A segunda vinda de Cristo
A segunda vinda de Cristo é a esperança suprema da Igreja. Jesus prometeu que voltará com poder e grande glória para julgar os vivos e os mortos e estabelecer seu Reino eterno.
A promessa do retorno
Jesus prometeu voltar. Os anjos declararam que Ele virá da mesma forma como ascendeu. A Igreja aguarda esse dia glorioso com expectativa.
ପୁଣି, ସେମାନେ କହିଲେ, ହେ ଗାଲିଲୀୟ ଲୋକେ, କାହିଁକି ତୁମ୍ଭେମାନେ ଆକାଶ ଆଡ଼କୁ ଚାହିଁ ଠିଆ ହୋଇଅଛ? ଏହି ଯେଉଁ ଯୀଶୁ ତୁମ୍ଭମାନଙ୍କ ନିକଟରୁ ସ୍ୱର୍ଗରେ ଗୃହୀତ ହେଲେ, ତାହାଙ୍କୁ ତୁମ୍ଭେମାନେ ଯେଉଁ ପ୍ରକାରେ ସ୍ୱର୍ଗକୁ ଯିବାର ଦେଖିଲ, ସେ ସେହି ପ୍ରକାରେ ଆଗମନ କରିବେ।
ସେ ଯାଉ ଯାଉ ସେମାନେ ଆକାଶ ଆଡ଼କୁ ଏକଦୃଷ୍ଟିରେ ଚାହିଁଅଛନ୍ତି; ଏପରି ସମୟରେ, ଦେଖ, ଶୁକ୍ଳ ବସ୍ତ୍ର ପରିହିତ ଦୁଇ ଜଣ ପୁରୁଷ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ, ପୁଣି, ସେମାନେ କହିଲେ, ହେ ଗାଲିଲୀୟ ଲୋକେ, କାହିଁକି ତୁମ୍ଭେମାନେ ଆକାଶ ଆଡ଼କୁ ଚାହିଁ ଠିଆ ହୋଇଅଛ? ଏହି ଯେଉଁ ଯୀଶୁ ତୁମ୍ଭମାନଙ୍କ ନିକଟରୁ ସ୍ୱର୍ଗରେ ଗୃହୀତ ହେଲେ, ତାହାଙ୍କୁ ତୁମ୍ଭେମାନେ ଯେଉଁ ପ୍ରକାରେ ସ୍ୱର୍ଗକୁ ଯିବାର ଦେଖିଲ, ସେ ସେହି ପ୍ରକାରେ ଆଗମନ କରିବେ।
ଯୀଶୁ ହିଁ ପଥ, ସତ୍ୟ ଓ ଜୀବନ
"ତୁମ୍ଭମାନଙ୍କ ହୃଦୟ ଉଦ୍ବିଗ୍ନ ନ ହେଉ; ତୁମ୍ଭେମାନେ ଈଶ୍ବରଙ୍କଠାରେ ବିଶ୍ୱାସ କର, ମୋʼ ଠାରେ ମଧ୍ୟ ବିଶ୍ୱାସ କର। ମୋହର ପିତାଙ୍କ ଗୃହରେ ଅନେକ ବାସସ୍ଥାନ ଅଛି; ଯଦି ନ ଥାଆନ୍ତା, ତାହାହେଲେ ମୁଁ ତୁମ୍ଭମାନଙ୍କୁ କହିଥାଆନ୍ତି, ମୁଁ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କରିବାକୁ ଯାଉଅଛି; ପୁଣି, ମୁଁ ଯାଇ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କଲେ ପୁନର୍ବାର ଆସିବି, ଆଉ ମୁଁ ଯେଉଁ ସ୍ଥାନରେ ଥାଏ, ତୁମ୍ଭେମାନେ ମଧ୍ୟ ଯେପରି ସେହି ସ୍ଥାନରେ ରହିବ, ସେଥିନିମନ୍ତେ ତୁମ୍ଭମାନଙ୍କୁ ଆପଣା ନିକଟକୁ ଘେନିଯିବି।
ଯେ ଏହି ସମସ୍ତ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି, ସେ କହନ୍ତି, "ସତ୍ୟ, ଆମ୍ଭେ ଶୀଘ୍ର ଆସୁଅଛୁ।" ଆମେନ୍, ହେ ପ୍ରଭୁ ଯୀଶୁ, ଆସନ୍ତୁ।
ଯେ ଏହି ସମସ୍ତ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି, ସେ କହନ୍ତି, "ସତ୍ୟ, ଆମ୍ଭେ ଶୀଘ୍ର ଆସୁଅଛୁ।" ଆମେନ୍, ହେ ପ୍ରଭୁ ଯୀଶୁ, ଆସନ୍ତୁ।
"ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ପ୍ରତ୍ୟେକ ଲୋକକୁ ତାହାର କର୍ମାନୁସାରେ ଫଳ ଦେବାକୁ ଆମ୍ଭର ପୁରସ୍କାର ଆମ୍ଭ ସଙ୍ଗରେ ଅଛି।
Os sinais dos tempos
Jesus descreveu os sinais que precederão sua volta: falsos profetas, guerras, fome, terremotos e tribulação. Devemos discernir os tempos sem nos alarmar.
