Saúde
A saúde é uma bênção de Deus. A Bíblia ensina que Deus é nosso curador, que devemos cuidar do corpo como templo do Espírito e que a alegria do Senhor renova nossas forças.
Deus, o nosso curador
O Senhor é quem sara todas as nossas doenças. Ele prometeu abençoar o pão e a água e tirar as enfermidades do meio do seu povo.
ତୁମ୍ଭେମାନେ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କର ସେବା କରିବ; ତହିଁରେ ସେ ତୁମ୍ଭମାନଙ୍କ ଅନ୍ନ ଓ ଜଳରେ ଆଶୀର୍ବାଦ କରିବେ, ପୁଣି, ଆମ୍ଭେ ତୁମ୍ଭ ମଧ୍ୟରୁ ରୋଗ ଦୂର କରିବା।
ସେ ଭଗ୍ନାନ୍ତଃକରଣମାନଙ୍କୁ ସୁସ୍ଥ କରନ୍ତି
ଓ ସେମାନଙ୍କ କ୍ଷତସବୁ ବାନ୍ଧନ୍ତି।
ପୀଡ଼ିତମାନଙ୍କୁ ସୁସ୍ଥ କର, ମୃତମାନଙ୍କୁ ଉଠାଅ, କୁଷ୍ଠରୋଗୀମାନଙ୍କୁ ଶୁଚି କର, ଭୂତମାନଙ୍କୁ ବାହାର କର। ତୁମ୍ଭେମାନେ ବିନାମୂଲ୍ୟରେ ପାଇଅଛ, ବିନାମୂଲ୍ୟରେ ଦାନ କର।
କିନ୍ତୁ ଯୀଶୁ ତାହା ଶୁଣି କହିଲେ, "ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ଆବଶ୍ୟକ ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ଆବଶ୍ୟକ ଅଛି।
O corpo como templo
Nosso corpo é templo do Espírito Santo. A Bíblia nos encoraja a cuidar da saúde física com disciplina e reverência a Deus.
ଅବା ତୁମ୍ଭମାନଙ୍କ ଶରୀର ଯେ ଈଶ୍ବରଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ଅନ୍ତର୍ବାସୀ ପବିତ୍ର ଆତ୍ମାଙ୍କ ମନ୍ଦିର, ଏହା କଅଣ ଜାଣ ନାହିଁ? ଆଉ, ତୁମ୍ଭେମାନେ ନିଜେ ନିଜର ନୁହଁ; ଈଶ୍ବର ତୁମ୍ଭମାନଙ୍କୁ ବିଶେଷ ମୂଲ୍ୟରେ କିଣିଅଛନ୍ତି; ଏଣୁ ତୁମ୍ଭମାନଙ୍କ ଶରୀରରେ ଈଶ୍ବରଙ୍କ ଗୌରବ ପ୍ରକାଶ କର।
କାରଣ ଶାରୀରିକ ବ୍ୟାୟାମ ଅଳ୍ପ ବିଷୟରେ ଲାଭଜନକ, କିନ୍ତୁ ଈଶ୍ବରପରାୟଣତା ଇହକାଳ ଓ ପରକାଳରେ ପ୍ରତିଜ୍ଞାଯୁକ୍ତ ହୋଇ ସମସ୍ତ ବିଷୟରେ ଲାଭଜନକ ଅଟେ।
ପ୍ରିୟ ବନ୍ଧୁ, ତୁମ୍ଭ ଜୀବନର ଯେପରି ମଙ୍ଗଳ ହେଉଅଛି, ସେହିପରି ସର୍ବ ବିଷୟରେ ତୁମ୍ଭର ମଙ୍ଗଳ ହେଉ ଏବଂ ତୁମ୍ଭେ ସ୍ୱାସ୍ଥ୍ୟ ଭୋଗ କରୁଥାଅ, ଏହା ମୋହର ପ୍ରାର୍ଥନା।
ତୁମ୍ଭେ ଆପଣା ଦୃଷ୍ଟିରେ ଜ୍ଞାନବାନ ହୁଅ ନାହିଁ;
ସଦାପ୍ରଭୁଙ୍କୁ ଭୟ କର ଓ ମନ୍ଦତାରୁ ବିମୁଖ ହୁଅ।
ତାହା ତୁମ୍ଭ ନାଭିଦେଶର ସ୍ୱାସ୍ଥ୍ୟ
ଓ ଅସ୍ଥିର ମଜ୍ଜା ହେବ।
A alegria que cura
O coração alegre é bom remédio. A esperança do coração traz alegria, e as palavras agradáveis são como favo de mel — doçura para a alma e saúde para o corpo.
ଆନନ୍ଦିତ ହୃଦୟ ଉତ୍ତମ ଔଷଧ;
ମାତ୍ର ଭଗ୍ନ ଆତ୍ମା ଅସ୍ଥିସବୁକୁ ଶୁଷ୍କ କରେ।
ମନୋହର ଭାଷା ମଧୁଚାକ ସଦୃଶ,
ତାହା ମନକୁ ସୁମିଷ୍ଟ, ଅସ୍ଥିକୁ ସ୍ୱାସ୍ଥ୍ୟ।
ଆଶାସିଦ୍ଧିର ବିଳମ୍ବ ମନର ପୀଡ଼ାଜନକ;
ମାତ୍ର ବାଞ୍ଛାର ସିଦ୍ଧି ଜୀବନ-ବୃକ୍ଷ ସ୍ୱରୂପ।
ଏହେତୁ ଆପଣା ହୃଦୟରୁ ବିରକ୍ତି ଦୂର କର ଓ ଆପଣା ଶରୀରରୁ ଦୁଃଖ ଦୂର କର; କାରଣ ଯୌବନ ଓ ଜୀବନର ଉତ୍ତମାଂଶ ଅସାର।