନରେ
ଶିଳ୍ପିତ ହେବା ସମୟରେ ମୋହର ଅସ୍ଥିପଞ୍ଜର ତୁମ୍ଭଠାରୁ ଗୁପ୍ତ ନ ଥିଲା।
ତୁମ୍ଭ ଚକ୍ଷୁ ମୋହର ସେହି ଅସମ୍ପୂର୍ଣ୍ଣ ପିଣ୍ଡ ଦେଖିଲା
ଓ ମୋହର ଯେଉଁସବୁ ଅଙ୍ଗପ୍ରତ୍ୟଙ୍ଗ ଦିନକୁ ଦିନ ଗଠିତ ହେଲା,
ତନ୍ମଧ୍ୟରୁ ଗୋଟିଏ ହେଲେ ନ ହେଉଣୁ ତାହାସବୁ ତୁମ୍ଭ ପୁସ୍ତକରେ ଲିଖିତ ଥିଲା।
ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର
ଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର।
ସଦାପ୍ରଭୁ କହନ୍ତି, ଆମ୍ଭେ ପ୍ରସବକାଳ ଉପସ୍ଥିତ କରି କି ପ୍ରସବ କରାଇବା ନାହିଁ? ତୁମ୍ଭର ପରମେଶ୍ୱର କହନ୍ତି,
ପ୍ରସବ କରାଉ ଯେ ଆମ୍ଭେ, ଆମ୍ଭେ କି ଗର୍ଭରୋଧ କରିବା?
Força e cuidado na gravidez
Deus dá forças à mulher grávida e a sustenta em cada etapa. Sua graça é suficiente e seu poder se aperfeiçoa na fraqueza.
ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରିପାରେ।
ଆଉ, ସେ ମୋତେ କହିଅଛନ୍ତି, "ଆମ୍ଭର ଅନୁଗ୍ରହ ତୁମ୍ଭ ନିମନ୍ତେ ଯଥେଷ୍ଟ, କାରଣ ଦୁର୍ବଳତାରେ ଆମ୍ଭର ଶକ୍ତି ସିଦ୍ଧ ହୁଏ।" ଅତଏବ, ଯେପରି ଖ୍ରୀଷ୍ଟଙ୍କ ଶକ୍ତି ମୋ ଉପରେ ଅବସ୍ଥାନ କରେ, ଏଥିପାଇଁ ମୁଁ ଅତି ଆନନ୍ଦରେ ବରଂ ମୋହର ଦୁର୍ବଳତାରେ ଦର୍ପ କରିବି।
ମୋʼ ପ୍ରତି ଆପଣା କର୍ଣ୍ଣ ଡେର; ଶୀଘ୍ର ମୋତେ ଉଦ୍ଧାର କର;
ତୁମ୍ଭେ ମୋʼ ପ୍ରତି ଦୃଢ଼ ଶୈଳ,
ମୋହର ପରିତ୍ରାଣାର୍ଥକ ଦୁର୍ଗରୂପ ଗୃହ ହୁଅ।
ମୋʼ ମନ ଉଦ୍ବିଗ୍ନ ହେବା ବେଳେ ମୁଁ ପୃଥିବୀର ପ୍ରାନ୍ତରୁ ତୁମ୍ଭକୁ ଡାକିବି;
ମୋʼ ଠାରୁ ଉଚ୍ଚତର ଶୈଳକୁ ମୋତେ ନେଇଯାଅ।
ସେ ମେଷପାଳକ ପରି ଆପଣା ପଲ ଚରାଇବେ, ମେଷଛୁଆମାନଙ୍କୁ ସେ ଆପଣା ବାହୁରେ ସଂଗ୍ରହ କରିବେ
ଓ ଆପଣା କୋଳରେ ସେମାନଙ୍କୁ ବହି ନେବେ, ଆଉ ଦୁଗ୍ଧଦାୟିନୀମାନଙ୍କୁ ଧୀରେ ଧୀରେ ଚଳାଇବେ।
"ହେ ଯାକୁବ ବଂଶ, ହେ ଇସ୍ରାଏଲ ବଂଶର ଅବଶିଷ୍ଟାଂଶ ସମସ୍ତେ, ଆମ୍ଭର କଥା ଶୁଣ;
ତୁମ୍ଭେମାନେ ଉଦରସ୍ଥାୟୀ ହେବାଠାରୁ ଆମ୍ଭ ଦ୍ୱାରା ବୁହା ଯାଇଅଛ, ତୁମ୍ଭେମାନେ ଗର୍ଭରୁ ବହା ଯାଇଅଛ;
