Reino
O Reino de Deus é o tema central da pregação de Jesus. Desde o início de seu ministério, Ele proclamou: 'Arrependei-vos, porque é chegado o Reino dos céus.'
O anúncio do Reino
Jesus inaugurou seu ministério proclamando a chegada do Reino. Ele convida todos ao arrependimento e à fé nessa nova realidade.
ସେହି ସମୟଠାରୁ ଯୀଶୁ ଘୋଷଣା କରିବାକୁ ଆରମ୍ଭ କରି କହିବାକୁ ଲାଗିଲେ, "ମନ-ପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ।"
"କାଳ ସମ୍ପୂର୍ଣ୍ଣ ହେଲାଣି, ଈଶ୍ବରଙ୍କ ରାଜ୍ୟ ସନ୍ନିକଟ; ମନ-ପରିବର୍ତ୍ତନ କର ଓ ସୁସମାଚାରରେ ବିଶ୍ୱାସ କର।"
ସେ ସ୍ଥାନରେ ଥିବା ପୀଡ଼ିତମାନଙ୍କୁ ସୁସ୍ଥ କର, ଆଉ ସେମାନଙ୍କୁ କୁହ, ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ସନ୍ନିକଟ।
ଯେଉଁ ଜନ ସୁସମାଚାର ଆଣୁଅଛି, ଯେ ଶାନ୍ତି ପ୍ରଚାର କରୁଅଛି,
ଯେ ମଙ୍ଗଳର ସୁସମାଚାର ଆଣୁଅଛି, ଯେ ପରିତ୍ରାଣ ପ୍ରଚାର କରୁଅଛି,
ଯେ ସିୟୋନକୁ "ତୁମ୍ଭ ପରମେଶ୍ୱର ରାଜ୍ୟ କରନ୍ତି" ବୋଲି କହୁଅଛି, ତାହାର ଚରଣ ପର୍ବତଗଣର ଉପରେ କିପରି ଶୋଭା ପାଏ!
A natureza do Reino
O Reino de Deus é governo soberano do Senhor sobre todas as coisas. Ele é o Rei eterno, imortal e invisível.
ଅକ୍ଷୟ, ଅଦୃଶ୍ୟ, ଅଦ୍ୱିତୀୟ ଈଶ୍ବର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ। ଆମେନ୍।
ହେ ସଦାପ୍ରଭୋ, ମହତ୍ତ୍ୱ, ପରାକ୍ରମ, ଶୋଭା, ଜୟ ଓ ପ୍ରତାପ ତୁମ୍ଭର; କାରଣ, ସ୍ୱର୍ଗ ଓ ପୃଥିବୀରେ ଥିବା ସମସ୍ତ ବିଷୟ ତୁମ୍ଭର; ହେ ସଦାପ୍ରଭୋ, ରାଜ୍ୟ ତୁମ୍ଭର ଓ ତୁମ୍ଭେ ସକଳର ଉପରେ ମସ୍ତକ ରୂପେ ଉନ୍ନତ ଅଟ।
ଏହି ଗୌରବମୟ ରାଜା କିଏ?
ବାହିନୀଗଣର ସଦାପ୍ରଭୁ,
ସେ ଗୌରବମୟ ରାଜା ଅଟନ୍ତି। [ସେଲା]
କାରଣ ସଦାପ୍ରଭୁ ଆମ୍ଭମାନଙ୍କର ବିଚାରକର୍ତ୍ତା, ସଦାପ୍ରଭୁ ଆମ୍ଭମାନଙ୍କର ବ୍ୟବସ୍ଥାଦାତା, ସଦାପ୍ରଭୁ ଆମ୍ଭମାନଙ୍କର ରାଜା, ସେ ଆମ୍ଭମାନଙ୍କର ପରିତ୍ରାଣ କରିବେ।
ଆଉ, ସଦାପ୍ରଭୁ ସମୁଦାୟ ପୃଥିବୀ ଉପରେ ରାଜା ହେବେ; ସେହି ଦିନ ସଦାପ୍ରଭୁ ଅଦ୍ୱିତୀୟ ହେବେ ଓ ତାହାଙ୍କର ନାମ ଅଦ୍ୱିତୀୟ ହେବ।
Entrar no Reino
Para entrar no Reino é preciso nascer de novo, tornar-se como criança e buscar primeiro a justiça de Deus acima de tudo.
