Salvação
A salvação é a obra suprema de Deus. Pela graça, mediante a fé, somos salvos — não por obras, para que ninguém se glorie. É o presente mais precioso que a humanidade pode receber.
A salvação pela graça
A salvação é dom de Deus, não resultado de esforço humano. Somos justificados pela fé em Cristo Jesus e reconciliados com Deus pelo seu amor.
କାରଣ ଅନୁଗ୍ରହରେ ବିଶ୍ୱାସ ଦ୍ୱାରା ତୁମ୍ଭେମାନେ ପରିତ୍ରାଣ ପାଇଅଛ; ତାହା ତୁମ୍ଭମାନଙ୍କ ନିଜଠାରୁ ହୋଇ ନାହିଁ, ତାହା ଈଶ୍ବରଙ୍କ ଦାନ, କର୍ମରୁ ନୁହେଁ, ଯେପରି କେହି ଦର୍ପ ନ କରେ।
ସେତେବେଳେ ସେ ଆମ୍ଭମାନଙ୍କ କୃତ ଧର୍ମକର୍ମ ସକାଶେ ନୁହେଁ, ମାତ୍ର ଆପଣାର ଦୟାନୁସାରେ ନୂତନ ଜନ୍ମର ପ୍ରକ୍ଷାଳନ ଓ ପବିତ୍ର ଆତ୍ମାଙ୍କ ନୂତନୀକରଣ ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି;
ସେ ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି ଓ ପବିତ୍ର ଆହ୍ୱାନରେ ଆହ୍ୱାନ କରିଅଛନ୍ତି; ଆମ୍ଭମାନଙ୍କ କର୍ମ ଅନୁସାରେ ସେ ତାହା କରି ନାହାନ୍ତି, ମାତ୍ର ତାହାଙ୍କ ନିଜ ସଂକଳ୍ପ ଓ ଅନୁଗ୍ରହ ଅନୁସାରେ କରିଅଛନ୍ତି; ସେହି ଅନୁଗ୍ରହ ଜଗତର ସୃଷ୍ଟି ପୂର୍ବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ଦିଆଯାଇଥିଲା,
କାରଣ ମୁଁ ସୁସମାଚାର ସମ୍ବନ୍ଧରେ ଲଜ୍ଜାବୋଧ କରେ ନାହିଁ, ଯେଣୁ ତାହା ବିଶ୍ୱାସ କରୁଥିବା ପ୍ରତ୍ୟେକଙ୍କ ପକ୍ଷରେ ପରିତ୍ରାଣ ନିମନ୍ତେ ଈଶ୍ବରଙ୍କ ଶକ୍ତି ଅଟେ, ପ୍ରଥମତଃ ଯିହୁଦୀ ପକ୍ଷରେ, ଆଉ ମଧ୍ୟ ଗ୍ରୀକ୍ ପକ୍ଷରେ।
ସମସ୍ତେ ତ ପାପ କରିଅଛନ୍ତି, ପୁଣି, ଈଶ୍ବରଙ୍କ ଗୌରବରହିତ ହୋଇଅଛନ୍ତି,
ଧାର୍ମିକ ଲୋକ ନିମନ୍ତେ ପ୍ରାୟ କେହି ମୃତ୍ୟୁଭୋଗ କରିବ ନାହିଁ, ଉତ୍ତମ ଲୋକ ନିମନ୍ତେ ଅବା କେହି ପ୍ରାଣ ଦେବାକୁ ସାହସ କରିପାରେ। କିନ୍ତୁ ଆମ୍ଭେମାନେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଯେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ସେଥିରେ ଈଶ୍ବର ଆମ୍ଭମାନଙ୍କ ପ୍ରତି ଆପଣା ପ୍ରେମ ସପ୍ରମାଣ କରୁଅଛନ୍ତି।
କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ବରଙ୍କ ଅନୁଗ୍ରହ ଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନନ୍ତ ଜୀବନ ଅଟେ।
O caminho da salvação
Quem confessa Jesus como Senhor e crê em sua ressurreição será salvo. A fé em Cristo é o único caminho para a salvação.