ପୁଣି, ଆମ୍ଭେ ତୁମ୍ଭମାନଙ୍କର ବୃଦ୍ଧାବସ୍ଥା ପର୍ଯ୍ୟନ୍ତ ସେହି ଅଟୁ ଓ ପକ୍ୱକେଶ ପର୍ଯ୍ୟନ୍ତ ହିଁ ଆମ୍ଭେ ତୁମ୍ଭମାନଙ୍କୁ ବୋହିବା;
ଆମ୍ଭେ ନିର୍ମାଣ କରିଅଛୁ ଓ ଆମ୍ଭେ ବୋହିବା; ହଁ, ଆମ୍ଭେ ବହିବା ଓ ଉଦ୍ଧାର କରିବା।
A bênção da maternidade
A Bíblia honra a maternidade como ministério sagrado. As mães são instrumentos de Deus para formar vidas e transmitir a fé.
କିନ୍ତୁ ସେମାନେ ଉତ୍ତମ ବୁଦ୍ଧିର ସହ ବିଶ୍ୱାସ, ପ୍ରେମ ଓ ପବିତ୍ରତାରେ ସ୍ଥିର ରହିଲେ ସେ ସନ୍ତାନ ପ୍ରସବ କରିବା ଦ୍ୱାରା ପରିତ୍ରାଣ ପାଇବେ।
ତାହାର ସନ୍ତାନମାନେ ଉଠି ତାହାକୁ ଧନ୍ୟ ଧନ୍ୟ କହନ୍ତି
ଓ ତାହାର ସ୍ୱାମୀ ହିଁ ତାହାକୁ (ଏରୂପ) ପ୍ରଶଂସା କରେ;
ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟା ହବାଙ୍କର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ କୟିନ (ଅର୍ଥାତ୍ ଲାଭ) ନାମକ ଗୋଟିଏ ପୁତ୍ର ପ୍ରସବ କରି କହିଲେ, "ସଦାପ୍ରଭୁଙ୍କ ସାହାଯ୍ୟରେ ମୋହର ଏକ ନର ଲାଭ ହୋଇଅଛି।"
ଏଥିଉତ୍ତାରେ ସଦାପ୍ରଭୁ ଆପଣା ବାକ୍ୟାନୁସାରେ ସାରାର ତତ୍ତ୍ୱାବଧାନ କଲେ; ପୁଣି, ସଦାପ୍ରଭୁ ଯାହା କହିଥିଲେ, ସାରା ପ୍ରତି ତାହା କଲେ। ତହିଁରେ ସାରା ଅବ୍ରହାମଙ୍କର ବୃଦ୍ଧାବସ୍ଥାରେ ଗର୍ଭବତୀ ହୋଇ ପରମେଶ୍ୱରଙ୍କ ଦ୍ୱାରା ନିରୂପିତ ସମୟରେ ପୁତ୍ର ପ୍ରସବ କଲେ।
ଇସ୍ହାକଙ୍କର ସେହି ଭାର୍ଯ୍ୟା ବନ୍ଧ୍ୟା ହେବାରୁ ସେ ତାହା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସଦାପ୍ରଭୁ ତାଙ୍କର ପ୍ରାର୍ଥନା ଶୁଣନ୍ତେ, ତାହାର ଭାର୍ଯ୍ୟା ରିବିକା ଗର୍ଭବତୀ ହେଲା।
ପୁଣି, ସମୟ ଉପସ୍ଥିତ ହୁଅନ୍ତେ, ହାନ୍ନା ଗର୍ଭଧାରଣ କରି ପୁତ୍ର ପ୍ରସବ କଲା; "ଆଉ ମୁଁ ସଦାପ୍ରଭୁଙ୍କୁ ମାଗିଥିଲି, ଏହା କହି ତାହାର ନାମ ଶାମୁୟେଲ (ପରମେଶ୍ୱର ଦତ୍ତ) ରଖିଲା।"
Proteção divina
Deus protege a mãe e o bebê, guardando-os de todo mal. Ele acompanha cada momento com ternura e fidelidade.
