Sacrifício
O sacrifício é o coração do evangelho. Jesus entregou tudo por nós na cruz, e somos chamados a oferecer nossas vidas como sacrifício vivo, agradável a Deus.
O sacrifício supremo de Cristo
Jesus deu a própria vida como resgate por muitos. Seu sacrifício na cruz é o ato supremo de amor de toda a história — o Justo morrendo pelos injustos.
କାରଣ ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ନିମନ୍ତେ ମୁକ୍ତିର ମୂଲ୍ୟ ସ୍ୱରୂପେ ଆପଣା ପ୍ରାଣ ଦେବାକୁ ଆସିଅଛନ୍ତି।"
ଯେପରି ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ପାଇଁ ମୁକ୍ତିର ମୂଲ୍ୟ ସ୍ୱରୂପେ ପ୍ରାଣ ଦେବାକୁ ଆସିଅଛନ୍ତି।"
"ଦେଖ, ଆମ୍ଭେମାନେ ଯିରୂଶାଲମ ସହରକୁ ଯାତ୍ରା କରୁଅଛୁ, ଆଉ ମନୁଷ୍ୟପୁତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରେ ସମର୍ପିତ ହେବେ, ପୁଣି, ସେମାନେ ତାହାଙ୍କୁ ପ୍ରାଣ ଦଣ୍ଡାଜ୍ଞା ଦେଇ ପରିହାସ, କୋରଡ଼ା ପ୍ରହାର ଓ କ୍ରୁଶରେ ବଧ କରିବା ନିମନ୍ତେ ଅଣଯିହୁଦୀମାନଙ୍କ ହସ୍ତରେ ସମର୍ପଣ କରିବେ, ଆଉ ତୃତୀୟ ଦିବସରେ ସେ ଉଠିବେ।"
ପୁଣି, ସେମାନେ ତାହାଙ୍କ ବସ୍ତ୍ର କାଢ଼ିନେଇ ତାହାଙ୍କୁ ଲୋହିତବର୍ଣ୍ଣର ବସ୍ତ୍ର ପିନ୍ଧାଇଲେ, ଆଉ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କର ଦକ୍ଷିଣ ହସ୍ତରେ ଖଣ୍ଡିଏ ନଳ ଦେଲେ, ପୁଣି, ତାହାଙ୍କ ସମ୍ମୁଖରେ ଜାନୁ ପାତି ଏହା କହି ତାହାଙ୍କୁ ପରିହାସ କଲେ, ହେ ଯିହୁଦୀମାନଙ୍କ ରାଜା, ନମସ୍କାର।
ଆଉ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, "ହେ ପିତା, ତୁମ୍ଭ ହସ୍ତରେ ମୁଁ ଆପଣାର ଆତ୍ମା ସମର୍ପଣ କରୁଅଛି।" ଏହା କହି ସେ ପ୍ରାଣତ୍ୟାଗ କଲେ।
ଆପଣା ବନ୍ଧୁମାନଙ୍କ ନିମନ୍ତେ ନିଜ ପ୍ରାଣ ଦାନ କରିବା ଅପେକ୍ଷା କାହାରି ଆଉ ଅଧିକ ଶ୍ରେଷ୍ଠ ପ୍ରେମ ନାହିଁ।
କାରଣ ଯେତେବେଳେ ଆମ୍ଭେମାନେ ନିରୂପାୟ ଥିଲୁ, ସେତେବେଳେ ଖ୍ରୀଷ୍ଟ ଉପଯୁକ୍ତ ସମୟରେ ଅଧାର୍ମିକମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ।
O cordeiro sem defeito
Cristo nos resgatou com seu sangue precioso, como cordeiro sem defeito. Ele se ofereceu uma vez por todas para tirar os pecados do mundo.
ଯେଣୁ ତୁମ୍ଭେମାନେ ଜାଣ ଯେ, ତୁମ୍ଭମାନଙ୍କ ପିତୃ-ପୁରୁଷମାନଙ୍କଠାରୁ ପ୍ରାପ୍ତ ପରମ୍ପରାଗତ ନିରର୍ଥକ ଆଚାର-ବ୍ୟବହାରରୁ ରୂପା କି ସୁନା ପରି କ୍ଷୟଣୀୟ ବସ୍ତୁ ଦ୍ୱାରା ମୁକ୍ତ ନ ହୋଇ ବରଂ ନିଖୁନ୍ତ ଓ ନିଷ୍କଳଙ୍କ ମେଷଶାବକ ସଦୃଶ ଖ୍ରୀଷ୍ଟଙ୍କ ବହୁମୂଲ୍ୟ ରକ୍ତରେ ମୁକ୍ତ ହୋଇଅଛ।
ଆଉ, ତାହା ପରେ ବିଚାର ନିରୂପିତ ଅଛି, ସେହିପରି ଖ୍ରୀଷ୍ଟ ମଧ୍ୟ ଅନେକଙ୍କ ପାପ ବହନ କରିବା ନିମନ୍ତେ ଥରେ ମାତ୍ର ଉତ୍ସର୍ଗୀକୃତ ହେଲେ, କିନ୍ତୁ ଦ୍ୱିତୀୟ ଥର ପାପ ସକାଶେ ନୁହେଁ, ବରଂ ଯେଉଁମାନେ ତାହାଙ୍କ ଅପେକ୍ଷାରେ ଅଛନ୍ତି, ସେମାନଙ୍କ ପରିତ୍ରାଣ ନିମନ୍ତେ ଦର୍ଶନ ଦେବେ।
ତେବେ ଯେଉଁ ଖ୍ରୀଷ୍ଟ ଚିରନ୍ତନ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁନ୍ତ ବଳି ସ୍ୱରୂପେ ଈଶ୍ବରଙ୍କ ନିକଟରେ ଉତ୍ସର୍ଗ କଲେ, ତାହାଙ୍କ ରକ୍ତ କେତେ ଅଧିକ ପରିମାଣରେ ଜୀବିତ ଈଶ୍ବରଙ୍କ ସେବା କରିବା ନିମନ୍ତେ ମୃତ କର୍ମରୁ ଆମ୍ଭମାନଙ୍କ ବିବେକକୁ ଶୁଦ୍ଧ ନ କରିବ!
କିନ୍ତୁ ସେ ଯେପରି ଜ୍ୟୋତିର୍ନିବାସୀ, ଆମ୍ଭେମାନେ ଯଦି ସେହିପରି ଜ୍ୟୋତିଃରେ ଆଚରଣ କରୁ, ତେବେ ଆମ୍ଭମାନଙ୍କର ପରସ୍ପର ସହଭାଗିତା ଅଛି, ପୁଣି, ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ସମସ୍ତ ପାପରୁ ଆମ୍ଭମାନଙ୍କୁ ପରିଷ୍କାର କରେ।
କାରଣ ଯେଉଁ ଯେଉଁ ଶିକ୍ଷା ମୁଁ ପାଇଥିଲି, ସେଥିମଧ୍ୟରୁ ଏହି ପ୍ରଧାନ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଥିଲି ଯଥା, ଖ୍ରୀଷ୍ଟ ଶାସ୍ତ୍ର ଅନୁସାରେ ଆମ୍ଭମାନଙ୍କ ପାପ ନିମନ୍ତେ ମୃତ୍ୟୁଭୋଗ କଲେ, ସମାଧିପ୍ରାପ୍ତ ହେଲେ, ଶାସ୍ତ୍ର ଅନୁସାରେ ତୃତୀୟ ଦିବସରେ ଉତ୍ଥିତ ହେଲେ;
ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆମ୍ଭମାନଙ୍କ ନିମନ୍ତେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ସୁଗନ୍ଧି ନୈବେଦ୍ୟ ଓ ବଳି ସ୍ୱରୂପେ ଆପଣାକୁ ଉତ୍ସର୍ଗ କଲେ, ସେହିପରି ପ୍ରେମରେ ଆଚରଣ କର।
ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ।
Nosso sacrifício em resposta
Movidos pelo amor de Cristo, somos chamados a oferecer nossas vidas, nossos bens e nosso serviço como sacrifício vivo. Deus se agrada da entrega generosa.