ଯେଣୁ ତୁମ୍ଭେ ଯଦି ମୁଖରେ ଯୀଶୁଙ୍କୁ ପ୍ରଭୁ ବୋଲି ସ୍ୱୀକାର କରିବ, ଆଉ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି ବୋଲି ହୃଦୟରେ ବିଶ୍ୱାସ କରିବ, ତେବେ ପରିତ୍ରାଣ ପ୍ରାପ୍ତ ହେବ; କାରଣ ଧାର୍ମିକତାପ୍ରାପ୍ତି ନିମନ୍ତେ ମନୁଷ୍ୟ ହୃଦୟରେ ବିଶ୍ୱାସ କରେ ଓ ପରିତ୍ରାଣ ପ୍ରାପ୍ତି ନିମନ୍ତେ ମୁଖରେ ସ୍ୱୀକାର କରେ।
କାରଣ ଧାର୍ମିକତାପ୍ରାପ୍ତି ନିମନ୍ତେ ମନୁଷ୍ୟ ହୃଦୟରେ ବିଶ୍ୱାସ କରେ ଓ ପରିତ୍ରାଣ ପ୍ରାପ୍ତି ନିମନ୍ତେ ମୁଖରେ ସ୍ୱୀକାର କରେ।
ସେମାନେ କହିଲେ, ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କର, ତାହାହେଲେ ତୁମ୍ଭେ ଏବଂ ତୁମ୍ଭ ସପରିବାର ପରିତ୍ରାଣ ପାଇବ।
ସେମାନେ କହିଲେ, ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କର, ତାହାହେଲେ ତୁମ୍ଭେ ଏବଂ ତୁମ୍ଭ ସପରିବାର ପରିତ୍ରାଣ ପାଇବ।
ତାହାଙ୍କ ଛଡ଼ା ଆଉ କାହାଠାରେ ପରିତ୍ରାଣ ନାହିଁ; କାରଣ ଯାହା ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ ପାଇବାକୁ ହେବ, ଆକାଶ ତଳେ ମନୁଷ୍ୟମାନଙ୍କ ମଧ୍ୟରେ ଆଉ କୌଣସି ନାମ ଦିଆଯାଇ ନାହିଁ।"
ଆଉ, ଏପରି ଘଟିବ ଯେ,
ଯେ କେହି ପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ,
ସେ ପରିତ୍ରାଣ ପାଇବ।
ଯୀଶୁ ତାହାଙ୍କୁ କହିଲେ, "ମୁଁ ପଥ, ସତ୍ୟ ଓ ଜୀବନ; ମୋʼ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ।
କାରଣ ଈଶ୍ବର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ।
ମାତ୍ର ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ, ଅର୍ଥାତ୍, ଯେଉଁମାନେ ତାହାଙ୍କ ନାମରେ ବିଶ୍ୱାସ କଲେ, ସେ ସମସ୍ତଙ୍କୁ ସେ ଈଶ୍ବରଙ୍କ ସନ୍ତାନ ହେବା ନିମନ୍ତେ ଅଧିକାର ଦେଲେ;
Nova vida em Cristo
Quem está em Cristo é nova criação. A salvação não é apenas perdão, mas transformação completa — de dentro para fora, para a glória de Deus.
ଏଣୁ ଯଦି କେହି ଖ୍ରୀଷ୍ଟଙ୍କଠାରେ ଅଛି, ତେବେ ସେ ନୂତନ ସୃଷ୍ଟି ହୋଇଅଛି ପୁରାତନ ବିଷୟସବୁ ଲୋପ ପାଇଅଛି, ଦେଖ, ନୂତନ ବିଷୟସବୁ ହୋଇଅଛି।
ଯୀଶୁ ତାହାଙ୍କୁ ଉତ୍ତର ଦେଲେ, "ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ପୁନର୍ବାର ଜନ୍ମ ନ ହେଲେ କେହି ଈଶ୍ବରଙ୍କ ରାଜ୍ୟ ଦେଖି ପାରେ ନାହିଁ।"
"ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଫେରି ସାନ ପିଲା ପରି ନ ହେଲେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ।
ଯଦି ଆମ୍ଭେମାନେ ଆପଣା ଆପଣା ପାପ ସ୍ୱୀକାର କରୁ, ତେବେ ସେ ଆମ୍ଭମାନଙ୍କର ପାପ କ୍ଷମା କରିବାକୁ ଓ ସମସ୍ତ ଅଧର୍ମରୁ ଆମ୍ଭମାନଙ୍କୁ ପରିଷ୍କାର କରିବାକୁ ବିଶ୍ୱସ୍ତ ଓ ନ୍ୟାୟବାନ ଅଟନ୍ତି।
ବିଳମ୍ବ ବୋଲି ଯେପରି କେତେକ ଭାବନ୍ତି, ପ୍ରଭୁ ଆପଣା ପ୍ରତିଜ୍ଞା ବିଷୟରେ ସେପରି ବିଳମ୍ବ କରନ୍ତି ନାହିଁ; କିନ୍ତୁ ଯେପରି କେହି ବିନଷ୍ଟ ନ ହୁଅନ୍ତି, ବରଂ ସମସ୍ତେ ମନ-ପରିବର୍ତ୍ତନ କରନ୍ତି, ଏହା ଇଚ୍ଛା କରି ସେ ତୁମ୍ଭମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି।
ଦେଖ, ମୁଁ ଦ୍ୱାର ନିକଟରେ ଠିଆ ହୋଇ ଆଘାତ କରୁଅଛି; ଯଦି କେହି ମୋହର ସ୍ୱର ଶୁଣି ଦ୍ୱାର ଫିଟାଇଦେବ, ତାହାହେଲେ ମୁଁ ପ୍ରବେଶ କରି ତାହା ନିକଟକୁ ଯିବି, ପୁଣି, ତାହା ସହିତ ଭୋଜନ କରିବି ଓ ସେ ମୋ ସହିତ ଭୋଜନ କରିବ।
Segurança eterna
O crente tem a certeza da salvação. Ninguém pode arrebatar da mão de Deus aqueles que Ele chamou, justificou e glorificou.
ପୁଣି, ମୁଁ ସେମାନଙ୍କୁ ଅନନ୍ତ ଜୀବନ ଦିଏ, ଆଉ ସେମାନେ କଦାପି କେବେ ହେଁ ବିନଷ୍ଟ ହେବେ ନାହିଁ, ପୁଣି, କେହି ମୋʼ ହସ୍ତରୁ ସେମାନଙ୍କୁ ହରଣ କରିବ ନାହିଁ।
ଯେ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ମାତ୍ର ଯେ ପୁତ୍ରଙ୍କୁ ଅମାନ୍ୟ କରେ, ସେ ଜୀବନ ଦେଖିବ ନାହିଁ, କିନ୍ତୁ ସେ ଈଶ୍ବରଙ୍କ କ୍ରୋଧର ପାତ୍ର ହୋଇ ରହିଥାଏ।
ତୁମ୍ଭେମାନେ ତାହାଙ୍କୁ ନ ଦେଖି ପ୍ରେମ କରୁଅଛ, ପୁଣି, ଏବେ ସୁଦ୍ଧା ନ ଦେଖିଲେ ହେଁ ତାହାଙ୍କଠାରେ ବିଶ୍ୱାସ କରି ଅକଥନୀୟ ଓ ଗୌରବଯୁକ୍ତ ଆନନ୍ଦରେ ଆନନ୍ଦିତ ହୋଇ ତୁମ୍ଭମାନଙ୍କ ବିଶ୍ୱାସର ଫଳ ଯେ ଆତ୍ମାର ପରିତ୍ରାଣ, ତାହା ପାଉଅଛ। ଭାବବାଦୀମାନେ ତୁମ୍ଭମାନଙ୍କ ନିମନ୍ତେ ନିରୂପିତ ଅନୁଗ୍ରହ ବିଷୟରେ ଭାବବାଣୀ ପ୍ରକାଶ କଲେ,
ଯେ ବିଶ୍ୱାସ କରେ ଏବଂ ବାପ୍ତିଜିତ ହୁଏ, ସେ ପରିତ୍ରାଣ ପାଇବ; କିନ୍ତୁ ସେ ବିଶ୍ୱାସ କରେ ନାହିଁ, ସେ ଦଣ୍ଡାଜ୍ଞା ପାଇବ।
A salvação presente e futura
A salvação é passada (justificação), presente (santificação) e futura (glorificação). Deus nos salva, nos guarda e nos conduz à vida eterna.
