Sabedoria
A sabedoria é um dos temas mais ricos da Bíblia. O temor do Senhor é seu princípio, e buscá-la vale mais que ouro ou prata. Deus promete dar sabedoria generosamente a quem pedir com fé.
O princípio da sabedoria
O temor do Senhor é o início de toda sabedoria verdadeira. Quem reverencia a Deus aprende a viver com discernimento e prudência.
ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ;
ମାତ୍ର ନିର୍ବୋଧ ଲୋକେ ଜ୍ଞାନ ଓ ଉପଦେଶ ତୁଚ୍ଛବୋଧ କରନ୍ତି।
ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ,
ପୁଣି, ଧର୍ମସ୍ୱରୂପଙ୍କ ବିଷୟକ ଜ୍ଞାନ ହିଁ ସୁବିବେଚନା ଅଟେ।
ସଦାପ୍ରଭୁ ବିଷୟକ ଭୟ ଜ୍ଞାନଜନକ ଉପଦେଶ;
ପୁଣି, ନମ୍ରତା ସମ୍ଭ୍ରମର ସମ୍ମୁଖରେ ଥାଏ।
ସଦାପ୍ରଭୁ ବିଷୟକ ଭୟ ଜ୍ଞାନର ଆରମ୍ଭ;
ଯେଉଁମାନେ ତଦନୁଯାୟୀ କର୍ମ କରନ୍ତି, ସେସମସ୍ତଙ୍କର ସୁବୁଦ୍ଧି ହୁଏ;
ତାହାଙ୍କର ପ୍ରଶଂସା ସଦାକାଳସ୍ଥାୟୀ।
ମାତ୍ର ଜ୍ଞାନ କେଉଁଠାରେ ପ୍ରାପ୍ତ ହୁଏ?
ଓ ବୁଦ୍ଧିର ସ୍ଥାନ କାହିଁ?
ମନୁଷ୍ୟ ତହିଁର ମୂଲ୍ୟ ଜାଣେ ନାହିଁ;
କିଅବା ଜୀବିତମାନଙ୍କ ଦେଶରେ ତାହା ମିଳେ ନାହିଁ।
ବାରିଧି କହେ, ‘ତାହା ମୋʼ ଠାରେ ନାହିଁ;’
ପୁଣି, ସମୁଦ୍ର କହେ, ‘ତାହା ମୋʼ ଠାରେ ନାହିଁ।’
ସୁବର୍ଣ୍ଣ ଦ୍ୱାରା ତାହା ପ୍ରାପ୍ତ ହୋଇ ନ ପାରେ,
କିଅବା ତହିଁର ମୂଲ୍ୟାର୍ଥେ ରୂପା ତୌଲା ଯିବ ନାହିଁ।
ଓଫୀରର ସୁବର୍ଣ୍ଣ ଦ୍ୱାରା ତହିଁର ମୂଲ୍ୟ କରାଯାଇ ନ ପାରେ,
ବହୁମୂଲ୍ୟ ଗୋମେଦକ ଅବା ନୀଳକାନ୍ତମଣି ଦ୍ୱାରା ନୁହେଁ।
ସ୍ୱର୍ଣ୍ଣ ଓ କାଚ ତହିଁର ସମାନ ହୋଇ ନ ପାରେ;
କିଅବା ଶୁଦ୍ଧ ସ୍ୱର୍ଣ୍ଣାଭରଣ ତହିଁର ପରିବର୍ତ୍ତ ହେବ ନାହିଁ।
ତହିଁ ନିକଟରେ ପ୍ରବାଳ ଓ ସ୍ପଟିକର କଥା କୁହାଯାଏ ନାହିଁ;
କାରଣ ପଦ୍ମରାଗ ମଣି ଅପେକ୍ଷା ଜ୍ଞାନର ମୂଲ୍ୟ ଅଧିକ।
କୂଶଦେଶୀୟ ପୀତମଣି ତହିଁର ସମାନ ହେବ ନାହିଁ,
କିଅବା ନିର୍ମଳ ସୁବର୍ଣ୍ଣରେ ତହିଁର ମୂଲ୍ୟ କରାଯିବ ନାହିଁ।
ତେବେ ଜ୍ଞାନ କେଉଁଠାରୁ ଆସେ?
ଓ ବୁଦ୍ଧିର ସ୍ଥାନ କାହିଁ?
ତାହା ତ ସମସ୍ତ ପ୍ରାଣୀଙ୍କ ଚକ୍ଷୁରୁ ଗୁପ୍ତ
ଓ ଆକାଶର ପକ୍ଷୀମାନଙ୍କଠାରୁ ଆବୃତ କରାଯାଇଅଛି।
ବିନାଶ ଓ ମୃତ୍ୟୁୁ କହନ୍ତି,
‘ଆମ୍ଭେମାନେ ସ୍ୱକର୍ଣ୍ଣରେ ତହିଁର ଜନରବ ଶୁଣିଅଛୁ।’
Sabedoria como dom de Deus
A verdadeira sabedoria vem do alto. Deus a concede generosamente a quem pede com fé, sem lançar em rosto a fraqueza humana.
କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ଅଭାବ ଥାଏ, ତେବେ ଯେଉଁ ଈଶ୍ବର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ।
କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ଅଭାବ ଥାଏ, ତେବେ ଯେଉଁ ଈଶ୍ବର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ।
କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ଅଭାବ ଥାଏ, ତେବେ ଯେଉଁ ଈଶ୍ବର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ।
ଯେହେତୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି,
ତାହାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ।
ଯେହେତୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି,
ତାହାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ।
ହଁ, ଯଦି ତୁମ୍ଭେ ସୁବିବେଚନା ପ୍ରତି ଡାକ ପକାଅ
ଓ ବୁଦ୍ଧି ନିମନ୍ତେ ଉଚ୍ଚସ୍ୱର କର;
ତେବେ ତୁମ୍ଭେ ସଦାପ୍ରଭୁଙ୍କ ବିଷୟକ ଭୟ ବୁଝିବ
ଓ ପରମେଶ୍ୱରଙ୍କ ବିଷୟକ ତତ୍ତ୍ୱଜ୍ଞାନ ପାଇବ।
ହେ ମୋର ପୂର୍ବପୁରୁଷଗଣର ପରମେଶ୍ୱର, ମୁଁ ତୁମ୍ଭର ଧନ୍ୟବାଦ ଓ ପ୍ରଶଂସା କରୁଅଛି,
ତୁମ୍ଭେ ମୋତେ ଜ୍ଞାନ ଓ ସାମର୍ଥ୍ୟ ଦେଇଅଛ
ଓ ତୁମ୍ଭ ନିକଟରେ ଆମ୍ଭମାନଙ୍କର ନିବେଦନର ବିଷୟ ଏବେ ମୋତେ ଜଣାଇଅଛ;
କାରଣ ତୁମ୍ଭେ ରାଜାର କଥା ଆମ୍ଭମାନଙ୍କୁ ଜଣାଇଅଛ।"
ଦାନିୟେଲ ଉତ୍ତର କରି କହିଲେ,
"ପରମେଶ୍ୱରଙ୍କର ନାମ ସଦାସର୍ବଦା ଧନ୍ୟ ହେଉ;
କାରଣ ଜ୍ଞାନ ଓ ପରାକ୍ରମ ତାହାଙ୍କର;
ଆଉ, ପରମେଶ୍ୱର ସେହି ଚାରି ଯୁବାଙ୍କୁ ସମସ୍ତ ବିଦ୍ୟା ଓ ଜ୍ଞାନରେ, ବୁଦ୍ଧି ଓ ନିପୁଣତା ଦେଲେ ପୁଣି, ଦାନିୟେଲ ଯାବତୀୟ ଦର୍ଶନ ଓ ସ୍ୱପ୍ନ ବିଷୟରେ ବୁଦ୍ଧିମାନ ହେଲେ।
A sabedoria do alto
A sabedoria que vem de Deus é pura, pacífica, amável, cheia de misericórdia e de bons frutos. Ela se opõe à sabedoria terrena e mundana.
