Separação
A separação traz dor profunda, mas a Bíblia nos consola com a promessa de que Deus nunca nos abandona. Seja na perda, na distância ou no luto, Ele é nosso refúgio.
Deus está presente na dor
O Senhor está perto dos quebrantados de coração e promete nunca nos deixar órfãos. Na separação, Ele é nosso consolo mais íntimo.
ସଦାପ୍ରଭୁ ଭଗ୍ନାନ୍ତଃକରଣମାନଙ୍କର ନିକଟବର୍ତ୍ତୀ ଅଟନ୍ତି
ଓ ସେ ଚୂର୍ଣ୍ଣମନାମାନଙ୍କୁ ତ୍ରାଣ କରନ୍ତି।
ଏଣୁ ମୁଁ ମୃତ୍ୟୁୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ
କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ,
ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ୱନା ଦିଅନ୍ତି।
ସେ ଭଗ୍ନାନ୍ତଃକରଣମାନଙ୍କୁ ସୁସ୍ଥ କରନ୍ତି
ଓ ସେମାନଙ୍କ କ୍ଷତସବୁ ବାନ୍ଧନ୍ତି।
ମୁଁ ତୁମ୍ଭମାନଙ୍କୁ ଅନାଥ କରି ଛାଡ଼ିଯିବି ନାହିଁ, ମୁଁ ତୁମ୍ଭମାନଙ୍କ ନିକଟକୁ ଆସୁଅଛି।
କାରଣ ମୋହର ପିତା ଓ ମୋହର ମାତା ମୋତେ ପରିତ୍ୟାଗ କରିଅଛନ୍ତି,
ମାତ୍ର ସଦାପ୍ରଭୁ ମୋତେ ଉଠାଇ ନେବେ।
Esperança e conforto
A separação não é o fim. Deus transforma a dor em esperança, e o sofrimento presente produz uma glória eterna que supera toda aflição.
ହେ ଭାଇମାନେ, ଭରସାହୀନ ଅନ୍ୟ ସମସ୍ତଙ୍କ ପରି ତୁମ୍ଭେମାନେ ଯେପରି ଶୋକାକୁଳ ନ ହୁଅ, ଏଥିନିମନ୍ତେ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କ ବିଷୟରେ ତୁମ୍ଭେମାନେ ଯେ ଅଜ୍ଞ ଥାଅ, ଏହା ଆମ୍ଭମାନଙ୍କ ଇଚ୍ଛା ନୁହେଁ।
କାରଣ ମୋʼ ବିଚାରରେ, ଯେଉଁ ଗୌରବ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହେବ, ତାହା ତୁଳନାରେ ଏହି ବର୍ତ୍ତମାନ କାଳର ଦୁଃଖଭୋଗ କିଛି ହିଁ ନୁହେଁ।
ଈଶ୍ବରଙ୍କ ଦ୍ୱାରା ଯେଉଁ ସାନ୍ତ୍ୱନାରେ ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହେଉଅଛୁ, ସେହି ସାନ୍ତ୍ୱନା ଦ୍ୱାରା ଯେପରି ସମସ୍ତ ପ୍ରକାର କ୍ଳେଶ ଭୋଗୁଥିବା ଲୋକମାନଙ୍କୁ ସାନ୍ତ୍ୱନା ଦେଇପାରୁ, ଏଥିପାଇଁ ସେ ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ଆମ୍ଭମାନଙ୍କୁ ସାନ୍ତ୍ୱନା ପ୍ରଦାନ କରନ୍ତି।
ଯେଣୁ ତୁମ୍ଭେମାନେ ଯେପରି ଈଶ୍ବରଙ୍କ ଇଚ୍ଛା ସାଧନ କରି ପ୍ରତିଜ୍ଞାର ଫଳପ୍ରାପ୍ତ ହୋଇପାର, ଏଥିନିମନ୍ତେ ତୁମ୍ଭମାନଙ୍କର ଧୈର୍ଯ୍ୟଶୀଳ ହେବା ପ୍ରୟୋଜନ।
ଯେପରି ଅଗ୍ନି ଦ୍ୱାରା ପରୀକ୍ଷିତ କ୍ଷୟଣୀୟ ସୁବର୍ଣ୍ଣ ଅପେକ୍ଷା ଅଧିକ ବହୁମୂଲ୍ୟ ଯେ ତୁମ୍ଭମାନଙ୍କର ପରୀକ୍ଷାସିଦ୍ଧ ବିଶ୍ୱାସ, ତାହା ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ପ୍ରଶଂସା, ଗୌରବ ଓ ସମ୍ଭ୍ରମର କାରଣ ହେବ।
Amor que persevera
O amor verdadeiro é mais forte que a separação. A fé nos sustenta e nos dá a certeza de que o reencontro virá.
ଅପାର ଜଳରାଶି ପ୍ରେମକୁ ନିର୍ବାଣ କରି ନ ପାରେ,
କିଅବା ବଢ଼ି ତାହା ବୁଡ଼ାଇ ନ ପାରେ;
ଯଦି କେହି ପ୍ରେମ ନିମନ୍ତେ ଆପଣା ଗୃହର ସର୍ବସ୍ୱ ଦେବ,
ତେବେ ସେ ଲୋକ ନିତାନ୍ତ ତୁଚ୍ଛୀକୃତ ହେବ।
ଯେହେତୁ ସେ କହିଲା, "ଆମ୍ଭେମାନେ ପରସ୍ପର ଅଦୃଶ୍ୟ ହେଲେ, ସଦାପ୍ରଭୁ ମୋହର ଓ ତୁମ୍ଭର ପ୍ରହରୀ ଥିବେ।
ଏହି ବାଳକ ନିମନ୍ତେ ମୁଁ ପ୍ରାର୍ଥନା କରିଥିଲି; ଆଉ ମୁଁ ଯାହା ମାଗିଥିଲି, ସଦାପ୍ରଭୁ ମୋହର ସେହି ନିବେଦନ ଅନୁସାରେ ମୋତେ ଦେଇଅଛନ୍ତି। ଏଣୁ ମୁଁ ମଧ୍ୟ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିବେଦନ କଲି; ସେ ଯାବଜ୍ଜୀବନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣ ହେଲା," ଏଉତ୍ତାରେ ସେ ସେଠାରେ ସଦାପ୍ରଭୁଙ୍କର ଆରାଧନା କଲା।
କିନ୍ତୁ ଯାହାସବୁ ମୋʼ ପକ୍ଷରେ ଲାଭଜନକ ଥିଲା, ସେହିସବୁ ମୁଁ ଖ୍ରୀଷ୍ଟଙ୍କ ନିମନ୍ତେ କ୍ଷତିଜନକ ବୋଲି ଗଣ୍ୟ କରିଅଛି। ହଁ, ପ୍ରକୃତରେ ମୁଁ ମୋହର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଜ୍ଞାନର ଉତ୍କୃଷ୍ଟତା ନିମନ୍ତେ ସମସ୍ତ ବିଷୟ କ୍ଷତିଜନକ ବୋଲି ଗଣ୍ୟ କରେ; ତାହାଙ୍କ ନିମନ୍ତେ ମୁଁ ସମସ୍ତ ବିଷୟର କ୍ଷତି ସହ୍ୟ କଲି, ପୁଣି, ସେହିସବୁ ଆବର୍ଜନା ସ୍ୱରୂପ ଗଣ୍ୟ କରେ, ଯେପରି ମୁଁ ଖ୍ରୀଷ୍ଟଙ୍କୁ ଲାଭ କରିପାରେ ଓ ତାହାଙ୍କର ବୋଲି ଜଣାଯାଏ,