Redentor
Deus é o nosso Redentor. Ele nos resgatou da escravidão do pecado, nos libertou das cadeias e nos comprou com preço altíssimo — o sangue de seu Filho.
Liberdade em Cristo
Cristo nos libertou para a liberdade. Aquele a quem o Filho liberta é verdadeiramente livre. O Redentor quebra toda cadeia.
ଅତଏବ, ପୁତ୍ର ଯଦି ତୁମ୍ଭମାନଙ୍କୁ ମୁକ୍ତ କରିବେ, ତାହାହେଲେ ତୁମ୍ଭେମାନେ ପ୍ରକୃତରେ ମୁକ୍ତ ହେବ।
ଖ୍ରୀଷ୍ଟଙ୍କଠାରେ ସ୍ୱାଧୀନତା
ସ୍ୱାଧୀନତା ନିମନ୍ତେ ଖ୍ରୀଷ୍ଟ ଆମ୍ଭମାନଙ୍କୁ ମୁକ୍ତ କରିଅଛନ୍ତି; ଅତଏବ ସ୍ଥିର ହୋଇ ରୁହ ଏବଂ ଦାସତ୍ୱ ଜୁଆଳିରେ ଆଉ ଥରେ ଯୋଚା ନ ଯାଅ।
ମୁକ୍ତିର ଶୁଭ ସମ୍ବାଦ
ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋʼ ଠାରେ ଅଧିଷ୍ଠାନ କରନ୍ତି;
କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି;
ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ,
ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;
ଆଧ୍ୟାତ୍ମିକ ଜୀବନ
ଅତଏବ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନଙ୍କ ପ୍ରତି ବର୍ତ୍ତମାନ କୌଣସି ଦଣ୍ଡାଜ୍ଞା ନାହିଁ। କାରଣ ଜୀବନଦାୟକ ଆତ୍ମା ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ତୁମ୍ଭକୁ ପାପ ଓ ମୃତ୍ୟୁଦାୟକ ବ୍ୟବସ୍ଥାରୁ ମୁକ୍ତ କରିଅଛି।
Redenção e salvação
Deus nos redimiu por amor. Ele apagou nossas transgressões e nos salvou não por mérito nosso, mas por sua misericórdia.
ଆମ୍ଭେ ତୁମ୍ଭର ଅଧର୍ମସବୁ ନିବିଡ଼ କୁହୁଡ଼ିର ନ୍ୟାୟ ଓ ତୁମ୍ଭର ପାପସବୁ ମେଘ ପରି ମାର୍ଜନା କରିଅଛୁ;
ଆମ୍ଭ ନିକଟକୁ ଫେରି ଆସ; କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ।
ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକମାନଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ।"
ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ।
କିନ୍ତୁ ଏବେ ପାପର ଅଧୀନତାରୁ ମୁକ୍ତ ହୋଇ ଈଶ୍ବରଙ୍କ ଦାସ ହେବାରୁ ତୁମ୍ଭେମାନେ ପବିତ୍ରତା ଉଦ୍ଦେଶ୍ୟରେ ଫଳ ପାଉଅଛ, ଆଉ ଏଥିର ପରିଣାମ ଅନନ୍ତ ଜୀବନ।
Refúgio e proteção
O Redentor é nosso refúgio e fortaleza. Ele livra os que clamam, sara os quebrantados e se alegra por nós com cântico.