କିନ୍ତୁ ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ୱିତୀୟରେ ଶାନ୍ତିପ୍ରିୟ, ମୃଦୁଶୀଳ, ବାଧ୍ୟ, ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ଓ ନିଷ୍କପଟ।
କିନ୍ତୁ ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ୱିତୀୟରେ ଶାନ୍ତିପ୍ରିୟ, ମୃଦୁଶୀଳ, ବାଧ୍ୟ, ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ଓ ନିଷ୍କପଟ।
କିନ୍ତୁ ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ୱିତୀୟରେ ଶାନ୍ତିପ୍ରିୟ, ମୃଦୁଶୀଳ, ବାଧ୍ୟ, ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ଓ ନିଷ୍କପଟ।
ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନୀ ଓ ବୁଦ୍ଧିମାନ କିଏ ଅଛି? ସେ ଜ୍ଞାନସଙ୍ଗତ ନମ୍ରତା ସହ ସଦାଚରଣ ଦ୍ୱାରା ଆପଣା କର୍ମ ପ୍ରକାଶ କରୁ।
ତଥାପି ଆମ୍ଭେମାନେ ପରିପକ୍ୱ ଲୋକମାନଙ୍କ ମଧ୍ୟରେ ଜ୍ଞାନର କଥା କହୁ, କିନ୍ତୁ ତାହା ଏହି ଯୁଗର ଜ୍ଞାନ ନୁହେଁ କିମ୍ବା ଏହି ଯୁଗର ନଷ୍ଟକଳ୍ପ ନେତାମାନଙ୍କ ଜ୍ଞାନ ନୁହେଁ, ମାତ୍ର ଆମ୍ଭେମାନେ ନିଗୂଢ଼ତତ୍ତ୍ୱ ସ୍ୱରୂପ ଈଶ୍ବରଙ୍କ ଜ୍ଞାନର କଥା କହୁଅଛୁ ସେହି ଗୁପ୍ତ ଜ୍ଞାନ ଈଶ୍ବର ଆମ୍ଭମାନଙ୍କ ଗୌରବ ନିମନ୍ତେ ଜଗତର ପୂର୍ବେ ନିରୂପଣ କରିଥିଲେ।
କିନ୍ତୁ ଆମ୍ଭେମାନେ କ୍ରୁଶରେ ହତ ଖ୍ରୀଷ୍ଟଙ୍କୁ ପ୍ରଚାର କରୁ, ସେ ଯିହୁଦୀମାନଙ୍କ ନିମନ୍ତେ ବିଘ୍ନସ୍ୱରୂପ ଓ ଅଣଯିହୁଦୀମାନଙ୍କ ନିମନ୍ତେ ମୂର୍ଖତାସ୍ୱରୂପ, କିନ୍ତୁ ଯିହୁଦୀ ହେଉ ବା ଗ୍ରୀକ୍ ହେଉ, ଯେଉଁମାନେ ଆହୂତ, ସେମାନଙ୍କ ନିମନ୍ତେ ଖ୍ରୀଷ୍ଟ ଈଶ୍ବରଙ୍କ ଶକ୍ତି ଓ ଈଶ୍ବରଙ୍କ ଜ୍ଞାନସ୍ୱରୂପ ଅଟନ୍ତି। ଯେଣୁ ଈଶ୍ବରଙ୍କ ମୂର୍ଖ ବିଷୟ ମନୁଷ୍ୟର ଜ୍ଞାନ ଅପେକ୍ଷା ଅଧିକ ଜ୍ଞାନପୂର୍ଣ୍ଣ, ଆଉ ଈଶ୍ବରଙ୍କ ଦୁର୍ବଳ ବିଷୟ ମନୁଷ୍ୟର ବଳ ଅପେକ୍ଷା ଅଧିକ ବଳବାନ।
କେହି ଆପଣାକୁ ପ୍ରବଞ୍ଚନା ନ କରୁ। ଯଦି କୌଣସି ଲୋକ ଏହି ଯୁଗରେ ତୁମ୍ଭମାନଙ୍କ ମଧ୍ୟରେ ଆପଣାକୁ ଜ୍ଞାନୀ ବୋଲି ମନେ କରେ, ତେବେ ସେ ଯେପରି ଜ୍ଞାନୀ ହୋଇପାରେ, ଏଥିପାଇଁ ସେ ମୂର୍ଖ ହେଉ।
କେହି ଆପଣାକୁ ପ୍ରବଞ୍ଚନା ନ କରୁ। ଯଦି କୌଣସି ଲୋକ ଏହି ଯୁଗରେ ତୁମ୍ଭମାନଙ୍କ ମଧ୍ୟରେ ଆପଣାକୁ ଜ୍ଞାନୀ ବୋଲି ମନେ କରେ, ତେବେ ସେ ଯେପରି ଜ୍ଞାନୀ ହୋଇପାରେ, ଏଥିପାଇଁ ସେ ମୂର୍ଖ ହେଉ।
ମୋହର ଉଦ୍ଦେଶ୍ୟ ଏହି, ଯେପରି ସେମାନଙ୍କ ହୃଦୟ ଉତ୍ସାହିତ ହୁଏ, ପୁଣି, ସେମାନେ ଜ୍ଞାନର ପୂର୍ଣ୍ଣ ନିଶ୍ଚୟତାରୂପ ସମସ୍ତ ଧନ ପ୍ରାପ୍ତ ହେବା ନିମନ୍ତେ, ଅର୍ଥାତ୍ ଈଶ୍ବରଙ୍କ ନିଗୂଢ଼ ତତ୍ତ୍ୱ ଯେ ଖ୍ରୀଷ୍ଟ, ତାହାଙ୍କୁ ଜାଣିବା ନିମନ୍ତେ ପରସ୍ପର ପ୍ରେମରେ ସଂଯୁକ୍ତ ହୁଅନ୍ତି। ସେହି ଖ୍ରୀଷ୍ଟଙ୍କଠାରେ ଜ୍ଞାନ ଓ ବୁଦ୍ଧିରୂପ ସମସ୍ତ ଧନ ନିହିତ ଅଛି।
Direção e discernimento
Deus guia os humildes na justiça e ensina seu caminho aos mansos. Ele promete dirigir nossos passos quando confiamos nele de todo o coração.
