Repouso e férias
Deus criou o descanso como parte da vida. O sábado, o repouso e até as férias refletem a confiança de que Deus sustenta todas as coisas — mesmo quando paramos.
O descanso como ordenança
Deus descansou no sétimo dia e nos convidou a fazer o mesmo. O descanso sabático é um presente de Deus para restauração do corpo e da alma.
ଅତଏବ ଈଶ୍ବରଙ୍କ ଲୋକମାନଙ୍କ ନିମନ୍ତେ ବିଶ୍ରାମବାର ଭୋଗ କରିବାର ବାକି ଅଛି। ଯେଣୁ ଯେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିଅଛି, ଈଶ୍ବର ଆପଣା କାର୍ଯ୍ୟରୁ ଯେପରି ବିଶ୍ରାମ କଲେ, ସେପରି ସେ ମଧ୍ୟ ଆପଣା କାର୍ଯ୍ୟରୁ ବିଶ୍ରାମ ପ୍ରାପ୍ତ ହୋଇଅଛି।
ତୁମ୍ଭେ ଯଦି ବିଶ୍ରାମବାର ଲଙ୍ଘନରୁ, ଆମ୍ଭ ପବିତ୍ର ଦିନରେ ନିଜ ଅଭିଳାଷ ଚେଷ୍ଟାରୁ ଆପଣା ପାଦ ଫେରାଅ;
ପୁଣି, ବିଶ୍ରାମବାରକୁ ସୁଖଦାୟକ ଓ ସଦାପ୍ରଭୁଙ୍କ ପବିତ୍ର ଦିନକୁ ଆଦରଣୀୟ ବୋଲି କୁହ;
ଆଉ, ନିଜ କାର୍ଯ୍ୟ ନ କରି ଅବା ନିଜ ଅଭିଳାଷର ଚେଷ୍ଟା ନ କରି ଅଥବା ନିଜ କଥା ନ କହି ତାହାକୁ ଆଦର କରିବ:
ତେବେ ତୁମ୍ଭେ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ; ପୁଣି, ଆମ୍ଭେ ତୁମ୍ଭକୁ ପୃଥିବୀର ଉଚ୍ଚସ୍ଥଳୀମାନରେ ଆରୋହଣ କରାଇବା;
ଆଉ, ତୁମ୍ଭ ପିତା ଯାକୁବର ଅଧିକାର ତୁମ୍ଭକୁ ଭୋଗ କରାଇବା: କାରଣ ସଦାପ୍ରଭୁଙ୍କର ମୁଖ ଏହା କହିଅଛି।"
ଅତଏବ, ତୁମ୍ଭେମାନେ ଭୋଜନ କର କି ପାନ କର ଅବା ଯାହା କିଛି କର, ଈଶ୍ବରଙ୍କ ଗୌରବ ନିମନ୍ତେ ସବୁ କର।
Sono e paz
Ditar-se em paz e dormir tranquilamente é bênção do Senhor. Quem confia nele dorme sem medo e acorda renovado.
ମୁଁ ଶାନ୍ତିରେ ଶୟନ କରିବି ଓ ନିଦ୍ରା ଯିବି; କାରଣ
ହେ ସଦାପ୍ରଭୋ, କେବଳ ତୁମ୍ଭେ ମୋତେ ନିରାପଦରେ ବାସ କରାଉଅଛ।
ମୁଁ ଶୟନ କରି ନିଦ୍ରାଗତ ହେଲି; ମୁଁ ଜାଗ୍ରତ ହେଲି;
କାରଣ ସଦାପ୍ରଭୁ ମୋତେ ରକ୍ଷା କରନ୍ତି।
ତୁମ୍ଭେମାନେ ଯେ ପ୍ରଭାତରେ ଉଠ
ଓ ଏତେ ବିଳମ୍ବରେ ବିଶ୍ରାମ କର,
ଆଉ ଶାନ୍ତିର ଖାଦ୍ୟ ଭୋଜନ କର, ଏହା ତୁମ୍ଭମାନଙ୍କ ପକ୍ଷରେ ବୃଥା।
କାରଣ ସେହି ପ୍ରକାରେ ସଦାପ୍ରଭୁ ଆପଣା ପ୍ରିୟତମକୁ ନିଦ୍ରା ଦିଅନ୍ତି।
ତୁମ୍ଭେ ରାତ୍ରିର ତ୍ରାସ, କିଅବା ଦିବସର ଉଡ଼ନ୍ତା ତୀର,
ଶୟନ କାଳରେ ତୁମ୍ଭର ଆଶଙ୍କା ହେବ ନାହିଁ, ହଁ,
ତୁମ୍ଭେ ଶୟନ କରିବ ଓ ତୁମ୍ଭର ନିଦ୍ରା ସୁଖଜନକ ହେବ।
ଶ୍ରମଜୀବୀ ଲୋକ ଅଳ୍ପ ବା ବହୁତ ଖାଇଲେ ହେଁ ତାହାର ନିଦ୍ରା ସୁଖକର ହୁଏ; ମାତ୍ର ଧନବାନର ପୂର୍ଣ୍ଣତା ତାହାକୁ ନିଦ୍ରା ଯିବାକୁ ଦେବ ନାହିଁ।
Descanso e segurança
No repouso, encontramos segurança. Deus guarda os justos, e mesmo no silêncio da noite, sua paz nos protege e restaura.
ପୁଣି, ଭରସା ଥିବାରୁ ତୁମ୍ଭେ ନିର୍ବିଘ୍ନରେ ରହିବ;
ଆହୁରି, ତୁମ୍ଭେ ଆପଣା ଚତୁର୍ଦ୍ଦିଗ ଅନ୍ଵେଷଣ କରି ନିରାପଦରେ ବିଶ୍ରାମ କରିବ।
ମଧ୍ୟ ତୁମ୍ଭେ ଶୟନ କଲେ, କେହି ତୁମ୍ଭକୁ ଭୀତ କରିବ ନାହିଁ;
ବରଞ୍ଚ ଅନେକେ ତୁମ୍ଭ ନିକଟରେ ନିବେଦନ କରିବେ।
ସେ ଶାନ୍ତିରେ ପ୍ରବେଶ କରେ;
ସରଳ-ପଥଗାମୀମାନେ ପ୍ରତ୍ୟେକେ ଆପଣା ଆପଣା ଶଯ୍ୟାରେ ବିଶ୍ରାମ କରନ୍ତି।