Reconhecer
Reconhecer a Jesus como Senhor é o fundamento da fé cristã. A confissão de fé é o ato de declarar publicamente quem Jesus é e a quem pertencemos.
Confissão e salvação
Se confessarmos com a boca que Jesus é Senhor e crermos no coração que Deus o ressuscitou, seremos salvos.
ଯେଣୁ ତୁମ୍ଭେ ଯଦି ମୁଖରେ ଯୀଶୁଙ୍କୁ ପ୍ରଭୁ ବୋଲି ସ୍ୱୀକାର କରିବ, ଆଉ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି ବୋଲି ହୃଦୟରେ ବିଶ୍ୱାସ କରିବ, ତେବେ ପରିତ୍ରାଣ ପ୍ରାପ୍ତ ହେବ;
କାରଣ ଧାର୍ମିକତାପ୍ରାପ୍ତି ନିମନ୍ତେ ମନୁଷ୍ୟ ହୃଦୟରେ ବିଶ୍ୱାସ କରେ ଓ ପରିତ୍ରାଣ ପ୍ରାପ୍ତି ନିମନ୍ତେ ମୁଖରେ ସ୍ୱୀକାର କରେ।
ଯେଣୁ ଲେଖାଅଛି,
"ପ୍ରଭୁ କହନ୍ତି, ‘ଆମ୍ଭେ ଜୀବିତ ଥିବା ପ୍ରମାଣେ,’
‘ପ୍ରତ୍ୟେକ ଆଣ୍ଠୁ ଆମ୍ଭ ଛାମୁରେ ନତ ହେବ,
ଆଉ ପ୍ରତ୍ୟେକ ଜିହ୍ୱା ଈଶ୍ବରଙ୍କ ପ୍ରଶଂସା କରିବ।’"
ପୁଣି, ପିତା ଈଶ୍ବରଙ୍କ ଗୌରବ ନିମନ୍ତେ
ପ୍ରତ୍ୟେକ ଜିହ୍ୱା ଯୀଶୁ ଖ୍ରୀଷ୍ଟ ପ୍ରଭୁ ବୋଲି ସ୍ୱୀକାର କରିବ।
Reconhecer a fé
Reconhecer a Jesus é um ato de coragem e compromisso. Quem o confessar diante dos homens, Ele confessará diante do Pai.
ଯେ କେହି ଯୀଶୁଙ୍କୁ ଈଶ୍ବରଙ୍କ ପୁତ୍ର ବୋଲି ସ୍ୱୀକାର କରେ, ଈଶ୍ବର ତାହାଠାରେ ଅଛନ୍ତି ଓ ସେ ଈଶ୍ବରଙ୍କଠାରେ ଅଛି।
ଯେ ଜୟ କରେ, ସେ ଏହି ପ୍ରକାରେ ଶୁକ୍ଳ ବସ୍ତ୍ର ପରିହିତ ହେବ, ଆଉ ଆମ୍ଭେ ଜୀବନ ପୁସ୍ତକରୁ ତାହାର ନାମ କୌଣସି ପ୍ରକାରେ ଲୋପ ନ କରି ଆମ୍ଭର ପିତା ଓ ତାହାଙ୍କ ଦୂତମାନଙ୍କ ସମ୍ମୁଖରେ ତାହାର ନାମ ସ୍ୱୀକାର କରିବୁ।
ବିଶ୍ୱାସର ଉତ୍ତମ ଯୁଦ୍ଧରେ ପ୍ରାଣପଣ କର, ଅନନ୍ତ ଜୀବନ ଧରି ରଖ; ସେଥିପାଇଁ ତ ତୁମ୍ଭେ ଆହୂତ ହୋଇଅଛ ଓ ଅନେକ ସାକ୍ଷୀଙ୍କ ସାକ୍ଷାତରେ ଉତ୍ତମ ସାକ୍ଷ୍ୟ ଦେଇଅଛ।
ଆମ୍ଭେମାନେ ଯେଉଁ ଭରସା ସ୍ୱୀକାର କରୁଅଛୁ, ତାହା ଅଟଳ ଭାବରେ ଦୃଢ଼ କରି ଧରୁ, କାରଣ ଯେ ପ୍ରତିଜ୍ଞା କରିଅଛନ୍ତି, ସେ ବିଶ୍ୱସ୍ତ;
Reconhecer o pecado e a bondade de Deus
Reconhecer nossos pecados é o caminho para o perdão. E reconhecer que o Senhor é nossa porção nos dá esperança inabalável.
ମୁଁ ତୁମ୍ଭ ନିକଟରେ ଆପଣା ପାପ ସ୍ୱୀକାର କଲି
ଓ ଆପଣା ଅଧର୍ମ ଲୁଚାଇଲି ନାହିଁ;
ମୁଁ କହିଲି, "ମୁଁ ସଦାପ୍ରଭୁଙ୍କ ନିକଟରେ ଆପଣା ଅପରାଧ ସ୍ୱୀକାର କରିବି,"
ତହିଁରେ ତୁମ୍ଭେ ମୋହର ପାପଘଟିତ ଅଧର୍ମ କ୍ଷମା କଲ। [ସେଲା]
ମୋର ପ୍ରାଣ କୁହେ, "ସଦାପ୍ରଭୁ ମୋହର ବାଣ୍ଟ ସ୍ୱରୂପ; ଏଥିପାଇଁ ମୁଁ ତାହାଙ୍କଠାରେ ଭରସା ରଖିବି।"
ଏହି ଗୌରବମୟ ରାଜା କିଏ?
ବାହିନୀଗଣର ସଦାପ୍ରଭୁ,
ସେ ଗୌରବମୟ ରାଜା ଅଟନ୍ତି। [ସେଲା]