କିମ୍ବା ଆପଣା ଆପଣାର ଅଙ୍ଗପ୍ରତ୍ୟଙ୍ଗକୁ ଅଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ପାପ ନିକଟରେ ସମର୍ପଣ କର ନାହିଁ, କିନ୍ତୁ ମୃତମାନଙ୍କ ମଧ୍ୟରୁ ଜୀବିତ ହେଲା ପରି ଆପଣା ଆପଣାକୁ ଈଶ୍ବରଙ୍କ ନିକଟରେ ସମର୍ପଣ କର, ପୁଣି, ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ଈଶ୍ବରଙ୍କ ନିକଟରେ ସମର୍ପଣ କର।
କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋ ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ରକ୍ଷା କରିବ।
ତୁମ୍ଭେ ଆପଣା ଧନରେ
ଓ ସମସ୍ତ ଆୟର ପ୍ରଥମ ଫଳରେ
ସଦାପ୍ରଭୁଙ୍କର ସମାଦର କର।
ବଳିଦାନ ଅପେକ୍ଷା ନ୍ୟାୟ ଓ ସୁବିଚାର
ସଦାପ୍ରଭୁଙ୍କର ଅଧିକ ଗ୍ରାହ୍ୟ।
କିନ୍ତୁ ‘ଆମ୍ଭେ ବଳିଦାନ ଭଲ ନ ପାଇ ଦୟା ଭଲ ପାଉ,’ ଏହି ବାକ୍ୟର ମର୍ମ ତୁମ୍ଭେମାନେ ଯାଇ ଶିକ୍ଷା କର, କାରଣ ମୁଁ ଧାର୍ମିକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, ମାତ୍ର ପାପୀମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସିଅଛି।"
ମାତ୍ର ମୁଁ ଧନ୍ୟବାଦ ସହିତ ତୁମ୍ଭ ଉଦ୍ଦେଶ୍ୟରେ ବଳିଦାନ କରିବି;
ମୁଁ ଯାହା ମାନତ କରିଅଛି, ତାହା ପରିଶୋଧ କରିବି;
ପରିତ୍ରାଣ ସଦାପ୍ରଭୁଙ୍କଠାରୁ ହୁଏ।"
ଯେ ଆପଣା ପୁତ୍ରଙ୍କୁ ସୁଦ୍ଧା ରକ୍ଷା କଲେ ନାହିଁ, ମାତ୍ର ଆମ୍ଭ ସମସ୍ତଙ୍କ ନିମନ୍ତେ ତାହାଙ୍କୁ ସମର୍ପଣ କଲେ, ସେ କିପରି ତାହାଙ୍କ ସହିତ ମଧ୍ୟ ସମସ୍ତ ବିଷୟ ଆମ୍ଭମାନଙ୍କୁ ଅନୁଗ୍ରହରେ ଦାନ ନ କରିବେ?
ଆଉ ଯୀଶୁ କହିଲେ, "ଆବ୍ବା, ପିତଃ, ସମସ୍ତ ତୁମ୍ଭର ସାଧ୍ୟ; ଏହି ପାନପାତ୍ର ମୋʼଠାରୁ ଦୂର କର; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା।"
କିନ୍ତୁ ମୁଁ ଯେପରି ମୋହର ନିରୂପିତ ପଥର ଶେଷ ଯାଏ ଦୌଡ଼ି ପାରେ, ଆଉ ଈଶ୍ବରଙ୍କ ଅନୁଗ୍ରହର ସୁସମାଚାର ପକ୍ଷରେ ସାକ୍ଷ୍ୟ ଦେବା ନିମନ୍ତେ ଯୀଶୁଙ୍କଠାରୁ ଯେଉଁ ସେବାର କାର୍ଯ୍ୟ ପାଇଅଛି, ତାହା ଯେପରି ସମ୍ପୂର୍ଣ୍ଣ କରିପାରେ, ଏଥିପାଇଁ ମୁଁ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ ନ କରି ତାହା ଛୋଟ ମନେ କରୁଅଛି।