ଯେଉଁ ଜନ ସର୍ବୋପରିସ୍ଥଙ୍କ ଆବୃତ ସ୍ଥାନରେ ବାସ କରେ,
ସେ ସର୍ବଶକ୍ତିମାନଙ୍କ ଛାୟା ତଳେ ବସତି କରିବ।
ମୁଁ ସଦାପ୍ରଭୁଙ୍କ ବିଷୟରେ କହିବି, "ସେ ମୋହର ଆଶ୍ରୟ ଓ ମୋହର ଦୁର୍ଗ;
ମୋହର ପରମେଶ୍ୱର, ମୁଁ ତାହାଙ୍କଠାରେ ନିର୍ଭର ରଖେ।"
ସଦାପ୍ରଭୁ ସମସ୍ତ ଅମଙ୍ଗଳରୁ ତୁମ୍ଭକୁ ରକ୍ଷା କରିବେ;
ସେ ତୁମ୍ଭର ପ୍ରାଣକୁ ରକ୍ଷା କରିବେ।
ଆଜିଠାରୁ ସଦାକାଳ ସଦାପ୍ରଭୁ ତୁମ୍ଭର ବାହାରେ ଯିବାର
ଓ ଭିତରେ ଆସିବାର ରକ୍ଷା କରିବେ।
"ଉଦର ମଧ୍ୟରେ ତୁମ୍ଭକୁ ଗଢ଼ିବା ପୂର୍ବରୁ ଆମ୍ଭେ ତୁମ୍ଭକୁ ଜାଣିଲୁ,
ପୁଣି ଭୂମିଷ୍ଠ ହେବା ପୂର୍ବରୁ ଆମ୍ଭେ ତୁମ୍ଭକୁ ପବିତ୍ର କଲୁ;
ଆମ୍ଭେ ତୁମ୍ଭକୁ ନାନା ଦେଶୀୟମାନଙ୍କ ନିକଟରେ ଭବିଷ୍ୟଦ୍ବକ୍ତା କରି ନିଯୁକ୍ତ କରିଅଛୁ।"
ଆଉ ଯଦି ପୁରୁଷମାନେ ପରସ୍ପର ବିବାଦ କରୁ କରୁ କୌଣସି ଗର୍ଭବତୀ ସ୍ତ୍ରୀକୁ ପ୍ରହାର କରନ୍ତି ଯଦି ତାହାର ଗର୍ଭପାତ ହୁଏ, ମାତ୍ର ପଶ୍ଚାତ୍ ଆଉ କୌଣସି ଆପଦ ନ ଘଟେ, ତେବେ ସେହି ସ୍ତ୍ରୀର ସ୍ୱାମୀ ଯେରୂପ ଦାବି କରିବ, ତଦନୁସାରେ ତାହାର ଅବଶ୍ୟ ଅର୍ଥଦଣ୍ଡ ହେବ, ପୁଣି, ସେ ବିଚାରକର୍ତ୍ତାମାନଙ୍କ ନିର୍ଦ୍ଧାରଣାନୁସାରେ ତାହା ଦେବ। ମାତ୍ର ଯଦି କୌଣସି ଆପଦ ଘଟେ, ତେବେ ତାହାର ପ୍ରାଣ ପରିଶୋଧରେ ପ୍ରାଣ,
"ସ୍ତ୍ରୀଲୋକ ଆପଣା ଗର୍ଭଜାତ ପୁତ୍ରକୁ ସ୍ନେହ ନ କରି କି ଆପଣା ସ୍ତନ୍ୟପାୟୀ ଶିଶୁକୁ ପାସୋରି ପାରିବ?
