Resistir
Resistir ao diabo e às forças do mal é um imperativo bíblico. Deus nos deu autoridade, armas espirituais e poder para enfrentar e vencer toda investida do inimigo.
Autoridade em Cristo
Jesus deu aos seus discípulos autoridade sobre todo o poder do inimigo. Em seu nome, temos domínio sobre as trevas.
ଦେଖ, ମୁଁ ତୁମ୍ଭମାନଙ୍କୁ ସାପ ଓ ବିଛା ଉପରେ ଚାଲିବାକୁ କ୍ଷମତା ଦେଇଅଛି, ପୁଣି, ଶତ୍ରୁର ସମସ୍ତ ଶକ୍ତି ଉପରେ ମଧ୍ୟ କ୍ଷମତା ଦେଇଅଛି, ଆଉ କିଛି ହେଲେ କୌଣସି ପ୍ରକାରେ ତୁମ୍ଭମାନଙ୍କର କ୍ଷତି କରିବ ନାହିଁ।
ଏଥିଉତ୍ତାରେ ସେହି ସତୁରି ଜଣ ଫେରିଆସି ଆନନ୍ଦରେ କହିଲେ, ପ୍ରଭୁ, ଭୂତମାନେ ସୁଦ୍ଧା ଆପଣଙ୍କ ନାମରେ ଆମ୍ଭମାନଙ୍କ ବଶୀଭୂତ ଅଟନ୍ତି।
ଇତିମଧ୍ୟରେ ଯୀଶୁ ବାର ଜଣ ଶିଷ୍ୟଙ୍କୁ ଡାକି ଏକତ୍ର କରି ସେମାନଙ୍କୁ ସମସ୍ତ ଭୂତ ଉପରେ ପୁଣି, ରୋଗ ଆରୋଗ୍ୟ କରିବା ନିମନ୍ତେ ଶକ୍ତି ଓ ଅଧିକାର ଦେଲେ।
ଇତିମଧ୍ୟରେ ସେ ଆପଣା ବାର ଶିଷ୍ୟମାନଙ୍କୁ ପାଖକୁ ଡାକି ସେମାନଙ୍କୁ ଅଶୁଚି ଆତ୍ମା ଛଡ଼ାଇବା ନିମନ୍ତେ ସେମାନଙ୍କ ଉପରେ ଅଧିକାର ଦେଲେ, ପୁଣି, ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରିବା ନିମନ୍ତେ ଅଧିକାର ଦେଲେ।
ମୁଁ ତୁମ୍ଭଙ୍କୁ ସ୍ୱର୍ଗରାଜ୍ୟର ଚାବି ଦେବି, ଆଉ ତୁମ୍ଭେ ପୃଥିବୀରେ ଯାହା କିଛି ବନ୍ଦ କରିବ, ସ୍ୱର୍ଗରେ ତାହା ବନ୍ଦ ରହିବ, ପୁଣି, ପୃଥିବୀରେ ଯାହା କିଛି ମୁକ୍ତ କରିବ, ସ୍ୱର୍ଗରେ ତାହା ମୁକ୍ତ ରହିବ।"
A armadura de Deus
Somos chamados a revestir a armadura completa de Deus para resistir às ciladas do diabo e permanecer firmes na batalha espiritual.