ଯୁଗ ଶେଷର ଲକ୍ଷଣ
ପରେ ସେ ଜୀତପର୍ବତ ଉପରେ ବସନ୍ତେ ଶିଷ୍ୟମାନେ ତାହାଙ୍କ ଛାମୁକୁ ଗୋପନରେ ଆସି ପଚାରିଲେ, ଏସବୁ କେବେ ଘଟିବ, ପୁଣି, ଆପଣଙ୍କ ଆଗମନ ଓ ଯୁଗାନ୍ତର ଲକ୍ଷଣ କଅଣ, ତାହା ଆମ୍ଭମାନଙ୍କୁ କୁହନ୍ତୁ। ସେଥିରେ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, "ସାବଧାନ, କେହି ଯେପରି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରେ। କାରଣ ଅନେକେ ମୋ ନାମରେ ଆସି ମୁଁ ଖ୍ରୀଷ୍ଟ ବୋଲି କହି ଅନେକଙ୍କୁ ଭ୍ରାନ୍ତ କରିବେ। ଆଉ, ତୁମ୍ଭେମାନେ ଯୁଦ୍ଧର ବିଷୟ ଓ ସଂଗ୍ରାମର ଜନରବ ଶୁଣିବ; ସାବଧାନ, ବ୍ୟାକୁଳ ହୁଅ ନାହିଁ। କାରଣ ଏହି ସମସ୍ତ ଅବଶ୍ୟ ଘଟିବ, କିନ୍ତୁ ସେହି କାଳ ଯୁଗାନ୍ତ ନୁହେଁ।
ସେହି ସମୟରେ ଲୋକେ ତୁମ୍ଭମାନଙ୍କୁ କଷ୍ଟ ଭୋଗିବା ପାଇଁ ସମର୍ପଣ କରିବେ ଓ ତୁମ୍ଭମାନଙ୍କୁ ବଧ କରିବେ, ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତ ଜାତିଙ୍କ ଦ୍ୱାରା ଘୃଣିତ ହେବ। ସେତେବେଳେ ଅନେକେ ବିଘ୍ନ ପାଇବେ, ପୁଣି, ପରସ୍ପରକୁ ଧରାଇଦେବେ ଓ ପରସ୍ପରକୁ ଘୃଣା କରିବେ, ଆଉ ଅନେକ ଭଣ୍ଡ ଭାବବାଦୀ ଉଠି ଅନେକଙ୍କୁ ଭ୍ରାନ୍ତ କରିବେ,
ପୁଣି, ଅଧର୍ମ ବୃଦ୍ଧି ପାଇବାରୁ ଅଧିକାଂଶ ଲୋକଙ୍କର ପ୍ରେମ ଶୀତଳ ହୋଇଯିବ। ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ।
ଆଉ, ସମସ୍ତ ଜାତି ନିକଟରେ ସାକ୍ଷ୍ୟ ଦେବା ପାଇଁ ରାଜ୍ୟର ଏହି ସୁସମାଚାର ସମୁଦାୟ ପୃଥିବୀରେ ଘୋଷଣା କରାଯିବ, ତତ୍ପରେ ଯୁଗାନ୍ତ ହେବ।
କାରଣ ସେତେବେଳେ ଏପରି ମହାକ୍ଲେଶ ଘଟିବ ଯେ ଜଗତର ଆରମ୍ଭରୁ ଆଜି ପର୍ଯ୍ୟନ୍ତ ଘଟି ନାହିଁ, ପୁଣି, କେବେ ହେଁ ଘଟିବ ନାହିଁ। ଆଉ, ସେହି ସମୟ ଯେବେ ଊଣା କରାଯାଇ ନ ଥାଆନ୍ତା, ତେବେ କୌଣସି ମନୁଷ୍ୟ ପରିତ୍ରାଣ ପାଆନ୍ତା ନାହିଁ, ମାତ୍ର ମନୋନୀତ ଲୋକଙ୍କ ସକାଶେ ସେହି ସମୟ ଊଣା କରାଯିବ।
ସେତେବେଳେ ‘ଦେଖ, ଖ୍ରୀଷ୍ଟ ଏଠାରେ’ କିମ୍ବା ‘ସେଠାରେ’, କେହି ଯେବେ ତୁମ୍ଭମାନଙ୍କୁ ଏପରି କହିବ, ତେବେ ତାହା ବିଶ୍ୱାସ କର ନାହିଁ। କାରଣ ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ମହା ମହା ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ସୁଦ୍ଧା ଭ୍ରାନ୍ତ କରିବେ। ଦେଖ, ମୁଁ ପୂର୍ବରୁ ତୁମ୍ଭମାନଙ୍କୁ ଜଣାଇଲି।
ସେତେବେଳେ ‘ଦେଖ, ଖ୍ରୀଷ୍ଟ ଏଠାରେ’ କିମ୍ବା ‘ସେଠାରେ’, କେହି ଯେବେ ତୁମ୍ଭମାନଙ୍କୁ ଏପରି କହିବ, ତେବେ ତାହା ବିଶ୍ୱାସ କର ନାହିଁ। କାରଣ ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ମହା ମହା ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ସୁଦ୍ଧା ଭ୍ରାନ୍ତ କରିବେ। ଦେଖ, ମୁଁ ପୂର୍ବରୁ ତୁମ୍ଭମାନଙ୍କୁ ଜଣାଇଲି। ଅତଏବ, ‘ଦେଖ, ସେ ପ୍ରାନ୍ତରରେ ଅଛନ୍ତି,’ ଲୋକେ ଯଦି ତୁମ୍ଭମାନଙ୍କୁ ଏହି କଥା କହିବେ, ତେବେ ବାହାରିଯାଅ ନାହିଁ; ‘ଦେଖ, ସେ ଗୁପ୍ତ କୋଠରୀରେ ଅଛନ୍ତି,’ ଯଦି ଏହା କହିବେ, ତେବେ ତାହା ବିଶ୍ୱାସ କର ନାହିଁ।
ଗଛ ଓ ତାʼ ଫଳ
ଭଣ୍ଡ ଭାବବାଦୀମାନଙ୍କଠାରୁ ସାବଧାନ ହୋଇଥାଅ; ସେମାନେ ମେଣ୍ଢାବେଶରେ ତୁମ୍ଭମାନଙ୍କ ପାଖକୁ ଆସନ୍ତି, କିନ୍ତୁ ଅନ୍ତରରେ ସେମାନେ ହିଂସକ ବାଘ!
କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ପୁଣି, ସ୍ଥାନେ ସ୍ଥାନେ ଭୂମିକମ୍ପ ହେବ ଓ ଦୁର୍ଭିକ୍ଷ ପଡ଼ିବ; ଏହି ସମସ୍ତ ପ୍ରସବବେଦନାର ଆରମ୍ଭମାତ୍ର।
କିନ୍ତୁ ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୋଇଥାଅ; ଲୋକେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ, ଆଉ ତୁମ୍ଭେମାନେ ସମାଜଗୃହଗୁଡ଼ିକରେ ପ୍ରହାରିତ ହେବ ଏବଂ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ଛାମୁରେ ସେମାନଙ୍କ ପ୍ରତି ସାକ୍ଷ୍ୟ ଦେବା ନିମନ୍ତେ ଠିଆ କରାଯିବ। ପୁଣି, ସମସ୍ତ ଜାତି ନିକଟରେ ସୁସମାଚାର ପ୍ରଥମରେ ଅବଶ୍ୟ ଘୋଷଣା କରାଯିବ।
ଭାଇ ଭାଇକୁ ଓ ପିତା ପୁତ୍ରକୁ ମୃତ୍ୟୁଭୋଗ କରିବା ନିମନ୍ତେ ସମର୍ପଣ କରିବେ; ପୁଣି, ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ; ଆଉ, ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ; ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ।"
ଆଉ ମହା ଭୂମିକମ୍ପ ଓ ବିଭିନ୍ନ ସ୍ଥାନରେ ମହାମାରୀ ଓ ଦୁର୍ଭିକ୍ଷ ହେବ, ପୁଣି, ଆକାଶମଣ୍ଡଳରେ ଭୟଙ୍କର ଦୃଶ୍ୟ ଓ ମହା ମହାଲକ୍ଷଣ ଦେଖାଯିବ।
A vinda gloriosa
Cristo virá nas nuvens com poder e grande glória, enviará seus anjos e reunirá seus escolhidos dos quatro ventos.
ମନୁଷ୍ୟପୁତ୍ରଙ୍କ ପୁନରାଗମନ
"ମାତ୍ର ସେହି ସମୟର କଷ୍ଟ ପରେ
‘ହଠାତ୍ ସୂର୍ଯ୍ୟ ଅନ୍ଧକାରମୟ ହେବ
ଓ ଚନ୍ଦ୍ର ଆଲୋକ ଦେବ ନାହିଁ,
ପୁଣି, ନକ୍ଷତ୍ରମାଳା ଆକାଶରୁ ପଡ଼ିବେ
ଓ ଆକାଶମଣ୍ଡଳର ଶକ୍ତିସମୂହ ବିଚଳିତ ହେବେ।’
ସେତେବେଳେ ଆକାଶରେ ମନୁଷ୍ୟପୁତ୍ରଙ୍କର ଲକ୍ଷଣ ଦେଖାଯିବ, ପୁଣି, ସେ ସମୟରେ ପୃଥିବୀର ସମସ୍ତ ଗୋଷ୍ଠୀ ବିଳାପ କରିବେ ଏବଂ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମ ଓ ମହାମହିମା ସହ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ। ଆଉ, ସେ ମହାତୂରୀଧ୍ୱନୀ ସହିତ ଆପଣା ଦୂତମାନଙ୍କୁ ପଠାଇବେ ଏବଂ ସେମାନେ ଆକାଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ତାହାଙ୍କର ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ।"
ଡିମ୍ବିରିବୃକ୍ଷରୁ ଶିକ୍ଷା
"ଡିମ୍ବିରିବୃକ୍ଷରୁ ଦୃଷ୍ଟାନ୍ତ ଶିକ୍ଷା କର; ଯେତେବେଳେ ତାହାର ଶାଖା କୋମଳ ହୋଇ ପଲ୍ଲବିତ ହୁଏ, ସେତେବେଳେ ଗ୍ରୀଷ୍ମକାଳ ସନ୍ନିକଟ ବୋଲି ତୁମ୍ଭେମାନେ ଜାଣିଥାଅ; ସେହିପରି ତୁମ୍ଭେମାନେ ମଧ୍ୟ ଏହି ସମସ୍ତ ଦେଖିଲେ ସେ ଦ୍ୱାରର ସନ୍ନିକଟ, ଏହା ଜାଣ।
ପୁଣି, ମନୁଷ୍ୟପୁତ୍ର ଆପଣା ପିତାଙ୍କ ମହିମାରେ ନିଜ ଦୂତମାନଙ୍କ ସହିତ ଆଗମନ କରିବେ ଏବଂ ସେତେବେଳେ ସେ ପ୍ରତ୍ୟେକ ଲୋକକୁ ତାହାର କର୍ମ ଅନୁସାରେ ଫଳ ଦେବେ।
ମନୁଷ୍ୟପୁତ୍ରଙ୍କ ପୁନରାଗମନ
"ପୁଣି, ସୂର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ରମାଳାରେ ଲକ୍ଷଣ ଦେଖାଯିବ, ଆଉ ପୃଥିବୀରେ ଜାତିମାନଙ୍କ ମଧ୍ୟରେ କ୍ଲେଶ ଘଟିବ; ସମୁଦ୍ର ଓ ତରଙ୍ଗର ତର୍ଜନଗର୍ଜନ ହେତୁ ସେମାନେ ଅବାକ୍ ହେବେ, ପୁଣି, ଜଗତ ଉପରେ ଆସୁଥିବା ଘଟଣା ସବୁକୁ ଅପେକ୍ଷା କରି ଲୋକେ ମୂର୍ଚ୍ଛିତ ହେବେ, କାରଣ ଆକାଶମଣ୍ଡଳର ଶକ୍ତିସମୂହ ବିଚଳିତ ହେବ।
ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମ ଓ ମହାମହିମା ସହ ମେଘରେ ଆଗମନ କରିବା ଦେଖିବେ। କିନ୍ତୁ ଏହି ସମସ୍ତ ଘଟଣା ଆରମ୍ଭ ହେଲେ ତୁମ୍ଭେମାନେ ଉପରକୁ ଅନାଅ ଓ ମସ୍ତକ ଉଠାଅ, ଯେଣୁ ତୁମ୍ଭମାନଙ୍କର ମୁକ୍ତି ସନ୍ନିକଟ।"
ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମ ଓ ମହାମହିମା ସହ ମେଘରେ ଆଗମନ କରିବା ଦେଖିବେ।
ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମରେ ଓ ମହାମହିମା ସହ ମେଘମାଳାରେ ଆଗମନ କରିବା ଦେଖିବେ। ସେ ସମୟରେ ସେ ଦୂତମାନଙ୍କୁ ପ୍ରେରଣ କରି ପୃଥିବୀର ଶେଷ ସୀମାରୁ ଆକାଶର ଶେଷ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ଆପଣା ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ।"
କାରଣ ପ୍ରଭୁ ଆପେ ଆଦେଶ ଦେଇ ପ୍ରଧାନ ଦୂତଙ୍କ ସ୍ୱର ଓ ଈଶ୍ବରଙ୍କ ତୂରୀବାଦ୍ୟ ସହିତ ସ୍ୱର୍ଗରୁ ଅବତରଣ କରିବେ, ସେଥିରେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ଥାଇ ମରିଅଛନ୍ତି, ସେମାନେ ପ୍ରଥମରେ ଉଠିବେ;
ପରେ ଆମ୍ଭେମାନେ ଯେତେ ଲୋକ ଜୀବିତ ରହି ଅବଶିଷ୍ଟ ଥିବୁ, ପ୍ରଭୁଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଆମ୍ଭେମାନେ ସେମାନଙ୍କ ସହ ମେଘମାଳାରେ ଶୂନ୍ୟମଣ୍ଡଳକୁ ନୀତ ହେବୁ; ଏହି ପ୍ରକାରେ ଆମ୍ଭେମାନେ ସର୍ବଦା ପ୍ରଭୁଙ୍କ ସହିତ ରହିବୁ।
ଅତଏବ, ଏହି ସମସ୍ତ ବାକ୍ୟ ଦ୍ୱାରା ତୁମ୍ଭେମାନେ ପରସ୍ପରକୁ ସାନ୍ତ୍ୱନା ଦିଅ।
Vigilância e preparo
Ninguém sabe o dia nem a hora. Jesus nos ordena a vigiar, orar e estar prontos, pois Ele virá quando menos esperamos.
ଅତଏବ, ଜାଗ୍ରତ ଥାଅ, କାରଣ ତୁମ୍ଭମାନଙ୍କ ପ୍ରଭୁ କେଉଁ ଦିନ ଆସିବେ, ତାହା ତୁମ୍ଭେମାନେ ଜାଣ ନାହିଁ।
ଅତଏବ, ଜାଗ୍ରତ ଥାଅ, କାରଣ ତୁମ୍ଭମାନଙ୍କ ପ୍ରଭୁ କେଉଁ ଦିନ ଆସିବେ, ତାହା ତୁମ୍ଭେମାନେ ଜାଣ ନାହିଁ।
ଏଣୁ ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ହୋଇଥାଅ, କାରଣ ଯେଉଁ ସମୟରେ ତୁମ୍ଭେମାନେ ମନେ କରୁ ନ ଥିବ, ସେହି ସମୟରେ ମନୁଷ୍ୟପୁତ୍ର ଆସିବେ।"
ସତର୍କ ରହିବାର ଆବଶ୍ୟକତା
