Relacionamentos
Os relacionamentos são centrais na vida cristã. A Bíblia orienta sobre amizade, casamento, família e convivência, sempre tendo o amor como fundamento de toda relação.
Amor e amizade
O amigo ama em todo tempo. A Bíblia valoriza amizades verdadeiras que edificam, fortalecem e desafiam ao crescimento mútuo.
ବନ୍ଧୁ ସବୁବେଳେ ପ୍ରେମ କରେ,
ପୁଣି ଭାଇ ଦୁର୍ଦ୍ଦଶା କାଳ ନିମନ୍ତେ ଜାତ ଅଟେ।
ଯେପରି ଲୁହା ଲୁହାକୁ ସତେଜ କରେ,
ସେପରି ମନୁଷ୍ୟ ଆପଣା ବନ୍ଧୁର ମୁଖ ସତେଜ କରେ।
ସଙ୍ଗୀର ମୂଲ୍ୟ
ଏକ ଜଣରୁ ଦୁଇ ଜଣ ଭଲ, କାରଣ ସେମାନେ ଆପଣା ଆପଣା ପରିଶ୍ରମର ଉତ୍ତମ ଫଳ ପ୍ରାପ୍ତ ହୁଅନ୍ତି।
ସେମାନେ ପଡ଼ିଲେ, ଜଣେ ଆପଣା ସଙ୍ଗୀକୁ ଉଠାଇବ; ମାତ୍ର ଯେ ପଡ଼ିବା ବେଳେ ଏକାକୀ ଥାଏ ଓ ଯାହାକୁ ଉଠାଇବା ପାଇଁ ଅନ୍ୟ ନ ଥାଏ, ସେ ସନ୍ତାପର ପାତ୍ର।
ଯେବେ କେହି ଏକାକୀ ଥିବା ଲୋକକୁ ପରାସ୍ତ କରେ, ତେବେ ଦୁଇ ଜଣ ତାହାର ପ୍ରତିବାଧା କରିବେ; ପୁଣି, ତ୍ରିଗୁଣ ରଜ୍ଜୁ ଶୀଘ୍ର ଛିଣ୍ଡିଯାଏ ନାହିଁ।
Casamento e família
O casamento é aliança sagrada. O marido deve amar a esposa como Cristo amou a Igreja, e ambos devem cultivar respeito e submissão mútua.
ହେ ସ୍ୱାମୀମାନେ, ଖ୍ରୀଷ୍ଟ ଯେପରି ମଣ୍ଡଳୀକୁ ପ୍ରେମ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ଆପଣା ଆପଣା ସ୍ତ୍ରୀମାନଙ୍କୁ ପ୍ରେମ କର; ଖ୍ରୀଷ୍ଟ ତ ମଣ୍ଡଳୀ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, ଯେପରି ବାକ୍ୟ ଓ ଜଳ ପ୍ରକ୍ଷାଳନ ଦ୍ୱାରା ସେ ମଣ୍ଡଳୀକୁ ପରିଷ୍କାର କରି ପବିତ୍ର କରନ୍ତି,
ସେହିପରି ସ୍ୱାମୀମାନଙ୍କର ମଧ୍ୟ ଆପଣା ଆପଣା ସ୍ତ୍ରୀମାନଙ୍କୁ ନିଜ ନିଜ ଶରୀର ସଦୃଶ ପ୍ରେମ କରିବା ଉଚିତ୍। ଯେ ନିଜ ସ୍ତ୍ରୀକୁ ପ୍ରେମ କରେ, ସେ ଆପଣାକୁ ପ୍ରେମ କରେ;
ଯାହା ହେଉ, ତୁମ୍ଭେମାନେ ପ୍ରତ୍ୟେକେ ମଧ୍ୟ ଆପଣା ଆପଣା ସ୍ତ୍ରୀକୁ ଆତ୍ମତୁଲ୍ୟ ପ୍ରେମ କର, ଆଉ ସ୍ତ୍ରୀ ମଧ୍ୟ ଆପଣା ସ୍ୱାମୀକୁ ଆଦର କରୁ।
ହେ ସ୍ତ୍ରୀମାନେ ତୁମ୍ଭେମାନେ ଯେପରି ପ୍ରଭୁଙ୍କର ବଶୀଭୂତା ହୁଅ, ସେହିପରି ଆପଣା ଆପଣା ସ୍ୱାମୀର ବଶୀଭୂତ ହୁଅ, କାରଣ ଖ୍ରୀଷ୍ଟ ଯେପରି ମଣ୍ଡଳୀର ମସ୍ତକ ସ୍ୱରୂପ, ସ୍ୱାମୀ ମଧ୍ୟ ସେହିପରି ସ୍ତ୍ରୀର ମସ୍ତକ ସ୍ୱରୂପ, ପୁଣି, ଖ୍ରୀଷ୍ଟ ଆପଣା ଶରୀରରୂପ ମଣ୍ଡଳୀର ତ୍ରାଣକର୍ତ୍ତା।
ପରିବାରରେ ଖ୍ରୀଷ୍ଟୀୟ ଆଚରଣ
ହେ ଭାର୍ଯ୍ୟାମାନେ, ପ୍ରଭୁଙ୍କ ସହଭାଗିତାର ଉପଯୁକ୍ତ ଆଚରଣ ଅନୁସାରେ ଆପଣା ଆପଣା ସ୍ୱାମୀମାନଙ୍କ ବଶୀଭୂତା ହୁଅ। ହେ ସ୍ୱାମୀମାନେ, ଆପଣା ଆପଣା ଭାର୍ଯ୍ୟାମାନଙ୍କୁ ପ୍ରେମ କର, ସେମାନଙ୍କ ପ୍ରତି କଟୁ ବ୍ୟବହାର କର ନାହିଁ।
ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, "ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ଆମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା।"
କିନ୍ତୁ ବ୍ୟଭିଚାର ଭୟ ହେତୁ ପ୍ରତ୍ୟେକ ପୁରୁଷର ନିଜର ଭାର୍ଯ୍ୟା ଥାଉ, ଆଉ ପ୍ରତ୍ୟେକ ସ୍ତ୍ରୀର ନିଜର ସ୍ୱାମୀ ଥାଉ।
ଗୃହ ଓ ଧନ ମାତା-ପିତାଙ୍କଠାରୁ ପ୍ରାପ୍ତ ଅଧିକାର;
ମାତ୍ର ବୁଦ୍ଧିମତୀ ଭାର୍ଯ୍ୟା ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ହୁଏ।
ସର୍ବଗୁଣ ସମ୍ପନ୍ନା ସ୍ତ୍ରୀ
ଗୁଣବତୀ ସ୍ତ୍ରୀ କିଏ ପାଇ ପାରେ?
