Descansar no Senhor
Descansar no Senhor é um ato de fé. Em um mundo agitado, Deus nos convida a entregar nossas ansiedades, aquietar o coração e confiar plenamente em sua provisão e cuidado.
O convite ao descanso
Jesus convida os cansados e sobrecarregados a irem a Ele e encontrar descanso para as suas almas. O jugo dele é leve.
ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ତ ଲୋକ ସମସ୍ତେ, ମୋʼ ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି। ମୋହର ଜୁଆଳି ଆପଣା ଆପଣା ଉପରେ ଘେନ, ପୁଣି, ମୋʼ ନିକଟରୁ ଶିଖ, କାରଣ, ମୁଁ ମୃଦୁଶୀଳ ଓ ନମ୍ରଚିତ୍ତ, ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ; ଯେଣୁ ମୋହର ଜୁଆଳି ସହଜ ଓ ମୋହର ଭାର ଉଶ୍ୱାସ।"
ସଦାପ୍ରଭୁଙ୍କଠାରେ ସୁସ୍ଥିର ହୁଅ ଓ ଧୈର୍ଯ୍ୟ ଧରି ତାହାଙ୍କ ଅପେକ୍ଷାରେ ରୁହ;
ଯେ ନିଜ ମାର୍ଗରେ କୃତକାର୍ଯ୍ୟ ହୁଏ, ଯେଉଁ ଜନ କୁସଂକଳ୍ପ
ସାଧନ କରେ, ତାହା ସକାଶୁ ଆପଣାକୁ ବିରକ୍ତ କର ନାହିଁ।
"କ୍ଷାନ୍ତ ହୁଅ, ଆମ୍ଭେ ପରମେଶ୍ୱର ଅଟୁ, ଏହା ଜାଣ;
ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ,
ଆମ୍ଭେ ପୃଥିବୀରେ ଉନ୍ନତ ହେବୁ।"
ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର;
ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ;
ପରମେଶ୍ୱର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ। [ସେଲା]
Confiança e paz
Quem confia no Senhor encontra paz perfeita. A ansiedade perde o poder quando entregamos tudo nas mãos do Deus soberano.
ଯାହାର ମନ ତୁମ୍ଭଠାରେ ସ୍ଥିର ଥାଏ, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତିରେ ରଖିବ; କାରଣ ସେ ତୁମ୍ଭଠାରେ ନିର୍ଭର ରଖେ।
କାରଣ ପ୍ରଭୁ, ସଦାପ୍ରଭୁ ଇସ୍ରାଏଲର ଧର୍ମସ୍ୱରୂପ କହିଲେ,
"ଫେରିଲେ ଓ ଶାନ୍ତ ହେଲେ ତୁମ୍ଭେମାନେ ପରିତ୍ରାଣ ପାଇବ; ସୁସ୍ଥିରତା ଓ ବିଶ୍ୱାସରେ ତୁମ୍ଭମାନଙ୍କର ବଳ ହେବ,
ପୁଣି, ତୁମ୍ଭେମାନେ ଅସମ୍ମତ ହେଲ।"
ପୁଣି, ଧାର୍ମିକତାର କାର୍ଯ୍ୟ ଶାନ୍ତିମୟ ହେବ; ଆଉ, ଧାର୍ମିକତାର ଫଳ ନିତ୍ୟ ସୁସ୍ଥିରତା ଓ ନିର୍ଭୟତା ହେବ।
ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅପେକ୍ଷା କରନ୍ତି, ସେମାନେ ନୂଆ ନୂଆ ବଳ ପାଇବେ; ସେମାନେ ଉତ୍କ୍ରୋଶ ପକ୍ଷୀ ପରି ପକ୍ଷରେ ଉପରକୁ ଉଠିବେ;
ସେମାନେ ଶ୍ରାନ୍ତ ନ ହୋଇ ଦୌଡ଼ିବେ; ସେମାନେ କ୍ଳାନ୍ତ ନ ହୋଇ ଗମନ କରିବେ।
ସେଥିରେ ସମସ୍ତ ବୋଧର ଅଗମ୍ୟ ଯେ ଈଶ୍ବରଙ୍କ ଶାନ୍ତି, ତାହା ତୁମ୍ଭମାନଙ୍କର ହୃଦୟ ଓ ମନକୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁରକ୍ଷା କରି ରଖିବ।
ତୁମ୍ଭମାନଙ୍କ ସମସ୍ତ ଚିନ୍ତାର ଭାର ତାହାଙ୍କ ଉପରେ ପକାଅ, କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ଚିନ୍ତା କରନ୍ତି।
Esperar no Senhor
Esperar no Senhor renova as forças. A Bíblia nos ensina que aquietar-se diante de Deus e confiar em seu tempo é marca da maturidade espiritual.
