Seguir a Jesus
Seguir a Jesus é o convite mais transformador da Bíblia. Jesus chamou pescadores, cobradores de impostos e pessoas comuns para deixar tudo e segui-lo. Esse chamado continua vivo hoje.
O chamado de Jesus
Jesus disse: 'Segue-me'. Esse convite simples e poderoso mudou a vida de pescadores, publicanos e pessoas comuns ao longo da história.
ସେ ସେମାନଙ୍କୁ କହିଲେ, "ମୋହର ଅନୁଗମନ କର, ମୁଁ ତୁମ୍ଭମାନଙ୍କୁ ମନୁଷ୍ୟ ଧରିବା ଶିଖାଇବି।" ସେଥିରେ ସେମାନେ ସେହିକ୍ଷଣି ଜାଲ ଛାଡ଼ି ତାହାଙ୍କର ଅନୁଗମନ କଲେ।
ମାଥିଉଙ୍କୁ ଆହ୍ୱାନ
ଯୀଶୁ ସେଠାରୁ ଯାଉ ଯାଉ ମାଥିଉ ନାମକ ଜଣେ ବ୍ୟକ୍ତିଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, "ମୋହର ଅନୁଗମନ କର।" ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ।
ଫିଲିପ୍ପ ଓ ନିଥନିୟେଲଙ୍କୁ ଆହ୍ୱାନ
ତହିଁ ଆରଦିନ ଯୀଶୁ ଗାଲିଲୀକୁ ବାହାରିଯିବା ପାଇଁ ଇଚ୍ଛା କଲେ, ଆଉ ସେ ଫିଲିପ୍ପଙ୍କ ଦେଖା ପାଇ ତାହାଙ୍କୁ କହିଲେ, "ମୋହର ଅନୁଗମନ କର।"
ଯୀଶୁଙ୍କ ଶିଷ୍ୟ ହେବାର ଯୋଗ୍ୟତା
ସେମାନେ ବାଟରେ ଯାଉଥିବା ସମୟରେ ଜଣେ ଲୋକ ତାହାଙ୍କୁ କହିଲେ, ଆପଣ ଯେକୌଣସି ସ୍ଥାନକୁ ଯିବେ, ମୁଁ ଆପଣଙ୍କ ଅନୁଗମନ କରିବି। ଯୀଶୁ ତାହାଙ୍କୁ କହିଲେ, "କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି, ମାତ୍ର ମନୁଷ୍ୟପୁତ୍ରର ମୁଣ୍ଡ ଗୁଞ୍ଜିବାର ସ୍ଥାନ ନାହିଁ।"
ପୁଣି, ସେ ଆଉ ଜଣକୁ କହିଲେ, "ମୋହର ଅନୁଗମନ କର।" କିନ୍ତୁ ସେ କହିଲେ, ପ୍ରଭୁ, ପ୍ରଥମେ ଯାଇ ମୋହର ପିତାଙ୍କ ମୃତ୍ୟୁ ପର୍ଯ୍ୟନ୍ତ ଅପେକ୍ଷା କରିବା ପାଇଁ ଏବଂ ତାହାଙ୍କୁ ସମାଧି ଦେବା ପର୍ଯ୍ୟନ୍ତ ରହିବା ପାଇଁ ମୋତେ ଅନୁମତି ଦିଅନ୍ତୁ। ମାତ୍ର ସେ ତାହାଙ୍କୁ କହିଲେ, "ମୃତମାନଙ୍କୁ ଆପଣା ଆପଣା ମୃତ ଲୋକଙ୍କୁ ସମାଧି ଦେବା ପାଇଁ ଛାଡ଼ିଦିଅ, କିନ୍ତୁ ତୁମ୍ଭେ ଯାଇ ଈଶ୍ବରଙ୍କ ରାଜ୍ୟ ପ୍ରଚାର କର।"
ଆଉ ଜଣେ ମଧ୍ୟ କହିଲେ, ପ୍ରଭୁ, ମୁଁ ଆପଣଙ୍କର ଅନୁଗମନ କରିବି, ମାତ୍ର ପ୍ରଥମେ ମୋହର ଗୃହରେ ଥିବା ଲୋକମାନଙ୍କଠାରୁ ବିଦାୟ ନେବା ନିମନ୍ତେ ମୋତେ ଅନୁମତି ଦିଅନ୍ତୁ। କିନ୍ତୁ ଯୀଶୁ ତାହାଙ୍କୁ କହିଲେ, "ଯେ ଲଙ୍ଗଳରେ ହାତ ଦେଇ ପଛକୁ ଚାହେଁ, ସେ ଈଶ୍ବରଙ୍କ ରାଜ୍ୟର ଯୋଗ୍ୟ ନୁହେଁ।"
O custo do discipulado
Seguir a Jesus exige renúncia. É preciso tomar a cruz diariamente, deixar tudo para trás e amar a Cristo acima de qualquer outro vínculo.
ଯୀଶୁଙ୍କ ଅନୁଗମନକାରୀ ହେବାର ଅର୍ଥ
ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, "କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ଆପଣା କ୍ରୁଶ ନେଇ ମୋହର ଅନୁଗମନ କରୁ।
"କେହି ଯେବେ ମୋʼ ପାଖକୁ ଆସି ନିଜର ପିତା, ମାତା, ସ୍ତ୍ରୀ, ସନ୍ତାନ, ଭାଇ ଓ ଭଉଣୀମାନଙ୍କୁ ଏପରିକି ନିଜ ପ୍ରାଣକୁ ସୁଦ୍ଧା ମୋʼଠାରୁ ଅଧିକ ପ୍ରିୟ ମନେ କରେ, ତେବେ ସେ ମୋହର ଶିଷ୍ୟ ହୋଇପାରେ ନାହିଁ। ଯେ କେହି ଆପଣା କ୍ରୁଶ ବହନ କରି ମୋହର ଅନୁସରଣ ନ କରେ, ସେ ମୋହର ଶିଷ୍ୟ ହୋଇପାରେ ନାହିଁ।
ପିତର ତାହାଙ୍କୁ କହିବାକୁ ଲାଗିଲେ, ଦେଖନ୍ତୁ, ଆମ୍ଭେମାନେ ସମସ୍ତ ପରିତ୍ୟାଗ କରି ଆପଣଙ୍କ ଅନୁଗାମୀ ହୋଇଅଛୁ। ଯୀଶୁ କହିଲେ, "ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଲୋକ ମୋହର ଓ ସୁସମାଚାର ନିମନ୍ତେ ଗୃହ କିମ୍ବା ଭାଇ କି ଭଉଣୀ କି ମାତା କି ପିତା କି ସନ୍ତାନସନ୍ତତି କି ଭୂମି ପରିତ୍ୟାଗ କରିଅଛି, ଆଉ ଏବେ ଇହକାଳରେ ତାଡ଼ନା ସଙ୍ଗେ ସଙ୍ଗେ ଶତ ଗୁଣରେ ଗୃହ, ଭାଇ, ଭଉଣୀ, ମାତା, ସନ୍ତାନସନ୍ତତି ଓ ଭୂମି, ପୁଣି, ପରକାଳରେ ଅନନ୍ତ ଜୀବନ ନ ପାଇବ, ଏପରି ଲୋକ କେହି ନାହିଁ। କିନ୍ତୁ ପ୍ରଥମରେ ଥିବା ଅନେକ ଲୋକ ଶେଷରେ ପଡ଼ିବେ ଓ ଶେଷରେ ଥିବା ଅନେକ ଲୋକ ପ୍ରଥମ ହେବେ।"
Caminhar com Cristo
Quem segue a Jesus não anda em trevas, mas tem a luz da vida. Ele nos convida a crescer nele e a servir como Ele serviu.
ଯୀଶୁ ଜଗତର ଜ୍ୟୋତିଃ
ଯୀଶୁ ପୁନର୍ବାର ଲୋକମାନଙ୍କୁ ଶିକ୍ଷା ଦେଇ କହିଲେ, "ମୁଁ ଜଗତର ଜ୍ୟୋତିଃ; ଯେ ମୋହର ଅନୁଗମନ କରେ, ସେ କେବେ ହେଁ ଅନ୍ଧକାରରେ ଭ୍ରମଣ କରିବ ନାହିଁ, ବରଂ ଜୀବନର ଜ୍ୟୋତିଃ ପାଇବ।"
କେହି ଯେବେ ମୋହର ସେବକ, ତେବେ ସେ ମୋହର ଅନୁଗମନ କରୁ; ଆଉ, ମୁଁ ଯେଉଁଠାରେ ଥାଏ, ମୋହର ସେବକ ମଧ୍ୟ ସେହିଠାରେ ରହିବ; କେହି ଯେବେ ମୋହର ସେବା କରେ, ତେବେ ପିତା ତାହାକୁ ସମ୍ମାନ ଦେବେ।"
ଏଥିନିମନ୍ତେ ହିଁ ତୁମ୍ଭେମାନେ ଆହୂତ ହୋଇଅଛ, କାରଣ ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ପଦଚିହ୍ନ ଦେଇ ଗମନ କର, ସେଥିପାଇଁ ସେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ଦୁଃଖଭୋଗ କରି ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଦେଇ ଯାଇଅଛନ୍ତି;
"ସେ କୌଣସି ପାପ କଲେ ନାହିଁ,
କିଅବା ତାହାଙ୍କ ମୁଖରେ କୌଣସି ଛଳକଥା ନ ଥିଲା।"
ସେ ନିନ୍ଦା ପାଇବା ବଦଳରେ ଫେରି ନିନ୍ଦା କଲେ ନାହିଁ; ଦୁଃଖଭୋଗ ସହ୍ୟ କରିବା ବଦଳରେ ପ୍ରତିହିଂସା କରିବାକୁ ଭୟ ଦେଖାଇଲେ ନାହିଁ, କିନ୍ତୁ ନ୍ୟାୟବିଚାରକର୍ତ୍ତା ଈଶ୍ବରଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କଲେ;
କିନ୍ତୁ ସତ୍ୟ ଅବଲମ୍ବନ କରି ମସ୍ତକ ସ୍ୱରୂପ ଯେ ଖ୍ରୀଷ୍ଟ, ତାହାଙ୍କ ଉଦ୍ଦେଶ୍ୟରେ ସର୍ବ ବିଷୟରେ ପ୍ରେମରେ ବୃଦ୍ଧି ପାଉ;
ତୁମ୍ଭେମାନେ ଆମ୍ଭର ଶାସନ ମାନ୍ୟ କରିବ ଓ ଆମ୍ଭର ବିଧି ପାଳନ କରିବ ଓ ତଦନୁସାରେ ଆଚରଣ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।