ଦାଉଦଙ୍କ ବିଜୟ ସଂଗୀତ
ହେ ମୋହର ବଳ ସ୍ୱରୂପ ସଦାପ୍ରଭୋ, ମୁଁ ତୁମ୍ଭଙ୍କୁ ପ୍ରେମ କରେ।
ସଦାପ୍ରଭୁ ମୋହର ଶୈଳ, ମୋହର ଗଡ଼ ଓ ମୋହର ଉଦ୍ଧାରକର୍ତ୍ତା; ମୋହର ପରମେଶ୍ୱର, ମୋହର ଦୃଢ଼ ଶୈଳ, ମୁଁ ତାହାଙ୍କଠାରେ ଶରଣ ନେବି;
ମୋହର ଢାଲ ଓ ମୋହର ପରିତ୍ରାଣର ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ।
ସଦାପ୍ରଭୁଙ୍କଠାରେ ନିର୍ଭରଶୀଳତାର ନିବେଦନ
ହେ ସଦାପ୍ରଭୋ, ମୁଁ ତୁମ୍ଭଠାରେ ଶରଣ ନେଇଅଛି;
ମୋତେ କେବେ ଲଜ୍ଜିତ ହେବାକୁ ଦିଅ ନାହିଁ;
ତୁମ୍ଭ ଧର୍ମଗୁଣରେ ମୋତେ ଉଦ୍ଧାର କର।
ମୋହର ସମୟ ସବୁ ତୁମ୍ଭର ହସ୍ତଗତ;
ମୋʼ ଶତ୍ରୁଗଣ ହସ୍ତରୁ ଓ ମୋʼ ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର।
ଧାର୍ମିକମାନେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଶୁଣିଲେ
ଓ ସେମାନଙ୍କ ସର୍ବ ସଙ୍କଟରୁ ସେମାନଙ୍କୁ ଉଦ୍ଧାର କଲେ।
ସଦାପ୍ରଭୁ ଭଗ୍ନାନ୍ତଃକରଣମାନଙ୍କର ନିକଟବର୍ତ୍ତୀ ଅଟନ୍ତି
ଓ ସେ ଚୂର୍ଣ୍ଣମନାମାନଙ୍କୁ ତ୍ରାଣ କରନ୍ତି।
ଧାର୍ମିକର ବିପଦ ଅନେକ;
ମାତ୍ର ସେହିସବୁରୁ ସଦାପ୍ରଭୁ ତାହାକୁ ଉଦ୍ଧାର କରନ୍ତି।
ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ତୁମ୍ଭ ନାମର ଗୌରବ ସକାଶେ ଆମ୍ଭମାନଙ୍କର ସାହାଯ୍ୟ କର
ଓ ଆପଣା ନାମ ସକାଶେ ଆମ୍ଭମାନଙ୍କୁ ଉଦ୍ଧାର କର ଓ ଆମ୍ଭମାନଙ୍କ ପାପସବୁ ମାର୍ଜନା କର।
ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବା ବେଳେ ମୋହର ଓଷ୍ଠାଧର
ଓ ତୁମ୍ଭ ଦ୍ୱାରା ମୁକ୍ତ ମୋହର ପ୍ରାଣ ଅତିଶୟ ଆହ୍ଲାଦ କରିବ।
ହେ ସଦାପ୍ରଭୁଙ୍କ ପ୍ରେମକାରୀଗଣ, ତୁମ୍ଭେମାନେ ମନ୍ଦତା ଘୃଣା କର;
ସେ ଆପଣା ସଦ୍ଭକ୍ତମାନଙ୍କ ପ୍ରାଣ ରକ୍ଷା କରନ୍ତି।
ସେ ସେମାନଙ୍କୁ ଦୁଷ୍ଟମାନଙ୍କ ହସ୍ତରୁ ଉଦ୍ଧାର କରନ୍ତି;
ହେ ସଦାପ୍ରଭୋ, ମିଥ୍ୟାବାଦୀ ଓଷ୍ଠାଧରରୁ
ଓ ପ୍ରବଞ୍ଚକ ଜିହ୍ୱାରୁ ମୋʼ ପ୍ରାଣକୁ ଉଦ୍ଧାର କର।
Vestidos de salvação
O Redentor nos veste com roupas de salvação e manto de justiça. Ele se alegra por nós e nos cobre com seu amor.
ମୁଁ ସଦାପ୍ରଭୁଙ୍କଠାରେ ଅତିଶୟ ଆନନ୍ଦ କରିବି; ମୋର ପ୍ରାଣ ମୋʼ ପରମେଶ୍ୱରଙ୍କଠାରେ ଉଲ୍ଲସିତ ହେବ;
କାରଣ ବର ଯେପରି ଭୂଷଣରେ ଆପଣାକୁ ଭୂଷିତ କରେ ଓ କନ୍ୟା ଯେପରି ଆପଣା ରତ୍ନରେ ଆପଣାକୁ ଭୂଷିତା କରେ,
ସେହିପରି ସେ ପରିତ୍ରାଣରୂପ ବସ୍ତ୍ରରେ ମୋତେ ବସ୍ତ୍ରାନ୍ୱିତ କରିଅଛନ୍ତି ଓ ଧର୍ମରୂପ ରାଜବସ୍ତ୍ରରେ ମୋତେ ଆଚ୍ଛାଦିତ କରିଅଛନ୍ତି।
ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ମଧ୍ୟବର୍ତ୍ତୀ ଅଟନ୍ତି, ସେ ବୀର, ଯେ କି ପରିତ୍ରାଣ କରିବେ;
ସେ ତୁମ୍ଭ ବିଷୟରେ ପରମ ଆନନ୍ଦ କରିବେ, ସେ ଆପଣା ସ୍ନେହଭରରେ ନୀରବ ହେବେ,
ସେ ଗାନ କରି ତୁମ୍ଭ ବିଷୟରେ ଉଲ୍ଲାସ କରିବେ।