ତୁମ୍ଭେ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର
ଓ ନିଜ ସୁବିବେଚନାରେ ଆଉଜି ପଡ଼ ନାହିଁ।
ଆପଣାର ସବୁ ଗତିରେ ତାହାଙ୍କୁ ସ୍ୱୀକାର କର;
ତହିଁରେ ସେ ତୁମ୍ଭର ପଥସବୁ ସରଳ କରିବେ।
ତୁମ୍ଭେ ଆପଣା ଦୃଷ୍ଟିରେ ଜ୍ଞାନବାନ ହୁଅ ନାହିଁ;
ସଦାପ୍ରଭୁଙ୍କୁ ଭୟ କର ଓ ମନ୍ଦତାରୁ ବିମୁଖ ହୁଅ।
ମୁଁ ତୁମ୍ଭକୁ ଉପଦେଶ ଦେବି ଓ ତୁମ୍ଭର ଗନ୍ତବ୍ୟ ମାର୍ଗ ଶିଖାଇବି;
ମୁଁ ତୁମ୍ଭ ଉପରେ ଆପଣା ଦୃଷ୍ଟି ରଖି ତୁମ୍ଭକୁ ମନ୍ତ୍ରଣା ଦେବି।
ସେ ନମ୍ର ଲୋକକୁ ବିଚାର ମାର୍ଗରେ କଢ଼ାଇ ନେବେ
ଓ ନମ୍ର ଲୋକକୁ ଆପଣା ପଥ ଶିଖାଇବେ।
ହେ ସଦାପ୍ରଭୋ, ତୁମ୍ଭର ପଥସବୁ ମୋତେ ଦେଖାଅ;
ତୁମ୍ଭର ମାର୍ଗସବୁ ମୋତେ ଶିଖାଅ।
ତୁମ୍ଭ ସତ୍ୟତାରେ ମୋତେ କଢ଼ାଇ ନିଅ ଓ ମୋତେ ଶିକ୍ଷା ଦିଅ;
କାରଣ ତୁମ୍ଭେ ମୋʼ ପରିତ୍ରାଣର ପରମେଶ୍ୱର ଅଟ;
ମୁଁ ସାରାଦିନ ତୁମ୍ଭର ଅନୁସରଣ କରେ।
ସଦାପ୍ରଭୁଙ୍କ ଦ୍ୱାରା ମନୁଷ୍ୟର ଗତି ସ୍ଥିରୀକୃତ ହୁଏ
ଓ ସେ ତାହାର ପଥରେ ସନ୍ତୁଷ୍ଟ ହୁଅନ୍ତି।
ପ୍ରଭାତରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର କଥା ମୋତେ ଶୁଣାଅ;
କାରଣ ମୁଁ ତୁମ୍ଭଠାରେ ଭରସା ରଖେ;
ମୋହର ଗନ୍ତବ୍ୟ ପଥ ମୋତେ ଜଣାଅ;
କାରଣ ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ।
ତୁମ୍ଭର ଇଷ୍ଟ ସାଧନ କରିବାକୁ ମୋତେ ଶିକ୍ଷା ଦିଅ;
କାରଣ ତୁମ୍ଭେ ମୋହର ପରମେଶ୍ୱର;
ତୁମ୍ଭର ଆତ୍ମା ମଙ୍ଗଳମୟ; ମୋତେ ସରଳ ଭୂମିରେ ଗମନ କରାଅ।
ହେ ସଦାପ୍ରଭୋ, ତୁମ୍ଭ ନାମ ସକାଶୁ ମୋତେ ସଜୀବ କର;
ତୁମ୍ଭ ଧର୍ମରେ ମୋʼ ପ୍ରାଣକୁ ସଙ୍କଟରୁ ବାହାର କରି ଆଣ।
ହେ ସଦାପ୍ରଭୋ, ମୋହର ଶତ୍ରୁଗଣ ସକାଶୁ
ମୋତେ ତୁମ୍ଭର ମାର୍ଗ ଶିଖାଅ;
ଓ ସରଳ ପଥରେ ମୋତେ କଢ଼ାଇ ନିଅ।
A Palavra como fonte de sabedoria
A Palavra de Deus é lâmpada para os pés e luz para o caminho. Meditar nas Escrituras nos dá entendimento superior ao dos mestres.
ତୁମ୍ଭ ବାକ୍ୟ ମୋʼ ଚରଣ ପାଇଁ ପ୍ରଦୀପ
ଓ ମୋʼ ପଥ ପାଇଁ ଆଲୁଅ ଅଟେ।
ତୁମ୍ଭ ବାକ୍ୟ ମୋʼ ଚରଣ ପାଇଁ ପ୍ରଦୀପ
ଓ ମୋʼ ପଥ ପାଇଁ ଆଲୁଅ ଅଟେ।
ତୁମ୍ଭେ ମୋହର ଚକ୍ଷୁ ପ୍ରସନ୍ନ କର,
ତହିଁରେ ମୁଁ ତୁମ୍ଭ ବ୍ୟବସ୍ଥାରୁ ଆଶ୍ଚର୍ଯ୍ୟ ବିଷୟମାନ ଦେଖି ପାରିବି।
ତୁମ୍ଭ ବାକ୍ୟର ବିକାଶ ଆଲୁଅ ପ୍ରଦାନ କରେ;
ତାହା ନିର୍ବୋଧକୁ ବୋଧ ଦିଏ।
ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ,
ଅବା ପାପୀମାନଙ୍କ ମାର୍ଗରେ ଠିଆ ହୁଏ ନାହିଁ,
କିଅବା ନିନ୍ଦକମାନଙ୍କ ସଭାରେ ବସେ ନାହିଁ,
ମାତ୍ର ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଯାହାର ଆମୋଦ ଥାଏ
ଓ ଯେ ଦିବାରାତ୍ର ତାହାଙ୍କର ବ୍ୟବସ୍ଥା ଧ୍ୟାନ କରେ, ସେ ଧନ୍ୟ।
ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି, ଈଶ୍ବରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା କୃତଜ୍ଞ ହୃଦୟରେ ଗାନ କର।
ତୁମ୍ଭେ ଚାଲିବା ବେଳେ ତାହା ତୁମ୍ଭକୁ ପଥ ଦେଖାଇବ,
ଆଉ ଶୋଇବା ବେଳେ ତାହା ତୁମ୍ଭର ପ୍ରହରୀ ହେବ;
ତୁମ୍ଭେ ଜାଗିବା ବେଳେ ତାହା ତୁମ୍ଭ ସଙ୍ଗେ ଆଳାପ କରିବ।
Sabedoria prática para o dia a dia
A sabedoria se aplica em cada decisão: nas finanças, nos relacionamentos, no trabalho e no uso do tempo. Vivamos como sábios, não como insensatos.
ଅତଏବ ଅଜ୍ଞାନ ପରି ନ ହୋଇ ଜ୍ଞାନୀ ପରି ନିଜ ନିଜ ଆଚରଣ ସମ୍ବନ୍ଧରେ ବିଶେଷ ସାବଧାନ ହୁଅ, ପୁଣି, ସୁଯୋଗର ସତ୍ ବ୍ୟବହାର କର, କାରଣ କାଳ ମନ୍ଦ ଅଟେ।
ଅତଏବ ଅଜ୍ଞାନ ପରି ନ ହୋଇ ଜ୍ଞାନୀ ପରି ନିଜ ନିଜ ଆଚରଣ ସମ୍ବନ୍ଧରେ ବିଶେଷ ସାବଧାନ ହୁଅ, ପୁଣି, ସୁଯୋଗର ସତ୍ ବ୍ୟବହାର କର, କାରଣ କାଳ ମନ୍ଦ ଅଟେ।
ଶେଷାବସ୍ଥାରେ ତୁମ୍ଭେ ଯେପରି ଜ୍ଞାନବାନ ହୁଅ,
ଏଥିପାଇଁ ମନ୍ତ୍ରଣା ଶୁଣ ଓ ଉପଦେଶ ଗ୍ରହଣ କର।
ଶେଷାବସ୍ଥାରେ ତୁମ୍ଭେ ଯେପରି ଜ୍ଞାନବାନ ହୁଅ,
ଏଥିପାଇଁ ମନ୍ତ୍ରଣା ଶୁଣ ଓ ଉପଦେଶ ଗ୍ରହଣ କର।
ଯେଉଁ ଲୋକ ବୁଦ୍ଧି ଲାଭ କରେ, ସେ ଆପଣା ପ୍ରାଣକୁ ପ୍ରେମ କରେ;
ଯେ ବିବେଚନା ରକ୍ଷା କରେ, ସେ ମଙ୍ଗଳ ପାଏ।
ମନ୍ତ୍ରଣା ଦ୍ୱାରା ପ୍ରତ୍ୟେକ ସଂକଳ୍ପ ସ୍ଥିର ହୁଏ;
ପୁଣି, ତୁମ୍ଭେ ଭଲ ପରାମର୍ଶ ଘେନି ଯୁଦ୍ଧ କର।
ଅବଶ୍ୟ ତୁମ୍ଭେ ଭଲ ପରାମର୍ଶ ଘେନି ଆପଣା ଯୁଦ୍ଧ କରିବ;
ଆଉ, ମନ୍ତ୍ରୀମାନଙ୍କ ବାହୁଲ୍ୟରେ ରକ୍ଷା ହୁଏ।
ଯେ କ୍ରୋଧ କରିବାରେ ଧୀର, ସେ ବଡ଼ ବୁଦ୍ଧିମାନ;
ପୁଣି, ହଠାତ୍ କ୍ରୋଧୀ ଅଜ୍ଞାନତାରୂପ ଧ୍ୱଜା ଟେକେ।
ଅହଙ୍କାରରୁ କେବଳ କଳି ଉତ୍ପନ୍ନ ହୁଏ;
ମାତ୍ର ସୁପରାମର୍ଶ-ଗ୍ରାହକଠାରେ ଜ୍ଞାନ ଅଛି।
ଯେଉଁ ଲୋକ ଆପଣା ମୁଖରେ ପ୍ରହରୀ ରଖେ, ସେ ଆପଣା ପ୍ରାଣ ରକ୍ଷା କରେ;
ମାତ୍ର ଯେକେହି ଚିନ୍ତା ନ କରି କଥା କହେ, ତାହାର ବିନାଶ ହେବ।
ଅଜ୍ଞାନର ପଥ ତାହାର ନିଜ ଦୃଷ୍ଟିରେ ଯଥାର୍ଥ;
ମାତ୍ର ଯେ ଜ୍ଞାନବାନ, ସେ ପରାମର୍ଶ ଶୁଣେ।
ଅହଙ୍କାର ଆସିଲେ ଲଜ୍ଜା ଆସେ;
ମାତ୍ର ନମ୍ରଶୀଳ ଲୋକଠାରେ ଜ୍ଞାନ ଥାଏ।
ଯେ ଅନ୍ତଃକରଣରେ ଜ୍ଞାନୀ, ସେ ଆଜ୍ଞା ଗ୍ରହଣ କରିବ;
ମାତ୍ର ମୂର୍ଖ ପତିତ ହେବ।
ବୁଦ୍ଧିମାନର ମନ ଜ୍ଞାନ ଉପାର୍ଜ୍ଜନ କରେ;
ପୁଣି, ଜ୍ଞାନୀର କର୍ଣ୍ଣ ଜ୍ଞାନ ଖୋଜେ।
ମୂର୍ଖ ଲୋକ ବୁଦ୍ଧିରେ ସନ୍ତୋଷ ପାଏ ନାହିଁ,
କେବଳ ଆପଣା ମନର କଥା ପ୍ରକାଶ କରିବାରେ ସନ୍ତୋଷ ପାଏ।
ଅଜ୍ଞାନ ହିଁ ତୁନି ହେଲେ, ଜ୍ଞାନବାନ ଗଣିତ ହୁଏ;
ପୁଣି, ସେ ଆପଣା ଓଷ୍ଠ ବନ୍ଦ କଲେ, ବୁଦ୍ଧିମାନ ଗଣିତ ହୁଏ।
ଯେପରି ଜ୍ଞାନବାନ ଲୋକ (ତାହା) ଶୁଣି ପାଣ୍ଡିତ୍ୟରେ ବୃଦ୍ଧି ପାଇବ
ଏବଂ ବୁଦ୍ଧିମାନ ଲୋକ ହିତଜନକ ପରାମର୍ଶ ପ୍ରାପ୍ତ ହେବ;
ସୁଯୋଗର ସଦ୍ବ୍ୟବହାର କରି ବାହାରର ଲୋକମାନଙ୍କ ନିକଟରେ ବୁଦ୍ଧି ସହ ଆଚରଣ କର। ତୁମ୍ଭମାନଙ୍କ ବାକ୍ୟ ସର୍ବଦା ମନୋହର ପୁଣି, ଲବଣରେ ଅନୁଗ୍ରହଯୁକ୍ତ ହେଉ, ଯେପରି କାହାକୁ କିପରି ଉତ୍ତର ଦେବାକୁ ହୁଏ, ତାହା ଜାଣି ପାର।
ସୁଯୋଗର ସଦ୍ବ୍ୟବହାର କରି ବାହାରର ଲୋକମାନଙ୍କ ନିକଟରେ ବୁଦ୍ଧି ସହ ଆଚରଣ କର। ତୁମ୍ଭମାନଙ୍କ ବାକ୍ୟ ସର୍ବଦା ମନୋହର ପୁଣି, ଲବଣରେ ଅନୁଗ୍ରହଯୁକ୍ତ ହେଉ, ଯେପରି କାହାକୁ କିପରି ଉତ୍ତର ଦେବାକୁ ହୁଏ, ତାହା ଜାଣି ପାର।
ତୁମ୍ଭେମାନେ ଯାହା କିଛି କର, ପ୍ରଭୁଙ୍କ ନିମନ୍ତେ କଲା ପରି ଅନ୍ତର ସହ ତାହା କର, ମନୁଷ୍ୟ ନିମନ୍ତେ କଲା ପରି କର ନାହିଁ; ପ୍ରଭୁଙ୍କଠାରୁ ଉତ୍ତରାଧିକାରରୂପ ପୁରସ୍କାର ଯେ ପାଇବ, ଏହା ତ ତୁମ୍ଭେମାନେ ଜାଣ। ତୁମ୍ଭେମାନେ ପ୍ରଭୁ ଖ୍ରୀଷ୍ଟଙ୍କର ସେବା କର,
O valor da sabedoria
A sabedoria é mais preciosa que rubis. Quem a encontra, encontra a vida e alcança o favor do Senhor. Nada se compara a ela.