ଯୀଶୁ ତାହାଙ୍କୁ ଉତ୍ତର ଦେଲେ, "ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ପୁନର୍ବାର ଜନ୍ମ ନ ହେଲେ କେହି ଈଶ୍ବରଙ୍କ ରାଜ୍ୟ ଦେଖି ପାରେ ନାହିଁ।"
ଯୀଶୁ ଉତ୍ତର ଦେଲେ, "ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଜଳ ଓ ଆତ୍ମାରୁ ଜନ୍ମ ନ ହେଲେ କେହି ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିପାରେ ନାହିଁ।
କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ।
କିନ୍ତୁ ଯୀଶୁ କହିଲେ, "ଶିଶୁମାନଙ୍କୁ ଛାଡ଼ିଦିଅ, ସେମାନଙ୍କୁ ମୋ ପାଖକୁ ଆସିବାକୁ ମନା କର ନାହିଁ, କାରଣ ସ୍ୱର୍ଗରାଜ୍ୟ ଏହି ପ୍ରକାର ଲୋକମାନଙ୍କର।"
ଧାର୍ମିକତା ନିମନ୍ତେ ତାଡ଼ନାପ୍ରାପ୍ତ ଲୋକେ ଧନ୍ୟ,
କାରଣ ସ୍ୱର୍ଗରାଜ୍ୟ ସେମାନଙ୍କର।
ମୁଁ ତୁମ୍ଭଙ୍କୁ ସ୍ୱର୍ଗରାଜ୍ୟର ଚାବି ଦେବି, ଆଉ ତୁମ୍ଭେ ପୃଥିବୀରେ ଯାହା କିଛି ବନ୍ଦ କରିବ, ସ୍ୱର୍ଗରେ ତାହା ବନ୍ଦ ରହିବ, ପୁଣି, ପୃଥିବୀରେ ଯାହା କିଛି ମୁକ୍ତ କରିବ, ସ୍ୱର୍ଗରେ ତାହା ମୁକ୍ତ ରହିବ।"
Cidadãos do Reino
Os cristãos são concidadãos dos santos e membros da família de Deus, chamados a viver dignamente do Reino que receberam.
ଅତଏବ ତୁମ୍ଭେମାନେ ଆଉ ବିଦେଶୀ ବା ପ୍ରବାସୀ ନୁହଁ, କିନ୍ତୁ ସାଧୁମାନଙ୍କ ସହିତ ସହନାଗରିକ ଓ ଈଶ୍ବରଙ୍କ ପରିବାରଭୁକ୍ତ ଅଟ; ତୁମ୍ଭେମାନେ ପ୍ରେରିତ ଓ ଭାବବାଦୀମାନଙ୍କର ଭିତ୍ତିମୂଳ ଉପରେ ନିର୍ମିତ ହୋଇଅଛ, ଖ୍ରୀଷ୍ଟ ଯୀଶୁ ସ୍ୱୟଂ ସେଥିର କୋଣର ପ୍ରଧାନ ପ୍ରସ୍ତର;
ସ୍ୱର୍ଗୀୟ ଧନ
"ହେ ସାନ ପଲ, ଭୟ କର ନାହିଁ, କାରଣ ତୁମ୍ଭମାନଙ୍କୁ ସେହି ରାଜ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଈଶ୍ବରଙ୍କର ମହା ଆନନ୍ଦ।
ଯେଉଁମାନେ ପ୍ରଥମ ପୁନରୁତ୍ଥାନର ଅଂଶୀ ହୁଅନ୍ତି, ସେମାନେ ଧନ୍ୟ ଓ ପବିତ୍ର; ସେମାନଙ୍କ ଉପରେ ଦ୍ୱିତୀୟ ମୃତ୍ୟୁର କୌଣସି ଅଧିକାର ନାହିଁ, ବରଂ ସେମାନେ ଈଶ୍ବରଙ୍କ ଓ ଖ୍ରୀଷ୍ଟଙ୍କ ଯାଜକ ହୋଇ ଏକ ହଜାର ବର୍ଷ ପର୍ଯ୍ୟନ୍ତ ତାହାଙ୍କ ସହିତ ରାଜତ୍ୱ କରିବେ।
ଅବା, ଅଧାର୍ମିକମାନେ ଯେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍ ଆଚାରୀ କି ପୁଂମୈଥୁନକାରୀ କି ଚୋର କି ଧନଲୋଭୀ କି ମତୁଆଳ କି ନିନ୍ଦକ କି ପରଦ୍ରବ୍ୟ ଲୁଣ୍ଠନକାରୀ, ଏମାନେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ।