Proximidade
Deus é próximo dos que o buscam. Ele não é um Deus distante, mas presente, íntimo e acessível a todo o que o invoca com sinceridade de coração.
Buscar a presença de Deus
A Bíblia nos exorta a buscar a face do Senhor continuamente. Quem se aproxima dele encontra plenitude de alegria e delícias perpétuas.
ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ପରାକ୍ରମର ଅନ୍ୱେଷଣ କର;
ସଦାସର୍ବଦା ତାହାଙ୍କ ମୁଖ ଅନ୍ୱେଷଣ କର।
ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ଶକ୍ତିର ଅନ୍ୱେଷଣ କର,
ସର୍ବଦା ତାହାଙ୍କ ମୁଖର ଅନ୍ୱେଷଣ କର।
ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଉଦ୍ଦେଶ୍ୟ ମିଳୁଅଛି, ସେପର୍ଯ୍ୟନ୍ତ ତୁମ୍ଭେମାନେ ତାହାଙ୍କର ଅନ୍ୱେଷଣ କର, ଯେପର୍ଯ୍ୟନ୍ତ ସେ ନିକଟରେ ଅଛନ୍ତି, ସେପର୍ଯ୍ୟନ୍ତ ତାହାଙ୍କଠାରେ ପ୍ରାର୍ଥନା କର।
ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ
ଓ ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁ
ଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି,
ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି,
ତାହା ହିଁ ମୁଁ ଅନ୍ୱେଷଣ କରିବି।
କାରଣ ସହସ୍ର ଦିନ ଅପେକ୍ଷା ତୁମ୍ଭ ପ୍ରାଙ୍ଗଣରେ ଏକ ଦିନ ଭଲ;
ଦୁଷ୍ଟତାର ତମ୍ବୁରେ ବାସ କରିବା ଅପେକ୍ଷା ଆମ୍ଭ
ପରମେଶ୍ୱରଙ୍କ ଗୃହରେ ଦ୍ୱାରୀ ହେବାର ବରଞ୍ଚ ଆମ୍ଭେ ଭଲ ଜାଣୁ।
ତୁମ୍ଭେ ମୋତେ ଜୀବନର ପଥ ଦେଖାଇବ; ତୁମ୍ଭ ସମ୍ମୁଖରେ ଆନନ୍ଦର ପୂର୍ଣ୍ଣତା ଥାଏ; ତୁମ୍ଭ ଦକ୍ଷିଣ ପାଖରେ ନିତ୍ୟ ସୁଖଭୋଗ ଥାଏ।
Deus está perto
O Senhor está perto dos que o invocam, dos quebrantados de coração e dos que clamam por socorro. Sua presença nos sustenta.
ଧାର୍ମିକମାନେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଶୁଣିଲେ
ଓ ସେମାନଙ୍କ ସର୍ବ ସଙ୍କଟରୁ ସେମାନଙ୍କୁ ଉଦ୍ଧାର କଲେ।
ସଦାପ୍ରଭୁ ଭଗ୍ନାନ୍ତଃକରଣମାନଙ୍କର ନିକଟବର୍ତ୍ତୀ ଅଟନ୍ତି
ଓ ସେ ଚୂର୍ଣ୍ଣମନାମାନଙ୍କୁ ତ୍ରାଣ କରନ୍ତି।
ତୁମ୍ଭମାନଙ୍କର ମୃଦୁପଣ ସମସ୍ତ ଲୋକଙ୍କ ନିକଟରେ ପ୍ରକାଶିତ ହେଉ। ପ୍ରଭୁ ନିକଟବର୍ତ୍ତୀ।
କିନ୍ତୁ ପୂର୍ବେ ତୁମ୍ଭେମାନେ ଦୂରରେ ଥିଲ ଯେ, ଏବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କ ରକ୍ତ ଦ୍ୱାରା ନିକଟସ୍ଥ ହୋଇଅଛ।
ନିଶ୍ଚୟ ମଙ୍ଗଳ ଓ ଦୟା ମୋହର ଜୀବନଯାଏ ମୋହର ପଶ୍ଚାଦ୍ଗାମୀ ହେବ;
ପୁଣି, ମୁଁ ସର୍ବଦା ସଦାପ୍ରଭୁଙ୍କ ଗୃହରେ ବାସ କରିବି।
A presença que nunca abandona
Deus promete nunca nos deixar. Ele permanece fiel, está conosco em todo tempo e envia o Espírito para habitar em nossos corações.