ଯେଉଁ ଲୋକ ଜ୍ଞାନ ପାଏ
ଓ ବୁଦ୍ଧି ଲାଭ କରେ, ସେ ଧନ୍ୟ।
ଯେହେତୁ ଯେ ମୋତେ ପାଏ, ସେ ଜୀବନ ପାଏ
ଏବଂ ସଦାପ୍ରଭୁଙ୍କର ଅନୁଗ୍ରହପ୍ରାପ୍ତ ହେବ।
ସୁନା ଅପେକ୍ଷା ଜ୍ଞାନ ଲାଭ କରିବା,
ପୁଣି, ରୂପା ଅପେକ୍ଷା ବରଞ୍ଚ ସୁବିବେଚନା ଲାଭ ମନୋନୀତ କରିବାର କିପରି ଉତ୍ତମ!
ମନୁଷ୍ୟର ମନ ଆପଣା ପଥ ବିଷୟ କଳ୍ପନା କରେ;
ମାତ୍ର ସଦାପ୍ରଭୁ ତାହାର ଗତି ନିରୂପଣ କରନ୍ତି।
ଅନ୍ତଃକରଣର କଳ୍ପନା ମନୁଷ୍ୟର ଅଟେ;
ମାତ୍ର ଜିହ୍ୱାର ଉତ୍ତର ସଦାପ୍ରଭୁଙ୍କଠାରୁ ହୁଏ।
କାରଣ ଧନ ଯେପରି ଆଶ୍ରୟ ସ୍ୱରୂପ, ଜ୍ଞାନ ହିଁ ସେପରି ଆଶ୍ରୟ ସ୍ୱରୂପ ଅଟେ;
ମାତ୍ର ବିଦ୍ୟାର ଶ୍ରେଷ୍ଠତା ଏହି ଯେ, ଜ୍ଞାନ ଆପଣା ଅଧିକାରୀର ଜୀବନ ରକ୍ଷା କରେ।
"ବର୍ତ୍ତମାନ କାଳ ଅପେକ୍ଷା ପୂର୍ବ କାଳ ଭଲ ଥିବାର କାରଣ କଅଣ," ଏହା ନ କୁହ,
କାରଣ ତୁମ୍ଭେ ଏ ବିଷୟ ଜ୍ଞାନରେ ପ୍ରଶ୍ନ କରୁ ନାହଁ।
ଯେହେତୁ ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କୁ ତୁଷ୍ଟ କରେ, ସେ ତାହାକୁ ଜ୍ଞାନ, ବିଦ୍ୟା ଓ ଆନନ୍ଦ ଦିଅନ୍ତି; ମାତ୍ର ପରମେଶ୍ୱରଙ୍କ ତୁଷ୍ଟିକାରୀ ଲୋକକୁ ଦେବା ପାଇଁ ସଂଗ୍ରହ ଓ ସଞ୍ଚୟ କରଣାର୍ଥେ ପାପୀକୁ ସେ କାର୍ଯ୍ୟ ଦିଅନ୍ତି। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର।
ତୁମ୍ଭ ହସ୍ତ ଯେକୌଣସି କାର୍ଯ୍ୟ କରିବାକୁ ପାଏ, ତାହା ଆପଣା ଶକ୍ତିରେ କର; କାରଣ ତୁମ୍ଭେ ଯେଉଁ ସ୍ଥାନକୁ ଯାଉଅଛ, ସେହି କବରରେ କୌଣସି କାର୍ଯ୍ୟ, କି କଳ୍ପନା, କି ବିଦ୍ୟା, କି ଜ୍ଞାନ ନାହିଁ।
A sabedoria e a soberania de Deus
Os caminhos de Deus são mais altos que os nossos. Sua sabedoria é insondável, eterna e infinitamente superior ao entendimento humano.
କାରଣ ପୃଥିବୀ ଅପେକ୍ଷା ଆକାଶମଣ୍ଡଳ ଯେପରି ଉଚ୍ଚ, ସେହିପରି ଆମ୍ଭର ମାର୍ଗସକଳ ତୁମ୍ଭମାନଙ୍କର ମାର୍ଗ ଅପେକ୍ଷା ଓ ଆମ୍ଭର ସଂକଳ୍ପସକଳ ତୁମ୍ଭମାନଙ୍କ ସଂକଳ୍ପ ଅପେକ୍ଷା ଉଚ୍ଚତର ଅଟେ।
ଯେହେତୁ ସଦାପ୍ରଭୁ କହନ୍ତି, ଆମ୍ଭର ସଂକଳ୍ପସକଳ ତୁମ୍ଭମାନଙ୍କର ସଂକଳ୍ପ ପରି ନୁହେଁ, କିଅବା ତୁମ୍ଭମାନଙ୍କର ମାର୍ଗସକଳ ଆମ୍ଭର ମାର୍ଗ ପରି ନୁହେଁ।
ତୁମ୍ଭେ କି ଜାଣି ନାହଁ? ତୁମ୍ଭେ କି ଶୁଣି ନାହଁ?