ଶେଷ କଥା ଏହି, ପ୍ରଭୁଙ୍କଠାରୁ ଶକ୍ତି ପ୍ରାପ୍ତ ହୋଇ ତାହାଙ୍କ ପରାକ୍ରମରେ ବଳବାନ ହୁଅ। ତୁମ୍ଭେମାନେ ଯେପରି ଶୟତାନର ସମସ୍ତ ଚାତୁରି ବିରୁଦ୍ଧରେ ଦଣ୍ଡାୟମାନ ହୋଇପାର, ଏଥିନିମନ୍ତେ ଈଶ୍ବରଦତ୍ତ ସମସ୍ତ ସଜ୍ଜାରେ ଆପଣା ଆପଣାକୁ ସୁସଜ୍ଜିତ କର।
ଚୋର ଆଉ ଚୋରି ନ କରୁ,
(ଯେଣୁ ଆମ୍ଭମାନଙ୍କ ଯୁଦ୍ଧର ଅସ୍ତ୍ରଶସ୍ତ୍ର ଶାରୀରିକ ନୁହେଁ, ମାତ୍ର ଦୃଢ଼ ଗଡ଼ ଭୂମିସାତ୍ କରିବା ନିମନ୍ତେ ଈଶ୍ବରଙ୍କ ଦୃଷ୍ଟିରେ ସେହିସବୁ ଶକ୍ତିଯୁକ୍ତ ଅଟେ); ଆମ୍ଭେମାନେ ତର୍କବିତର୍କସବୁ ଓ ଈଶ୍ବରଙ୍କ ଜ୍ଞାନ ବିରୁଦ୍ଧରେ ଉତ୍ଥିତ ସମସ୍ତ ଉଚ୍ଚ ବିଷୟ ଭୂମିସାତ୍ କରୁ, ପୁଣି, ପ୍ରତ୍ୟେକ କଳ୍ପନାକୁ ଖ୍ରୀଷ୍ଟଙ୍କ ବାଧ୍ୟ ହେବା ନିମନ୍ତେ ବନ୍ଦୀ କରୁ,
Firmes na resistência
Resistir ao diabo é um ato de fé ativa. A Bíblia nos garante que quando resistimos, ele foge, e que maior é o que está em nós do que o que está no mundo.
ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜ୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି; ବିଶ୍ୱାସରେ ସ୍ଥିର ରହି ତାହାର ପ୍ରତିରୋଧ କର, ପୁଣି, ଏହା ଜାଣ ଯେ, ଜଗତରେ ଥିବା ତୁମ୍ଭମାନଙ୍କ ଭାଇମାନଙ୍କ ପ୍ରତି ଏହି ପ୍ରକାର ଦୁଃଖଭୋଗ ଘଟୁଅଛି।
ହେ ବତ୍ସଗଣ, ତୁମ୍ଭେମାନେ ଈଶ୍ବରଙ୍କଠାରୁ ଜାତ, ଆଉ ତୁମ୍ଭେମାନେ ସେମାନଙ୍କୁ ଜୟ କରିଅଛ, କାରଣ ତୁମ୍ଭମାନଙ୍କଠାରେ ଯେ ଅଛନ୍ତି, ସେ, ଜଗତରେ ଯେ ଅଛି, ତାହାଠାରୁ ମହାନ।
ଯେ ପାପ କରେ, ସେ ଶୟତାନରୁ ଜାତ, କାରଣ ଶୟତାନ ଆରମ୍ଭରୁ ପାପ କରିଆସୁଅଛି। ଶୟତାନର କାର୍ଯ୍ୟ ବିନାଶ କରିବା ଉଦ୍ଦେଶ୍ୟରେ ହିଁ ଈଶ୍ବରଙ୍କ ପୁତ୍ର ପ୍ରକାଶିତ ହେଲେ।
କିନ୍ତୁ ସେ ବୁଲିପଡ଼ି ଆପଣା ଶିଷ୍ୟମାନଙ୍କୁ ଦେଖି ପିତରଙ୍କୁ ଅନୁଯୋଗ କରି କହିଲେ, "ମୋ ଆଗରୁ ଦୂର ହୁଅ, ଶୟତାନ, କାରଣ ତୁମ୍ଭେ ଈଶ୍ବରଙ୍କ ବିଷୟ ନ ଭାବି ମନୁଷ୍ୟର ବିଷୟ ଭାବୁଅଛ।"
ତହିଁରେ ଲୋକମାନେ ପଶ୍ଚିମ ଦିଗରୁ ସଦାପ୍ରଭୁଙ୍କ ନାମକୁ ଓ ସୂର୍ଯ୍ୟୋଦୟ ସ୍ଥାନରୁ ଲୋକମାନେ ତାହାଙ୍କର ପ୍ରତାପକୁ ଭୟ କରିବେ; କାରଣ ସଦାପ୍ରଭୁଙ୍କ ନିଃଶ୍ୱାସରେ ଚାଳିତ ପ୍ରବଳ ସ୍ରୋତ ପରି ଶତ୍ରୁ ମାଡ଼ି ଆସିବ।