ମୁଁ ତୁମ୍ଭମାନଙ୍କୁ ଅନାଥ କରି ଛାଡ଼ିଯିବି ନାହିଁ, ମୁଁ ତୁମ୍ଭମାନଙ୍କ ନିକଟକୁ ଆସୁଅଛି।
ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ପିତୃଲୋକଙ୍କ ସଙ୍ଗେ ଯେପରି ଥିଲେ, ସେହିପରି ଆମ୍ଭମାନଙ୍କ ସଙ୍ଗେ ସଙ୍ଗେ ଥାଉନ୍ତୁ; ସେ ଆମ୍ଭମାନଙ୍କୁ ତ୍ୟାଗ ନ କରନ୍ତୁ, କିଅବା ଆମ୍ଭମାନଙ୍କଠାରୁ ଦୂରବର୍ତ୍ତୀ ନ ହେଉନ୍ତୁ।
ତଥାପି ତୁମ୍ଭେ ଆପଣା ବହୁବିଧ ଦୟାରେ ସେମାନଙ୍କୁ ନିଃଶେଷ କଲ ନାହିଁ, ଅବା ସେମାନଙ୍କୁ ପରିତ୍ୟାଗ କଲ ନାହିଁ; କାରଣ ତୁମ୍ଭେ କୃପାମୟ ଓ ଦୟାଳୁ ପରମେଶ୍ୱର ଅଟ।
ଶାନ୍ତିଦାତା ପ୍ରଭୁ ନିଜେ ତୁମ୍ଭମାନଙ୍କୁ ସର୍ବଦା ଓ ସବୁପ୍ରକାର ଶାନ୍ତି ଦେଉନ୍ତୁ। ପ୍ରଭୁ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉନ୍ତୁ।
ଶେଷରେ, ହେ ଭାଇମାନେ, ଆନନ୍ଦ କର, ସିଦ୍ଧ ହୁଅ, ପରସ୍ପରକୁ ଉତ୍ସାହିତ କର, ଏକମନା ହୁଅ, ଶାନ୍ତିରେ ବାସ କର, ଆଉ ପ୍ରେମ ଓ ଶାନ୍ତିର ଈଶ୍ବର ତୁମ୍ଭମାନଙ୍କ ସହିତ ରହିବେ।
ଆମ୍ଭେମାନେ ଯେ ତାହାଙ୍କଠାରେ ଅଛୁ ଓ ସେ ଆମ୍ଭମାନଙ୍କଠାରେ ଅଛନ୍ତି, ଏହା ଆମ୍ଭେମାନେ ଜାଣୁ, କାରଣ ସେ ଆମ୍ଭମାନଙ୍କୁ ଆପଣା ଆତ୍ମାଙ୍କର ସହଭାଗିତା ଦାନ କରିଅଛନ୍ତି।
କେହି କେବେ ଈଶ୍ବରଙ୍କୁ ଦେଖି ନାହିଁ, ପିତାଙ୍କ କୋଳସ୍ଥିତ ଅଦ୍ୱିତୀୟ ପୁତ୍ର ତାହାଙ୍କୁ ପ୍ରକାଶ କଲେ।
ସେହି ସମୟରେ ମୋଶା ସଦାପ୍ରଭୁଙ୍କ ସହିତ ସେହି ସ୍ଥାନରେ ଚାଳିଶ ଦିବାରାତ୍ର ଅବସ୍ଥାନ କଲେ; ସେ ଅନ୍ନ ଭୋଜନ କି ଜଳ ପାନ କଲେ ନାହିଁ। ସେ ସେହି ଦୁଇ ପ୍ରସ୍ତରରେ ନିୟମ-ବାକ୍ୟ, ଅର୍ଥାତ୍, ଦଶ ଆଜ୍ଞା ଲେଖିଲେ।
ସେ ସ୍ଥାନରେ ଥିବା ପୀଡ଼ିତମାନଙ୍କୁ ସୁସ୍ଥ କର, ଆଉ ସେମାନଙ୍କୁ କୁହ, ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ସନ୍ନିକଟ।
ଏଥିଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ଓଦେଦ୍ର ପୁତ୍ର ଅସରୀୟ ଉପରେ ଅଧିଷ୍ଠାନ କଲେ; ତହୁଁ ସେ ଆସାଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ କହିଲା, "ହେ ଆସା ଓ ସମଗ୍ର ଯିହୁଦା ଓ ବିନ୍ୟାମୀନ୍, ତୁମ୍ଭେମାନେ ମୋʼ କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ସଙ୍ଗେ ଥିବାଯାଏ ସେ ତୁମ୍ଭମାନଙ୍କ ସଙ୍ଗେ ଅଛନ୍ତି; ଯଦି ତୁମ୍ଭେମାନେ ତାହାଙ୍କ ଅନ୍ୱେଷଣ କରିବ, ତେବେ ତୁମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିବ, ତେବେ ସେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବେ। ଇସ୍ରାଏଲ ବହୁ କାଳ ପର୍ଯ୍ୟନ୍ତ ସତ୍ୟ ପରମେଶ୍ୱର-ବିହୀନ ଓ ଶିକ୍ଷାଦାୟୀ-ଯାଜକବିହୀନ ଓ ବ୍ୟବସ୍ଥାବିହୀନ ହୋଇଥିଲେ। ମାତ୍ର ସେମାନେ ଆପଣାମାନଙ୍କ ଦୁର୍ଦ୍ଦଶା ସମୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତି ଫେରି ତାହାଙ୍କର ଅନ୍ୱେଷଣ କରନ୍ତେ, ତାହାଙ୍କର ଉଦ୍ଦେଶ୍ୟ ପାଇଲେ। ସେହି ସମୟରେ ବାହାରେ ଯିବା ଓ ଭିତରେ ଆସିବା ଲୋକର କିଛି ଶାନ୍ତି ନ ଥିଲା, ମାତ୍ର ଦେଶର ନିବାସୀ ସମସ୍ତେ ମହାତ୍ରାସଯୁକ୍ତ ଥିଲେ। ପୁଣି ସେମାନେ ଗୋଷ୍ଠୀ ବିରୁଦ୍ଧରେ ଗୋଷ୍ଠୀ ଓ ନଗର ବିରୁଦ୍ଧରେ ନଗର ଭିନ୍ନ ହୋଇଥିଲେ; କାରଣ ପରମେଶ୍ୱର ସର୍ବପ୍ରକାର ସଙ୍କଟ ଦ୍ୱାରା ସେମାନଙ୍କୁ ତ୍ରାସଯୁକ୍ତ କରିଥିଲେ। ମାତ୍ର ତୁମ୍ଭେମାନେ ବଳବାନ ହୁଅ ଓ ଆପଣାମାନଙ୍କ ହସ୍ତ ଶିଥିଳ ହେବାକୁ ନ ଦିଅ; କାରଣ ତୁମ୍ଭମାନଙ୍କ କର୍ମ ପୁରସ୍କୃତ ହେବ।"
ଏଥିରେ ଆସା ଏହିସବୁ କଥା ଓ ଓଦେଦ୍ ଭବିଷ୍ୟଦ୍ବକ୍ତାର ଭବିଷ୍ୟତ ବାକ୍ୟ ଶୁଣନ୍ତେ, ସାହସ ପାଇଲେ, ପୁଣି ଯିହୁଦା ଓ ବିନ୍ୟାମୀନ୍ର ସମୁଦାୟ ଦେଶରୁ ଓ ଇଫ୍ରୟିମର ପର୍ବତମୟ ଦେଶରେ ହସ୍ତଗତ କରିଥିବା ନଗରସବୁରୁ ଘୃଣାଯୋଗ୍ୟ ବସ୍ତୁସବୁ ଦୂର କଲେ; ଆଉ ସଦାପ୍ରଭୁଙ୍କ ବାରଣ୍ଡା ସମ୍ମୁଖସ୍ଥ ସଦାପ୍ରଭୁଙ୍କ ଯଜ୍ଞବେଦି ପୁନର୍ବାର ସଜାଡ଼ିଲେ। ଏଉତ୍ତାରେ ସେ ସମୁଦାୟ ଯିହୁଦା ଓ ବିନ୍ୟାମୀନ୍ ଲୋକଙ୍କୁ, ପୁଣି ଇଫ୍ରୟିମ ଓ ମନଃଶି ଓ ଶିମୀୟୋନ ମଧ୍ୟରୁ ସେମାନଙ୍କ ସହିତ ପ୍ରବାସକାରୀ ଲୋକମାନଙ୍କୁ ଏକତ୍ର କଲେ; କାରଣ ଇସ୍ରାଏଲ ମଧ୍ୟରୁ ଅନେକେ ସଦାପ୍ରଭୁ ତାଙ୍କର