ପୃଥିବୀର ପ୍ରାନ୍ତସକଳର ସୃଷ୍ଟିକର୍ତ୍ତା ଅନାଦି ଅନନ୍ତ ପରମେଶ୍ୱର ସଦାପ୍ରଭୁ
କ୍ଳାନ୍ତ ହୁଅନ୍ତି ନାହିଁ, କିମ୍ବା ଶ୍ରାନ୍ତ ହୁଅନ୍ତି ନାହିଁ; ତାହାଙ୍କର ବୁଦ୍ଧି ବୋଧର ଅଗମ୍ୟ।
ତୁମ୍ଭେ କି ଜାଣି ନାହଁ? ତୁମ୍ଭେ କି ଶୁଣି ନାହଁ?
ପୃଥିବୀର ପ୍ରାନ୍ତସକଳର ସୃଷ୍ଟିକର୍ତ୍ତା ଅନାଦି ଅନନ୍ତ ପରମେଶ୍ୱର ସଦାପ୍ରଭୁ
କ୍ଳାନ୍ତ ହୁଅନ୍ତି ନାହିଁ, କିମ୍ବା ଶ୍ରାନ୍ତ ହୁଅନ୍ତି ନାହିଁ; ତାହାଙ୍କର ବୁଦ୍ଧି ବୋଧର ଅଗମ୍ୟ।
ମୁଁ ଯେପରି କ୍ଳାନ୍ତ ଲୋକକୁ ବାକ୍ୟ ଦ୍ୱାରା ସୁସ୍ଥିର କରି ପାରିବି,
ଏଥିପାଇଁ ପ୍ରଭୁ, ସଦାପ୍ରଭୁ ମୋତେ ଶିକ୍ଷିତ ଲୋକମାନଙ୍କର ଜିହ୍ୱା ଦେଇଅଛନ୍ତି;
ସେ ପ୍ରତି ପ୍ରଭାତ ଜାଗ୍ରତ କରାନ୍ତି, ଶିକ୍ଷିତ ଲୋକ ପରି ଶୁଣିବା ପାଇଁ ସେ ମୋହର କର୍ଣ୍ଣକୁ ଜାଗ୍ରତ କରାନ୍ତି।
ଯେଉଁମାନେ ସାହାଯ୍ୟ ନିମନ୍ତେ ମିସରକୁ ଯାଆନ୍ତି ଓ ଅଶ୍ୱଗଣରେ ନିର୍ଭର କରନ୍ତି
ଓ ରଥ ଅନେକ ହେବାରୁ, ଆଉ ଅଶ୍ୱାରୋହୀଗଣ ଅତି ବଳବାନ ହେବାରୁ ସେମାନଙ୍କ ଉପରେ ବିଶ୍ୱାସ କରନ୍ତି;
ମାତ୍ର ଇସ୍ରାଏଲର ଧର୍ମସ୍ୱରୂପଙ୍କ ପ୍ରତି ନ ଅନାନ୍ତି, କିଅବା ସଦାପ୍ରଭୁଙ୍କର ଅନ୍ୱେଷଣ ନ କରନ୍ତି, ସେମାନେ ସନ୍ତାପର ପାତ୍ର!
ତଥାପି ସେ ମଧ୍ୟ ଜ୍ଞାନବାନ ଓ ସେ ଅମଙ୍ଗଳ ଘଟାଇବେ, ପୁଣି, ଆପଣା ବାକ୍ୟ ଅନ୍ୟଥା କରିବେ ନାହିଁ;
ମାତ୍ର ସେ କୁକ୍ରିୟାକାରୀମାନଙ୍କ ବଂଶର ପ୍ରତିକୂଳରେ ଓ ଅଧର୍ମାଚାରୀମାନଙ୍କ ସହାୟଗଣର ପ୍ରତିକୂଳରେ ଉଠିବେ।
ଏହା ହିଁ ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ହୁଏ,
ସେ ମନ୍ତ୍ରଣାରେ ଆଶ୍ଚର୍ଯ୍ୟ ଓ ଜ୍ଞାନରେ ମହାନ।
ପୁଣି, ସଦାପ୍ରଭୁଙ୍କର ଆତ୍ମା, ଜ୍ଞାନ ଓ ବିବେଚନାର ଆତ୍ମା,
ମନ୍ତ୍ରଣା ଓ ପରାକ୍ରମର ଆତ୍ମା, ବୁଦ୍ଧି ଓ ସଦାପ୍ରଭୁ ବିଷୟକ ଭୟର ଆତ୍ମା ତାହାଙ୍କଠାରେ ଅଧିଷ୍ଠାନ କରିବେ;
ସଦାପ୍ରଭୁ ବିଷୟକ ଭୟରେ ତାହାଙ୍କର ଆମୋଦ ହେବ;
ପୁଣି, ସେ ଆପଣା ଚକ୍ଷୁର ଦୃଷ୍ଟି ଅନୁସାରେ ବିଚାର କରିବେ ନାହିଁ, କିଅବା ଆପଣା କର୍ଣ୍ଣପ୍ରାନ୍ତରେ ଶ୍ରବଣାନୁସାରେ ଅନୁଯୋଗ କରିବେ ନାହିଁ,
ଆଉ, ସଦାପ୍ରଭୁ ନିତ୍ୟ ତୁମ୍ଭକୁ ପଥ କଢ଼ାଇ ନେବେ ଓ ମରୁଭୂମିରେ ତୁମ୍ଭ ପ୍ରାଣକୁ ତୃପ୍ତ କରିବେ
ଓ ତୁମ୍ଭ ଅସ୍ଥିସକଳକୁ ବଳିଷ୍ଠ କରିବେ; ତହିଁରେ ତୁମ୍ଭେ ଜଳ ସିଞ୍ଚିତ ଉଦ୍ୟାନ ତୁଲ୍ୟ
ଓ ଜଳାଭାବ ନ ଥିବା ନିର୍ଝର ତୁଲ୍ୟ ହେବ।
ଆହା! ଈଶ୍ବରଙ୍କ ବୁଦ୍ଧି ଓ ଜ୍ଞାନରୂପ ନିଧି କେଡ଼େ ଗଭୀର!
ତାହାଙ୍କର ବିଚାରସବୁ କିପରି ବୋଧର ଅଗମ୍ୟ
ଓ ତାହାଙ୍କ ପଥସବୁ କିପରି ରହସ୍ୟାବୃତ!
ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଯୁଗେ ଯୁଗେ ସେହି ଏକମାତ୍ର ଜ୍ଞାନବାନ ଈଶ୍ବରଙ୍କ ଗୌରବ ହେଉ। ଆମେନ୍।
ଯେଉଁମାନେ ଈଶ୍ବରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ବର ଯେ ସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ।
ହେ ସଦାପ୍ରଭୋ, ତୁମ୍ଭର କାର୍ଯ୍ୟସକଳ କିପରି ବହୁବିଧ!