ମୁକ୍ତାଠାରୁ ହିଁ ତାହାର ମୂଲ୍ୟ ଅଧିକ।
ହେ ମୋହର ପ୍ରିୟେ, ତୁମ୍ଭେ ସର୍ବାଙ୍ଗ ସୁନ୍ଦରୀ;
ତୁମ୍ଭଠାରେ କୌଣସି ଖୁଣ ନାହିଁ।
Convivência saudável
Os relacionamentos florescem quando tratamos os outros como gostaríamos de ser tratados, com amor crescente e caráter maduro.
ଧର୍ମଶାସ୍ତ୍ରର ସାର
ଅତଏବ ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯାହାସବୁ କରନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ମଧ୍ୟ ସେମାନଙ୍କ ପ୍ରତି ସେହିସବୁ କର, କାରଣ ଏହା ହିଁ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ରର ସାର।
ପିତାମାତାଙ୍କୁ ସମାଦର କର; ପୁଣି, ତୁମ୍ଭର ପଡୋଶୀକି ଆତ୍ମତୁଲ୍ୟ ପ୍ରେମ କର।"
ଆଉ, ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ଯେପରି ପ୍ରେମ, ସେହିପରି ପରସ୍ପର ସହିତ ଓ ସମସ୍ତଙ୍କ ପ୍ରତି ତୁମ୍ଭମାନଙ୍କ ପ୍ରେମ ପ୍ରଭୁ ଆହୁରି ଅଧିକ ରୂପେ ବଢ଼ାଇ ଦିଅନ୍ତୁ।
କିନ୍ତୁ ଯଦି କେହି ଆପଣା ଆତ୍ମୀୟ, ବିଶେଷରେ ଆପଣା ପରିବାରର ଦାୟିତ୍ୱ ନ ନିଏ, ସେ ବିଶ୍ୱାସମତ ଅସ୍ୱୀକାର କରିଅଛି, ଆଉ ସେ ଅବିଶ୍ୱାସୀଠାରୁ ଅଧମ ଅଟେ।
ଜୀବିତ ଈଶ୍ବରଙ୍କ ମନ୍ଦିର
ଅବିଶ୍ୱାସୀମାନଙ୍କ ସହିତ ଅସମାନ ରୂପେ ଯୋଚା ନ ଯାଅ, କାରଣ ଧର୍ମ ଓ ଅଧର୍ମ ମଧ୍ୟରେ କି ସହଭାଗିତା? ଅବା ଅନ୍ଧକାର ସହିତ ଆଲୋକର କି ସହଭାଗିତା?
ମୁଁ କି ଏବେ ମନୁଷ୍ୟମାନଙ୍କର କିମ୍ବା ଈଶ୍ବରଙ୍କର ପ୍ରିୟପାତ୍ର ହେବାକୁ ଯତ୍ନ କରୁଅଛି? ଅବା ମନୁଷ୍ୟମାନଙ୍କୁ କି ସନ୍ତୁଷ୍ଟ କରିବାକୁ ଚେଷ୍ଟା କରୁଅଛି? ଯଦି ମୁଁ ଏବେ ସୁଦ୍ଧା ମନୁଷ୍ୟମାନଙ୍କୁ ସନ୍ତୁଷ୍ଟ କରୁଥାଆନ୍ତି, ତେବେ ମୁଁ ଖ୍ରୀଷ୍ଟଙ୍କର ଦାସ ହୁଅନ୍ତି ନାହିଁ।
ହଁ, ଏହି କାରଣରୁ ତୁମ୍ଭେମାନେ ଅତି ଯତ୍ନ ସହକାରେ ବିଶ୍ୱାସ ଦ୍ୱାରା ସଦ୍ଗୁଣ, ସଦ୍ଗୁଣ ଦ୍ୱାରା ଜ୍ଞାନ, ଜ୍ଞାନ ଦ୍ୱାରା ସଂଯମ, ସଂଯମ ଦ୍ୱାରା ଧୈର୍ଯ୍ୟ, ଧୈର୍ଯ୍ୟ ଦ୍ୱାରା ଧର୍ମପରାୟଣତା, ଧର୍ମପରାୟଣତା ଦ୍ୱାରା ଭ୍ରାତୃପ୍ରେମ, ପୁଣି, ଭ୍ରାତୃପ୍ରେମ ଦ୍ୱାରା ପ୍ରେମ ଲାଭ କର।
ବହୁତ ଧନ ଅପେକ୍ଷା ସୁନାମ ମନୋନୀତ ହେବା ଯୋଗ୍ୟ,
ପୁଣି, ରୂପା ଓ ସୁନା ଅପେକ୍ଷା ସ୍ନେହସୂଚକ ଅନୁଗ୍ରହ ଉତ୍ତମ।