ହଁ, ଏମାନେ ପାସୋରି ପାରନ୍ତି, ତଥାପି ଆମ୍ଭେ ତୁମ୍ଭକୁ ପାସୋରିବା ନାହିଁ।
Esperança e promessa
A maternidade é caminho de esperança. Como Sara, Ana e Isabel, as mães encontram na fé a força para aguardar as promessas de Deus.
ବିଶ୍ୱାସ ଦ୍ୱାରା ସାରା ନିଜେ ମଧ୍ୟ ପ୍ରତିଜ୍ଞାକାରୀଙ୍କୁ ବିଶ୍ୱସ୍ତ ଜ୍ଞାନ କରି ଗତବୟସ୍କା ହେଲେ ହେଁ ଗର୍ଭଧାରଣ କରିବାକୁ ଶକ୍ତି ପ୍ରାପ୍ତ ହେଲେ;
ଯେ ବିଶ୍ୱାସ କଲେ, ସେ ଧନ୍ୟ, କାରଣ ପ୍ରଭୁଙ୍କଠାରୁ ତାହାଙ୍କୁ ଯାହା ଯାହା କୁହାଯାଇଅଛି, ସେହିସବୁ ସଫଳ ହେବ।
ଏଥିରେ ମରୀୟମ କହିଲେ,
"ମୋହର ପ୍ରାଣ ପ୍ରଭୁଙ୍କର ପ୍ରଶଂସା କରୁଅଛି,
ପୁଣି, ମୋହର ଆତ୍ମା ମୋʼ ତ୍ରାଣକର୍ତ୍ତା ଈଶ୍ବରଙ୍କଠାରେ ଆନନ୍ଦିତ ହୋଇଅଛି;
କାରଣ ସେ ଆପଣା ଦାସୀର ଦୀନାବସ୍ଥା ପ୍ରତି ଦୃଷ୍ଟିପାତ କରିଅଛନ୍ତି।
ଆଉ ଦେଖ, ବର୍ତ୍ତମାନଠାରୁ ସମସ୍ତ ପିଢ଼ି ମୋତେ ଧନ୍ୟ ବୋଲି କହିବେ,
କାରଣ ଯେ ଶକ୍ତିମାନ, ସେ ମୋʼ ପ୍ରତି ମହତ କର୍ମ କରିଅଛନ୍ତି;
ତାହାଙ୍କର ନାମ ପବିତ୍ର,
ସେ ବନ୍ଧ୍ୟା ସ୍ତ୍ରୀକୁ ଗୃହିଣୀ
ଓ ସନ୍ତାନଗଣର ଆନନ୍ଦମୟୀ ମାତା କରନ୍ତି।
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
ଆମ୍ଭେ ତାହାକୁ ଆଶୀର୍ବାଦ କରିବା ଓ ତାହାଠାରୁ ତୁମ୍ଭକୁ ଗୋଟିଏ ପୁତ୍ର ଦେବା; ଆମ୍ଭେ ତାହାକୁ ଆଶୀର୍ବାଦ କରିବା, ସେ ନାନା ଗୋଷ୍ଠୀର ଆଦିମାତା ହେବ, ତାହାଠାରୁ ନାନା ଦେଶୀୟ ରାଜାଗଣ ଉତ୍ପନ୍ନ ହେବେ।"
ତୁମ୍ଭର ଭାର୍ଯ୍ୟା ତୁମ୍ଭ ଗୃହର ଅନ୍ତଃପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ;
ତୁମ୍ଭର ସନ୍ତାନମାନେ ତୁମ୍ଭ ମେଜର ଚାରିଆଡ଼େ ଜୀତବୃକ୍ଷର ଚାରା ପରି ହେବେ।