"କିନ୍ତୁ ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ, କାଳେ ତୁମ୍ଭମାନଙ୍କର ହୃଦୟ ମତ୍ତତା ଓ ମଦ୍ୟପାନରେ ପୁଣି, ଜୀବିକା ସମ୍ବନ୍ଧୀୟ ଚିନ୍ତାରେ ଭାରଗ୍ରସ୍ତ ହୁଏ, ଆଉ ସେହି ଦିନ ହଠାତ୍ ତୁମ୍ଭମାନଙ୍କ ଉପରେ ପଡ଼େ; କାରଣ ତାହା ଫାନ୍ଦ ସ୍ୱରୂପେ ସମଗ୍ର ପୃଥିବୀନିବାସୀ ସମସ୍ତଙ୍କ ଉପରେ ଆସିବ।
କିନ୍ତୁ ତୁମ୍ଭେମାନେ ଯେପରି ଏହି ସମସ୍ତ ଆଗାମୀ ଘଟଣାରୁ ରକ୍ଷା ପାଇବାକୁ ଓ ମନୁଷ୍ୟପୁତ୍ରଙ୍କ ସମ୍ମୁଖରେ ଠିଆ ହେବାକୁ ସମର୍ଥ ହୁଅ, ଏନିମନ୍ତେ ସର୍ବଦା ପ୍ରାର୍ଥନା କରି ଜାଗି ରୁହ।"
ମାତ୍ର ସମସ୍ତ ବିଷୟର ଅନ୍ତିମ ସମୟ ସନ୍ନିକଟ। ଅତଏବ ସୁବୁଦ୍ଧି ହୁଅ, ପୁଣି, ପ୍ରାର୍ଥନା କରିବା ପାଇଁ ଜାଗ୍ରତ ଥାଅ,
ଶାନ୍ତିଦାତା ଈଶ୍ବର ସ୍ୱୟଂ ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପବିତ୍ର କରନ୍ତୁ, ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ନିମନ୍ତେ ତୁମ୍ଭମାନଙ୍କ ଆତ୍ମା, ପ୍ରାଣ, ଶରୀର ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ରୂପେ ରକ୍ଷିତ ହେଉ।
ଏଣୁ ତୁମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପ୍ରକାଶ ନିମନ୍ତେ ଅପେକ୍ଷାରେ ଥାଇ କୌଣସି ଅନୁଗ୍ରହଦାନର ଊଣା ପଡ଼ୁ ନାହଁ; ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦିବସରେ ଯେପରି ତୁମ୍ଭେମାନେ ଅନିନ୍ଦନୀୟ ହୁଅ, ଏଥିପାଇଁ ସେ ତୁମ୍ଭମାନଙ୍କୁ ଶେଷ ପର୍ଯ୍ୟନ୍ତ ମଧ୍ୟ ସ୍ଥିର ରଖିବେ।
A esperança bendita
A aguardamos a bendita esperança e a manifestação da glória do nosso grande Deus e Salvador Jesus Cristo.
କାରଣ ସମସ୍ତ ମାନବର ପରିତ୍ରାଣ ନିମନ୍ତେ ଈଶ୍ବରଙ୍କ ଅନୁଗ୍ରହ ପ୍ରକାଶିତ ହୋଇଅଛି, ପୁଣି, ଆମ୍ଭେମାନେ ଯେପରି ଅଧର୍ମ ଓ ସାଂସାରିକ ଅଭିଳାଷ ପରିତ୍ୟାଗ କରି ଏହି ବର୍ତ୍ତମାନ ଯୁଗରେ ସୁବୁଦ୍ଧି, ଧାର୍ମିକ ଓ ଭକ୍ତ ଭାବରେ ଜୀବନଯାପନ କରୁ, ଆଉ ସେହି ଆନନ୍ଦଦାୟକ ଭରସା ପୁଣି, ଆମ୍ଭମାନଙ୍କ ମହାନ ଈଶ୍ବର ଓ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଗୌରବର ପ୍ରକାଶ ଅପେକ୍ଷାରେ ରହୁ, ଏଥିନିମନ୍ତେ ଶିକ୍ଷା ଦେଉଅଛି। ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ।