କାରଣ ସମସ୍ତ ମାନବର ପରିତ୍ରାଣ ନିମନ୍ତେ ଈଶ୍ବରଙ୍କ ଅନୁଗ୍ରହ ପ୍ରକାଶିତ ହୋଇଅଛି, ପୁଣି, ଆମ୍ଭେମାନେ ଯେପରି ଅଧର୍ମ ଓ ସାଂସାରିକ ଅଭିଳାଷ ପରିତ୍ୟାଗ କରି ଏହି ବର୍ତ୍ତମାନ ଯୁଗରେ ସୁବୁଦ୍ଧି, ଧାର୍ମିକ ଓ ଭକ୍ତ ଭାବରେ ଜୀବନଯାପନ କରୁ,
ପୁଣି, ମୋଶାଙ୍କ ବ୍ୟବସ୍ଥା ଅନୁସାରେ ପ୍ରାୟ ସମସ୍ତ ବିଷୟ ରକ୍ତ ଦ୍ୱାରା ଶୁଚିକୃତ ହୁଏ, ଆଉ ରକ୍ତପାତ ବିନା ପାପ କ୍ଷମା ହୁଏ ନାହିଁ।
ଆଉ, ତାହା ପରେ ବିଚାର ନିରୂପିତ ଅଛି, ସେହିପରି ଖ୍ରୀଷ୍ଟ ମଧ୍ୟ ଅନେକଙ୍କ ପାପ ବହନ କରିବା ନିମନ୍ତେ ଥରେ ମାତ୍ର ଉତ୍ସର୍ଗୀକୃତ ହେଲେ, କିନ୍ତୁ ଦ୍ୱିତୀୟ ଥର ପାପ ସକାଶେ ନୁହେଁ, ବରଂ ଯେଉଁମାନେ ତାହାଙ୍କ ଅପେକ୍ଷାରେ ଅଛନ୍ତି, ସେମାନଙ୍କ ପରିତ୍ରାଣ ନିମନ୍ତେ ଦର୍ଶନ ଦେବେ।
କାରଣ ଆମ୍ଭେମାନେ ଶତ୍ରୁ ଥିବା ସମୟରେ ଯଦି ଈଶ୍ବରଙ୍କ ସହିତ ତାହାଙ୍କ ପୁତ୍ରଙ୍କ ମୃତ୍ୟୁ ଦ୍ୱାରା ମିଳିତ ହେଲୁ, ତାହାହେଲେ, ଆମ୍ଭେମାନେ ମିଳିତ ହୋଇ ତାହାଙ୍କ ଜୀବନ ଦ୍ୱାରା ନିଶ୍ଚୟ ପରିତ୍ରାଣ ପାଇବା।
ଯେଣୁ ଆଦମ ଦ୍ୱାରା ଯେପରି ସମସ୍ତେ ମୃତ୍ୟୁଭୋଗ କରନ୍ତି, ସେହିପରି ମଧ୍ୟ ଖ୍ରୀଷ୍ଟଙ୍କ ଦ୍ୱାରା ସମସ୍ତେ ସଜୀବ ହେବେ।
Nada é impossível para Deus
Aos homens é impossível, mas para Deus tudo é possível. Ele deseja que todos sejam salvos e cheguem ao conhecimento da verdade.
ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, "ଏହା ମନୁଷ୍ୟ ନିମନ୍ତେ ଅସାଧ୍ୟ, କିନ୍ତୁ ଈଶ୍ବରଙ୍କ ନିମନ୍ତେ ନୁହେଁ; କାରଣ ଈଶ୍ବରଙ୍କ ନିମନ୍ତେ ସମସ୍ତ ସାଧ୍ୟ।"
କିନ୍ତୁ ସେ କହିଲେ, "ଯାହା ମଣିଷର ଅସମ୍ଭବ, ତାହା ଈଶ୍ବରଙ୍କର ସମ୍ଭବ।"
କାରଣ ଯାହା ହଜିଅଛି, ତାହା ଖୋଜି ରକ୍ଷା କରିବାକୁ ମନୁଷ୍ୟପୁତ୍ର ଆସିଅଛନ୍ତି।"
କାରଣ ପ୍ରଭୁ ଆମ୍ଭମାନଙ୍କୁ ଏହି ପ୍ରକାର ଆଜ୍ଞା ଦେଇଅଛନ୍ତି,
"‘ଆମ୍ଭେ ତୁମ୍ଭକୁ ଅଣଯିହୁଦୀମାନଙ୍କ ନିମନ୍ତେ ଆଲୋକସ୍ୱରୂପେ ସ୍ଥାପନ କରିଅଛୁ,
ଯେପରି ତୁମ୍ଭେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ପରିତ୍ରାଣ ଆଣିବ।’"
ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କର, କାରଣ ସର୍ବନାଶକୁ ନେଇଯିବା ଦ୍ୱାର ଓସାର ଓ ପଥ ପ୍ରଶସ୍ତ, ପୁଣି, ତାହା ଦେଇ ପ୍ରବେଶ କରିବା ଲୋକେ ଅନେକ। ଆଉ ଜୀବନକୁ ନେଇଯିବା ଦ୍ୱାର ସଂକୀର୍ଣ୍ଣ ଓ ପଥ ଦୁର୍ଗମ, ପୁଣି, ତାହାର ସନ୍ଧାନ ପାଇବା ଲୋକେ ଅଳ୍ପ।
ଅବା, ଅଧାର୍ମିକମାନେ ଯେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍ ଆଚାରୀ କି ପୁଂମୈଥୁନକାରୀ କି ଚୋର କି ଧନଲୋଭୀ କି ମତୁଆଳ କି ନିନ୍ଦକ କି ପରଦ୍ରବ୍ୟ ଲୁଣ୍ଠନକାରୀ, ଏମାନେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ।
ଯୀଶୁ ତାହାକୁ କହିଲେ, "ଯାଅ, ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରିଅଛି।" ତତ୍କ୍ଷଣାତ୍ ସେ ଦୃଷ୍ଟି ପାଇ ପଥରେ ତାହାଙ୍କ ପଛେ ପଛେ ଚାଲିବାକୁ ଲାଗିଲା।
ମୋହର ପ୍ରାଣ କେବଳ ପରମେଶ୍ୱରଙ୍କର ଅପେକ୍ଷା କରେ;
ତାହାଙ୍କଠାରୁ ମୋହର ପରିତ୍ରାଣ ଆସେ।
ତୁମ୍ଭେ ମଧ୍ୟ ଆପଣା ପରିତ୍ରାଣର ଢାଲ ମୋତେ ଦେଇଅଛ; ଆଉ, ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରି ରଖିଅଛି ଓ ତୁମ୍ଭର ନମ୍ରତା ମୋତେ ବୃଦ୍ଧିପ୍ରାପ୍ତ କରିଅଛି।
ତୁମ୍ଭେ ମୋʼ ପାଦ ପକାଇବାର ସ୍ଥାନ ପ୍ରଶସ୍ତ କରିଅଛ ଓ ମୋʼ ପାଦ ଖସି ଯାଇ ନାହିଁ।
କାରଣ ଯଦ୍ୟପି ଡିମ୍ବିରିବୃକ୍ଷ ପୁଷ୍ପିତ ନୋହିବ, କିଅବା ଦ୍ରାକ୍ଷାଲତାରେ ଫଳ ନ ଧରିବ;
ଜୀତବୃକ୍ଷ ଫଳ ନ ଫଳିବ ଓ କ୍ଷେତ୍ର ଖାଦ୍ୟଦ୍ରବ୍ୟ ଉତ୍ପନ୍ନ ନ କରିବ;
ଖୁଆଡ଼ରୁ ମେଷପଲ ଉଚ୍ଛିନ୍ନ ହେବ, ଆଉ ଗୋଠରେ ଗୋରୁପଲ ନ ଥିବ;
ତଥାପି ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି। ମୁଁ ଆପଣା ତ୍ରାଣର ପରମେଶ୍ୱରଙ୍କଠାରେ ଉଲ୍ଲାସ କରିବି।
ତୁମ୍ଭେ ଆମ୍ଭ ଦୃଷ୍ଟିରେ ବହୁମୂଲ୍ୟ ଓ ସମ୍ଭ୍ରାନ୍ତ ହୋଇଅଛ ଓ ଆମ୍ଭେ ତୁମ୍ଭକୁ ପ୍ରେମ କରିଅଛୁ;
ଏହେତୁ ଆମ୍ଭେ ତୁମ୍ଭ ପରିବର୍ତ୍ତେ ମନୁଷ୍ୟମାନଙ୍କୁ ଓ ତୁମ୍ଭ ପ୍ରାଣର ପରିବର୍ତ୍ତେ ଗୋଷ୍ଠୀବର୍ଗକୁ ଦେବା।