ପରମେଶ୍ୱର ତାଙ୍କର ସହବର୍ତ୍ତୀ ଅଛନ୍ତି ବୋଲି ଦେଖି ତାଙ୍କ ସପକ୍ଷ ହୋଇଥିଲେ। ଏହେତୁ ଆସାଙ୍କ ରାଜତ୍ଵର ପନ୍ଦର ବର୍ଷର ତୃତୀୟ ମାସରେ ଲୋକମାନେ ଯିରୂଶାଲମରେ ଏକତ୍ରିତ ହେଲେ। ଆଉ, ସେହି ଦିନ ସେମାନେ ଆପଣାମାନଙ୍କର ଆନୀତ ଲୁଟଦ୍ରବ୍ୟ ମଧ୍ୟରୁ ସାତ ଶହ ଗୋରୁ ଓ ସାତ ହଜାର ମେଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ ପୁଣି ସେମାନେ ଆପଣା ଆପଣା ସର୍ବାନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ୱରଙ୍କର ଅନ୍ୱେଷଣ କରିବାକୁ, ଆଉ ସାନ କି ବଡ଼, ପୁରୁଷ କି ସ୍ତ୍ରୀ, ଯେକେହି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ଅନ୍ୱେଷଣ ନ କରିବ, ତାହାର ପ୍ରାଣଦଣ୍ଡ ହେବ ବୋଲି ନିୟମ କଲେ। ଆହୁରି ସେମାନେ ଉଚ୍ଚସ୍ୱରରେ ଜୟଧ୍ୱନି କରି ତୂରୀ ଓ ଶୃଙ୍ଗ ବଜାଇ ସଦାପ୍ରଭୁଙ୍କ ନିକଟରେ ଶପଥ କଲେ। ତହିଁରେ ସମଗ୍ର ଯିହୁଦା ସେହି ଶପଥରେ ଆନନ୍ଦ କଲେ; କାରଣ ସେମାନେ ଆପଣା ଆପଣାର ସମସ୍ତ ଅନ୍ତଃକରଣ ସହିତ ଶପଥ କରିଥିଲେ ଓ ଆପଣା ଆପଣାର ସମ୍ପୂର୍ଣ୍ଣ ଇଚ୍ଛାରେ ତାହାଙ୍କର ଅନ୍ୱେଷଣ କଲେ, ଏଣୁ ସେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇଲେ; ପୁଣି ସଦାପ୍ରଭୁ ସେମାନଙ୍କୁ ଚତୁର୍ଦ୍ଦିଗରେ ବିଶ୍ରାମ ଦେଲେ।
ମଧ୍ୟ ଆସା ରାଜାଙ୍କର ମାତାମହୀ ମାଖା ଆଶେରା ଦେବୀ ରୂପେ ଏକ ଘୃଣାଯୋଗ୍ୟ ପ୍ରତିମା ନିର୍ମାଣ କରିଥିବାରୁ ସେ ତାହାକୁ ରାଣୀପଦରୁ ଚ୍ୟୁତ କଲେ ଓ ଆସା ତାହାର ସେହି ପ୍ରତିମା ଛେଦନ କରି ଚୂର୍ଣ୍ଣ କଲେ ଓ କିଦ୍ରୋଣ ନଦୀ ନିକଟରେ ତାହା ପୋଡ଼ି ପକାଇଲେ। ମାତ୍ର ଉଚ୍ଚସ୍ଥଳୀସକଳ ଇସ୍ରାଏଲ ମଧ୍ୟରୁ ଦୂରୀକୃତ ନୋହିଲା; ତଥାପି ଆସାଙ୍କର ଯାବଜ୍ଜୀବନ ତାଙ୍କର ଅନ୍ତଃକରଣ ସିଦ୍ଧ ଥିଲା। ଆଉ ସେ ଆପଣା ପିତାଙ୍କର ପ୍ରତିଷ୍ଠିତ ବସ୍ତୁସବୁ ଓ ନିଜର ପ୍ରତିଷ୍ଠିତ ରୂପା ଓ ସୁନା ଓ ପାତ୍ରସବୁ ପରମେଶ୍ୱରଙ୍କ ଗୃହକୁ ଆଣିଲେ। ପୁଣି, ଆସାଙ୍କ ରାଜତ୍ଵର ପଞ୍ଚତିରିଶ ବର୍ଷ ପର୍ଯ୍ୟନ୍ତ ଆଉ ଯୁଦ୍ଧ ହେଲା ନାହିଁ।