ସଦାପ୍ରଭୁଙ୍କର ସାହାଯ୍ୟ ନିମନ୍ତେ ଅପେକ୍ଷା କର;
ବଳବାନ ହୁଅ ଓ ତୁମ୍ଭର ଅନ୍ତଃକରଣ ସାହସିକ ହେଉ;
ହଁ, ତୁମ୍ଭେ ସଦାପ୍ରଭୁଙ୍କର ଅନୁସରଣ କର।
ମୁଁ ଧୈର୍ଯ୍ୟ ଧରି ସଦାପ୍ରଭୁଙ୍କର ଅପେକ୍ଷା କଲି;
ପୁଣି, ସେ ମନୋଯୋଗ କରି ମୋହର କାକୂକ୍ତି ଶୁଣିଲେ।
ତୁମ୍ଭେ ସଦାପ୍ରଭୁଙ୍କ ଉପରେ ଆପଣା ଭାର ପକାଅ, ତହିଁରେ ସେ ତୁମ୍ଭକୁ ସମ୍ଭାଳିବେ;
ସେ ଧାର୍ମିକକୁ କଦାପି ବିଚଳିତ ହେବାକୁ ଦେବେ ନାହିଁ।
ଭୀତ ହୁଅ ଓ ପାପ କର ନାହିଁ;
ତୁମ୍ଭେମାନେ ଶଯ୍ୟା ଉପରେ ମନେ ମନେ କଥା କହି ନୀରବ ହୁଅ। [ସେଲା]
ଯେଉଁମାନେ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରନ୍ତି, ଯେଉଁ ପ୍ରାଣ ତାହାଙ୍କର ଅନ୍ୱେଷଣ କରେ, ତାହା ପ୍ରତି ସେ ମଙ୍ଗଳମୟ ଅଟନ୍ତି।
ସଦାପ୍ରଭୁଙ୍କ ପରିତ୍ରାଣର ପ୍ରତ୍ୟାଶା କରି ସୁସ୍ଥିର ଭାବରେ ଅପେକ୍ଷା କରିବାର ମନୁଷ୍ୟର ମଙ୍ଗଳ।
A fidelidade de Deus
Deus é fiel. Seus planos são de paz e esperança. Podemos descansar sabendo que Ele guarda e sustenta quem nele confia.
କାରଣ ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପକ୍ଷରେ ଆମ୍ଭେ ଯେସକଳ ସଂକଳ୍ପ କରିଅଛୁ, ତାହା ଆମ୍ଭେ ଜାଣୁ, ତୁମ୍ଭମାନଙ୍କର ଅନ୍ତିମ କାଳରେ ତୁମ୍ଭମାନଙ୍କୁ ଭରସା ଦେବା ନିମନ୍ତେ ସେସବୁ ଅମଙ୍ଗଳର ନୁହେଁ, ମଙ୍ଗଳର ସଂକଳ୍ପ ଅଟେ। ପୁଣି, ତୁମ୍ଭେମାନେ ଆମ୍ଭକୁ ଆହ୍ୱାନ କରିବ ଓ ଯାଇ ଆମ୍ଭ ନିକଟରେ ପ୍ରାର୍ଥନା କରିବ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବା। ଆଉ, ତୁମ୍ଭେମାନେ ଆମ୍ଭଙ୍କୁ ଅନ୍ୱେଷଣ କରିବ ଓ ସର୍ବାନ୍ତଃକରଣ ସହିତ ଆମ୍ଭଙ୍କୁ ଖୋଜିଲେ ଆମ୍ଭର ଉଦ୍ଦେଶ୍ୟ ପାଇବ।
ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଉପରେ ନିର୍ଭର କରେ,