ତୁମ୍ଭେ ଜ୍ଞାନରେ ସେସବୁ ନିର୍ମାଣ କରିଅଛ;
ପୃଥିବୀ ତୁମ୍ଭ ସମ୍ପତ୍ତିରେ ପରିପୂର୍ଣ୍ଣ।
ଆମ୍ଭମାନଙ୍କର ପ୍ରଭୁ ମହାନ ଓ ଅତିଶୟ ଶକ୍ତିମାନ;
ତାହାଙ୍କର ବୁଦ୍ଧି ଅସୀମ।
ତୁମ୍ଭେ ନିଜ ମନ୍ତ୍ରଣାରେ ମୋତେ ପଥ ଦେଖାଇବ
ଓ ଶେଷରେ ତୁମ୍ଭେ ମୋତେ ଗୌରବରେ ଗ୍ରହଣ କରିବ।
ଯେପରି ଆମ୍ଭେମାନେ ଜ୍ଞାନବିଶିଷ୍ଟ ଅନ୍ତଃକରଣ ପାଇ ପାରିବୁ,
ଏଥିପାଇଁ ଆମ୍ଭମାନଙ୍କୁ ଆପଣା ଆପଣା ଦିନର ଗଣନା କରିବାକୁ ଶିକ୍ଷା ଦିଅ।
ଧାର୍ମିକର ମୁଖ ଜ୍ଞାନର କଥା କହେ
ଓ ତାହାର ଜିହ୍ୱା ନ୍ୟାୟ ବିଚାରର କଥା କହେ।
ମଧ୍ୟ ସଦାପ୍ରଭୁଙ୍କଠାରେ ଆନନ୍ଦ କର;
ତହିଁରେ ସେ ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରିବେ।
ହେ ସଦାପ୍ରଭୋ, ମୋʼ ଶତ୍ରୁଗଣ ସକାଶୁ ତୁମ୍ଭେ
ଆପଣା ଧର୍ମଗୁଣରେ ମୋତେ ପଥ କଢ଼ାଇ ନିଅ;
ମୋʼ ସମ୍ମୁଖରେ ତୁମ୍ଭର ପଥ ସରଳ କର।
ତୁମ୍ଭେ ମୋତେ ଜୀବନର ପଥ ଦେଖାଇବ; ତୁମ୍ଭ ସମ୍ମୁଖରେ ଆନନ୍ଦର ପୂର୍ଣ୍ଣତା ଥାଏ; ତୁମ୍ଭ ଦକ୍ଷିଣ ପାଖରେ ନିତ୍ୟ ସୁଖଭୋଗ ଥାଏ।
ସେମାନେ କ୍ରନ୍ଦନ କରୁ କରୁ ଆମ୍ଭ ଦ୍ୱାରା ଆନୀତ ହେବେ,
ଆମ୍ଭେ ସେମାନଙ୍କୁ ସଜଳ ନଦୀମାନର ନିକଟ ଦେଇ ସଳଖ ପଥରେ ଗମନ କରାଇବା,
ସେ ପଥରେ ସେମାନେ ଝୁଣ୍ଟିବେ ନାହିଁ;
କାରଣ ଆମ୍ଭେ ଇସ୍ରାଏଲର ପିତା ଓ ଇଫ୍ରୟିମ ଆମ୍ଭର ପ୍ରଥମଜାତ ସନ୍ତାନ।
ହେ ସଦାପ୍ରଭୁ, ମୁଁ ଜାଣେ; ମନୁଷ୍ୟର ଗତି ତାହାର ଆୟତ୍ତ ନୁହେଁ;
ନିଜ ପାଦବିକ୍ଷେପ ସ୍ଥିର କରିବାର ଗମନକାରୀ ମନୁଷ୍ୟର ସାଧ୍ୟ ନୁହେଁ।
ସେ ଆପଣା ପରାକ୍ରମ ଦ୍ୱାରା ପୃଥିବୀ ନିର୍ମାଣ କରିଅଛନ୍ତି,
ସେ ଆପଣା ଜ୍ଞାନ ଦ୍ୱାରା ଜଗତ ସ୍ଥାପନ କରିଅଛନ୍ତି
ଓ ଆପଣାର ବୁଦ୍ଧି ଦ୍ୱାରା ସେ ଆକାଶମଣ୍ଡଳ ବିସ୍ତାର କରିଅଛନ୍ତି;
ତୁମ୍ଭେ କାଲିର ବିଷୟରେ ଦର୍ପ କଥା କୁହ ନାହିଁ;
ଯେହେତୁ ଏକ ଦିନ କଅଣ ଉତ୍ପାଦନ କରିବ, ତାହା ତୁମ୍ଭକୁ ଜଣା ନାହିଁ।
ମନ୍ଦ ଲୋକମାନେ ନ୍ୟାୟ ବୁଝନ୍ତି ନାହିଁ,
ମାତ୍ର ସଦାପ୍ରଭୁଙ୍କ ଅନ୍ୱେଷଣକାରୀମାନେ ସବୁ ବିଷୟ ବୁଝନ୍ତି।
ଯେଉଁ ଈଶ୍ବର ଅାମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ ସାଧନ କରୁଥିବା ଆପଣା ଶକ୍ତି ଅନୁସାରେ ଆମ୍ଭମାନଙ୍କ ମାଗିବା ବା ଭାବିବାଠାରୁ ଅତ୍ୟଧିକ ପରିମାଣରେ ସାଧନ କରିପାରନ୍ତି, ଯୁଗେ ଯୁଗେ ପୁରୁଷାନୁକ୍ରମରେ ମଣ୍ଡଳୀ ଓ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତାହାଙ୍କର ଗୌରବ ହେଉ। ଆମେନ୍।
ଏହି ତୃତୀୟ ଥର ମୁଁ ତୁମ୍ଭମାନଙ୍କ ନିକଟକୁ ଯାଉଅଛି। "ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ।"
ଆଉ ପୁତ୍ରମାନଙ୍କ ପରି ତୁମ୍ଭମାନଙ୍କ ପ୍ରତି ଉକ୍ତ ଏହି ଉତ୍ସାହବାକ୍ୟ ଭୁଲିଅଛ,
"ହେ ମୋହର ପୁତ୍ର, ପ୍ରଭୁଙ୍କ ଶାସନକୁ ଲଘୁ ଜ୍ଞାନ କର ନାହିଁ,
କିମ୍ବା ତାହାଙ୍କ ଦ୍ୱାରା ଅନୁଯୋଗ ପ୍ରାପ୍ତ ହେଲେ କ୍ଳାନ୍ତ ହୁଅ ନାହିଁ;