କାରଣ ଯେ ତୁମ୍ଭମାନଙ୍କ ଅନ୍ତରରେ ଉତ୍ତମ କାର୍ଯ୍ୟ ଆରମ୍ଭ କରିଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁଙ୍କ ଦିନ ପର୍ଯ୍ୟନ୍ତ ତାହା ସାଧନ କରି ସିଦ୍ଧ କରିବେ, ଏହା ତ ମୁଁ ଦୃଢ଼ରୂପେ ବିଶ୍ୱାସ କରେ;
ଆଉ ଈଶ୍ବରଙ୍କ ଯେଉଁ ପବିତ୍ର ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ମୁକ୍ତି ଦିବସ ନିମନ୍ତେ ମୁଦ୍ରାଙ୍କିତ ହୋଇଅଛ, ତାହାଙ୍କୁ ଦୁଃଖ ଦିଅ ନାହିଁ।
ଆଉ, ତାହା ପରେ ବିଚାର ନିରୂପିତ ଅଛି, ସେହିପରି ଖ୍ରୀଷ୍ଟ ମଧ୍ୟ ଅନେକଙ୍କ ପାପ ବହନ କରିବା ନିମନ୍ତେ ଥରେ ମାତ୍ର ଉତ୍ସର୍ଗୀକୃତ ହେଲେ, କିନ୍ତୁ ଦ୍ୱିତୀୟ ଥର ପାପ ସକାଶେ ନୁହେଁ, ବରଂ ଯେଉଁମାନେ ତାହାଙ୍କ ଅପେକ୍ଷାରେ ଅଛନ୍ତି, ସେମାନଙ୍କ ପରିତ୍ରାଣ ନିମନ୍ତେ ଦର୍ଶନ ଦେବେ।
ପୁଣି, ପ୍ରେମ ଓ ସତ୍କ୍ରିୟାରେ ପ୍ରବର୍ତ୍ତାଇବା ନିମନ୍ତେ ପରସ୍ପର ବିଷୟରେ ମନୋଯୋଗ କରୁ, ଆଉ କେହି କେହି ଯେପରି ଆମ୍ଭମାନଙ୍କ ମଣ୍ଡଳୀ ଉପାସନା ପରିତ୍ୟାଗ କରିଥାଆନ୍ତି, ଆମ୍ଭେମାନେ ସେପରି ନ କରୁ; ବରଂ ପରସ୍ପରକୁ ଉତ୍ସାହ କରିବା, ବିଶେଷ ଭାବରେ ଯେତେବେଳେ ତୁମ୍ଭେମାନେ ପ୍ରଭୁଙ୍କ ଆଗମନର ଦିନ ନିକଟବର୍ତ୍ତୀ ହୋଇ ଆସୁଅଛି ବୋଲି ଦେଖୁଅଛ।
"ଯେ ବର୍ତ୍ତମାନ, ଅତୀତ ଓ ଭବିଷ୍ୟତ, ଯେ ସର୍ବଶକ୍ତିମାନ," ସେହି ପ୍ରଭୁ ଈଶ୍ବର କହନ୍ତି, "ଆମ୍ଭେ ଆରମ୍ଭ ଓ ଶେଷ।"
ଆମ୍ଭେ ଶୀଘ୍ର ଆସୁଅଛୁ; ତୁମ୍ଭର ମୁକୁଟକୁ ଯେପରି କେହି ହରଣ କରି ନ ନିଏ, ଏଥିନିମନ୍ତେ ତୁମ୍ଭର ଯାହା ଅଛି, ତାହା ଦୃଢ଼ରୂପେ ଧରି ରଖ।
କିନ୍ତୁ ହେ ପ୍ରିୟମାନେ, ପ୍ରଭୁଙ୍କ ନିକଟରେ ଗୋଟିଏ ଦିନ ଯେ ସହସ୍ର ବର୍ଷ ତୁଲ୍ୟ ଓ ସହସ୍ର ବର୍ଷ ଯେ ଗୋଟିଏ ଦିନ ତୁଲ୍ୟ, ଏହି ବିଶେଷ ବିଷୟ ତୁମ୍ଭେମାନେ ଭୁଲିଯାଅ ନାହିଁ।
ଈଶ୍ବରଙ୍କ ସନ୍ତାନ
ଅତଏବ, ହେ ବତ୍ସଗଣ, ତାହାଙ୍କଠାରେ ରୁହ, ଯେପରି ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ତାହାଙ୍କ ଆଗମନ ସମୟରେ ତାହାଙ୍କ ଛାମୁରେ ଆମ୍ଭେମାନେ ଲଜ୍ଜିତ ନ ହୋଇ ସାହସ ପ୍ରାପ୍ତ ହେବା।