ପୁଣି ସଦାପ୍ରଭୁ ଯାହାର ବିଶ୍ୱାସଭୂମି ଅଟନ୍ତି, ସେ ଧନ୍ୟ।
କାରଣ ସେ ଜଳ ନିକଟରେ ରୋପିତ ଓ ନଦୀ କୂଳରେ ବିସ୍ତୃତମୂଳ ବୃକ୍ଷ ତୁଲ୍ୟ ହେବ
ଓ ଗ୍ରୀଷ୍ମ ଉପସ୍ଥିତ ହେବା ବେଳେ ସେ ଭୟ କରିବ ନାହିଁ, ମାତ୍ର ତାହାର ପତ୍ର ସତେଜ ହେବ;
ଆଉ, ଅନାବୃଷ୍ଟିର ବର୍ଷରେ ସେ ଚିନ୍ତିତ ହେବ ନାହିଁ,
କିଅବା ତାହାର ଫଳ ଫଳିବାର ନିବୃତ୍ତ ହେବ ନାହିଁ।"
ସେତେବେଳେ ସେ କହିଲେ, "ମୋହର ଉପସ୍ଥିତି ତୁମ୍ଭ ସହିତ ଗମନ କରିବ, ପୁଣି, ଆମ୍ଭେ ତୁମ୍ଭକୁ ବିଶ୍ରାମ ଦେବା।"
ଏହି କାରଣ ଯୋଗୁଁ ମୁଁ ଏହିସବୁ ମଧ୍ୟ ଦୁଃଖଭୋଗ କରୁଅଛି; ତଥାପି ମୁଁ ଲଜ୍ଜିତ ନୁହେଁ, କାରଣ ମୁଁ ଯାହାଙ୍କଠାରେ ବିଶ୍ୱାସ କରିଅଛି, ତାହାଙ୍କୁ ଜାଣେ, ପୁଣି, ମୁଁ ତାହାଙ୍କ ହାତରେ ଯାହା ସମର୍ପଣ କରିଅଛି, ତାହା ମହାଦିନ ପର୍ଯ୍ୟନ୍ତ ସୁରକ୍ଷା କରିବାକୁ ସେ ଯେ ସମର୍ଥ ଅଟନ୍ତି, ଏହା ଦୃଢ଼ରୂପେ ବିଶ୍ୱାସ କରୁଅଛି।
ଏହେତୁ ସେ ଯିହୁଦାକୁ କହିଲେ, "ଆସ, ଆମ୍ଭେମାନେ ଏହିସବୁ ନଗର ନିର୍ମାଣ କରି ତହିଁର ଚତୁର୍ଦ୍ଦିଗରେ ପ୍ରାଚୀର ଓ ଦୁର୍ଗ, ଦ୍ୱାର ଓ ଅର୍ଗଳ ପ୍ରସ୍ତୁତ କରୁ; ଦେଶ ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ସମ୍ମୁଖରେ ଅଛି, ଯେହେତୁ ଆମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ଅନ୍ୱେଷଣ କରିଅଛୁ; ଆମ୍ଭେମାନେ ତାହାଙ୍କର ଅନ୍ୱେଷଣ କରିଅଛୁ ଓ ସେ ଆମ୍ଭମାନଙ୍କୁ ଚତୁର୍ଦ୍ଦିଗରେ ବିଶ୍ରାମ ଦେଇଅଛନ୍ତି।" ତହୁଁ ସେମାନେ ନଗର ନିର୍ମାଣ କରି କୃତକାର୍ଯ୍ୟ ହେଲେ।
ଆଉ ସେମାନେ ନଗର-ପ୍ରାନ୍ତରେ ହେବା ବେଳେ ଶାମୁୟେଲ ଶାଉଲଙ୍କୁ କହିଲେ, "ଏହି ଯୁବାକୁ ଆମ୍ଭମାନଙ୍କ ଆଗେ ଯିବାକୁ କୁହ; (ତହୁଁ ସେ ଆଗେ ଗଲା); ମାତ୍ର ତୁମ୍ଭେ ବର୍ତ୍ତମାନ ଠିଆ ହୁଅ, ଆମ୍ଭେ ତୁମ୍ଭକୁ ପରମେଶ୍ୱରଙ୍କ ବାକ୍ୟ ଶୁଣାଇବା।"