କାରଣ ପ୍ରଭୁ ଯାହାକୁ ପ୍ରେମ କରନ୍ତି, ତାହାକୁ ଶାସନ କରନ୍ତି,
ପୁଣି, ଯେଉଁ ପୁତ୍ରକୁ ସେ ଗ୍ରହଣ କରନ୍ତି, ତାହାକୁ ପ୍ରହାର କରନ୍ତି।"
ଅବଶେଷରେ, ହେ ଭ୍ରାତୃଗଣ, ଯାହା ଯାହା ସତ୍ୟ, ଯାହା ଯାହା ଆଦରଣୀୟ, ଯାହା ଯାହା ଯଥାର୍ଥ, ଯାହା ଯାହା ବିଶୁଦ୍ଧ, ଯାହା ଯାହା ପ୍ରିୟ, ଯାହା ଯାହା ସୁଖ୍ୟାତିଯୁକ୍ତ, ଯେକୌଣସି ସଦ୍ଗୁଣ ଓ ପ୍ରଶଂସାର ବିଷୟ ଥାଏ, ସେହି ସମସ୍ତ ବିଷୟ ଚିନ୍ତା କର।
ଅତଏବ କାଲି ପାଇଁ ଚିନ୍ତିତ ହୁଅ ନାହିଁ, କାରଣ କାଲି ନିଜେ ନିଜ ପାଇଁ ଚିନ୍ତା କରିବ। ଆଜିର କଷ୍ଟ ଆଜି ପାଇଁ ଯଥେଷ୍ଟ।
ଆଉ, ଦକ୍ଷିଣ ଦେଶର ରାଣୀ ବିଚାରରେ ଏହି ବର୍ତ୍ତମାନ ପୁରୁଷ ସହିତ ଉଠି ଏମାନଙ୍କୁ ଦୋଷୀ କରିବେ କାରଣ ସେ ଶଲୋମନଙ୍କ ଜ୍ଞାନର କଥା ଶୁଣିବାକୁ ପୃଥିବୀର ପ୍ରାନ୍ତରୁ ଆସିଲେ, ଆଉ ଦେଖ, ଶଲୋମନଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି।"
ଏଣୁ ଯେ କେହି ମୋହର ଏହି ସମସ୍ତ କଥା ଶୁଣେ ଓ ପାଳନ କରେ, ସେ ପଥର ଉପରେ ଘର ତିଆରି କରିବା ଜଣେ ବୁଦ୍ଧିମାନ ଲୋକ ସଦୃଶ ହେବ।
କାରଣ ମୁଁ ତୁମ୍ଭମାନଙ୍କୁ ଏପରି ବାକ୍ୟ ଓ ଜ୍ଞାନ ଦେବି ଯେ, ତୁମ୍ଭମାନଙ୍କର ସମସ୍ତ ବିପକ୍ଷ ଲୋକ ସେଥିର ପ୍ରତିରୋଧ ବା ପ୍ରତିବାଦ କରିପାରିବେ ନାହିଁ।
ବାହ୍ୟ ବିଷୟ ଦେଖି ବିଚାର ନ କରି ଉଚିତ୍ ନ୍ୟାୟବିଚାର କର।"
ସଦାପ୍ରଭୁ ଜ୍ଞାନରେ ପୃଥିବୀ ସ୍ଥାପନ କଲେ,
ସେ ବୁଦ୍ଧିରେ ଆକାଶମଣ୍ଡଳ ସୁସ୍ଥିର କଲେ।
ପ୍ରାଚୀନମାନଙ୍କଠାରେ ଜ୍ଞାନ ଅଛି
ଓ ଦୀର୍ଘାୟୁରେ ବୁଦ୍ଧି ଥାଏ।
ତାହାଙ୍କଠାରେ ଜ୍ଞାନ ଓ ପରାକ୍ରମ ଥାଏ;
ତାହାଙ୍କର ମନ୍ତ୍ରଣା ଓ ବୁଦ୍ଧି ଅଛି।
ଏଥିରେ ଆୟୁବ ଉତ୍ତର କରି କହିଲା,
"ଏହା ସତ୍ୟ ବୋଲି ମୁଁ ନିଶ୍ଚୟ ଜାଣେ;
ମାତ୍ର କିପରି ମନୁଷ୍ୟ ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହୋଇପାରେ?
ସେ ତାହା ସଙ୍ଗେ ବାଦାନୁବାଦ କରିବାକୁ ଇଚ୍ଛା କଲେ,
ମନୁଷ୍ୟ ତାହାଙ୍କୁ ସହସ୍ର କଥା ମଧ୍ୟରୁ ଗୋଟିକର ଉତ୍ତର ଦେଇ ପାରିବ ନାହିଁ।
ସେ ମନରେ ଜ୍ଞାନବାନ ଓ ବଳରେ ପରାକ୍ରାନ୍ତ;
କିଏ ତାହାଙ୍କ ବିରୁଦ୍ଧରେ ଆପଣାକୁ ପ୍ରବଳ କରି ମଙ୍ଗଳ ପାଇଅଛି?
ହେ ମନୁଷ୍ୟ, ଯାହା ଉତ୍ତମ,
ତାହା ସେ ତୁମ୍ଭକୁ ଜଣାଇ ଅଛନ୍ତି;
ନ୍ୟାୟାଚରଣ, ଦୟା ଭଲ ପାଇବା
ଓ ନମ୍ର ଭାବରେ ତୁମ୍ଭ ପରମେଶ୍ୱରଙ୍କ ସହିତ ଗମନାଗମନ କରିବାର,
ଏହାଛଡ଼ା ସଦାପ୍ରଭୁ ତୁମ୍ଭଠାରୁ ଆଉ କଅଣ ଚାହାନ୍ତି?
ଓ ସେହି ବିଚାରକର୍ତ୍ତାମାନଙ୍କୁ କହିଲେ, "ତୁମ୍ଭେମାନେ ଯାହା କର, ତାହା ବିବେଚନା କର; କାରଣ ତୁମ୍ଭେମାନେ ମନୁଷ୍ୟ ନିମନ୍ତେ ନୁହେଁ, ମାତ୍ର ସଦାପ୍ରଭୁଙ୍କ ନିମନ୍ତେ ବିଚାର କରୁଅଛ; ପୁଣି ବିଚାରରେ ସେ ତୁମ୍ଭର ସହାୟ ଅଟନ୍ତି।
କିନ୍ତୁ କାଲି କଅଣ ଘଟିବ, ତାହା ତ ତୁମ୍ଭେମାନେ ଜାଣ ନାହିଁ। ତୁମ୍ଭମାନଙ୍କର ଜୀବନ କଅଣ? କ୍ଷଣକେ ଦୃଶ୍ୟ ହୋଇ ଅଦୃଶ୍ୟ ହୁଏ ଯେଉଁ ବାଷ୍ପ, ତୁମ୍ଭେମାନେ ତ ତାହା ସଦୃଶ।