Temor do Senhor
O temor do Senhor é o princípio da sabedoria. Não se trata de medo, mas de reverência profunda, respeito e admiração diante da santidade e grandeza de Deus.
O princípio da sabedoria
A Escritura afirma que temer ao Senhor é o primeiro passo para a verdadeira sabedoria. Quem teme a Deus discerne o certo e aprende a viver com prudência.
ସଦାପ୍ରଭୁ ବିଷୟକ ଭୟ ଜ୍ଞାନର ଆରମ୍ଭ;
ଯେଉଁମାନେ ତଦନୁଯାୟୀ କର୍ମ କରନ୍ତି, ସେସମସ୍ତଙ୍କର ସୁବୁଦ୍ଧି ହୁଏ;
ତାହାଙ୍କର ପ୍ରଶଂସା ସଦାକାଳସ୍ଥାୟୀ।
ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ,
ପୁଣି, ଧର୍ମସ୍ୱରୂପଙ୍କ ବିଷୟକ ଜ୍ଞାନ ହିଁ ସୁବିବେଚନା ଅଟେ।
ସଦାପ୍ରଭୁ ବିଷୟକ ଭୟ ଜ୍ଞାନଜନକ ଉପଦେଶ;
ପୁଣି, ନମ୍ରତା ସମ୍ଭ୍ରମର ସମ୍ମୁଖରେ ଥାଏ।
ପୁଣି, ସେ ମନୁଷ୍ୟକୁ କହିଲେ,
‘ଦେଖ, ପ୍ରଭୁ ବିଷୟକ ଭୟ ହିଁ ଜ୍ଞାନ
ଓ କୁକ୍ରିୟା ତ୍ୟାଗ ହିଁ ବୁଦ୍ଧି।’"
ସଦାପ୍ରଭୁଙ୍କ ଭୟ ଶୁଚି, ସଦାକାଳସ୍ଥାୟୀ।
ସଦାପ୍ରଭୁଙ୍କ ଶାସନସକଳ ସତ୍ୟ ଓ ସର୍ବତୋଭାବେ ନ୍ୟାଯ୍ୟ।
ତାହାସବୁ ସୁବର୍ଣ୍ଣ ଓ ପ୍ରଚୁର ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ବାଞ୍ଛନୀୟ;
ଆଉ, ମଧୁ ଓ ମଧୁଚାକଠାରୁ ସୁମିଷ୍ଟ।
ଆହୁରି, ତଦ୍ଦ୍ୱାରା ତୁମ୍ଭ ଦାସ ଚେତନା ପାଏ;
ତହିଁର ପ୍ରତିପାଳନରେ ମହାଫଳ ଥାଏ।
Bênçãos do temor
Quem teme ao Senhor encontra vida longa, provisão e proteção. O temor de Deus nos guarda do mal e nos conduz à humildade.
ନମ୍ରତାର ଓ ସଦାପ୍ରଭୁଙ୍କ ବିଷୟକ ଭୟର ପୁରସ୍କାର
ଧନ, ସମ୍ମାନ ଓ ଜୀବନ ଅଟେ।
ସଦାପ୍ରଭୁଙ୍କ ବିଷୟକ ଭୟ ଦିନ ବଢ଼ାଏ,
ମାତ୍ର ଦୁଷ୍ଟର ବର୍ଷ ଊଣା କରାଯିବ।
ମୃତ୍ୟୁର ଫାନ୍ଦରୁ ଫେରାଇବା ପାଇଁ
ସଦାପ୍ରଭୁ ବିଷୟକ ଭୟ ଜୀବନର ଝର ସ୍ୱରୂପ।
ଦୟା ଓ ସତ୍ୟତାରେ ପାପର ପ୍ରାୟଶ୍ଚିତ୍ତ ହୁଏ,
ପୁଣି, ସଦାପ୍ରଭୁ ବିଷୟକ ଭୟ ଦ୍ୱାରା ମନୁଷ୍ୟମାନେ କୁକ୍ରିୟା ତ୍ୟାଗ କରନ୍ତି।
ଯେଉଁ ଲୋକ ସବୁବେଳେ କୁକର୍ମ କରିବାକୁ ଭୟ ରଖେ, ସେ ଧନ୍ୟ;
ମାତ୍ର ଯେ ଆପଣା ମନକୁ କଠିନ କରେ, ସେ ଆପଦରେ ପଡ଼ିବ।
ଆହେ, ସଦାପ୍ରଭୁ ଯେ ମଙ୍ଗଳମୟ, ଏହା ଆସ୍ୱାଦନ କରି ଦେଖ;
ଯେ ତାହାଙ୍କର ଶରଣାଗତ, ସେ ଲୋକ ଧନ୍ୟ।
ହେ ତାହାଙ୍କର ସଦ୍ଭକ୍ତମାନେ, ସଦାପ୍ରଭୁଙ୍କୁ ଭୟ କର;
କାରଣ ଯେଉଁମାନେ ତାହାଙ୍କୁ ଭୟ କରନ୍ତି, ସେମାନଙ୍କର କୌଣସି ଅଭାବ ନାହିଁ।
Vivendo no temor do Senhor
Temer ao Senhor é obedecer seus mandamentos, andar em seus caminhos e amá-lo de todo coração. Essa reverência se expressa em justiça e integridade.
ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପଶ୍ଚାଦ୍ଗମନ କରିବ, ତାହାଙ୍କୁ ଭୟ କରିବ, ତାହାଙ୍କ ଆଜ୍ଞାସବୁ ପାଳନ କରିବ, ତାହାଙ୍କ ରବରେ ଅବଧାନ କରିବ ଓ ତାହାଙ୍କ ସେବା କରିବ, ଆଉ ତାହାଙ୍କଠାରେ ଆସକ୍ତ ହେବ।
ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞା ପାଳନ କରି ତାହାଙ୍କ ପଥରେ ଗମନ କରିବ ଓ ତାହାଙ୍କୁ ଭୟ କରିବ।
ଭୟରେ ସଦାପ୍ରଭୁଙ୍କର ସେବା କର ଓ କମ୍ପିତ ହୋଇ ଉଲ୍ଲାସ କର।
ହେ ବାଳକମାନେ, ଆସ, ମୋʼ କଥା ଶୁଣ;
ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ଭୟ ଶିଖାଇବି।
ଯେ ଜୀବନ ବାଞ୍ଛା କରେ
ଓ ମଙ୍ଗଳ ଦେଖିବା ପାଇଁ ଦୀର୍ଘାୟୁ ପ୍ରିୟ ମଣେ ଏପରି ବ୍ୟକ୍ତି କିଏ?
ତୁମ୍ଭେ ହିଂସାରୁ ଆପଣା ଜିହ୍ୱା
ଓ ଛଳବାକ୍ୟରୁ ଆପଣା ଓଷ୍ଠାଧର ରକ୍ଷା କର।
ମନ୍ଦତାରୁ ଦୂର ହୁଅ ଓ ସୁକର୍ମ କର;
ଶାନ୍ତି ଅନ୍ୱେଷଣ କର ଓ ତହିଁର ଅନୁଗାମୀ ହୁଅ।
ଏହେତୁ ସଦାପ୍ରଭୁଙ୍କ ଭୟ ତୁମ୍ଭମାନଙ୍କ ଉପରେ ଅଧିଷ୍ଠିତ ହେଉ; ସାବଧାନ ହୋଇ ତାହା କର; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଅଧର୍ମ କି ମୁଖାପେକ୍ଷା କି ଲାଞ୍ଚ ଗ୍ରହଣ କରିବାର ନାହିଁ।"
ତୁମ୍ଭେ ବଧିରକୁ ଅଭିଶାପ ଦେବ ନାହିଁ ଓ ଅନ୍ଧ ଆଗରେ ଝୁଣ୍ଟିବାର ଦ୍ରବ୍ୟ ରଖିବ ନାହିଁ, ମାତ୍ର ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଭୟ କରିବ; ଆମ୍ଭେ ସଦାପ୍ରଭୁ।
ତୁମ୍ଭେମାନେ ପରସ୍ପରର ଅନ୍ୟାୟ କରିବ ନାହିଁ, ମାତ୍ର ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଭୟ କରିବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
ଆଉ ଯଦି ତୁମ୍ଭର ଭାଇ ଦରିଦ୍ର ହୋଇଯାଏ ଓ ତୁମ୍ଭ ନିକଟରେ ତାହାର ହାତ ପଡ଼ିଯାଏ, ତେବେ ତୁମ୍ଭେ ତାହାକୁ ଧରି ରଖିବ; ସେ ବିଦେଶୀ ଓ ପ୍ରବାସୀ ପରି ତୁମ୍ଭ ସହିତ ଜୀବନ ଯାପନ କରିବ। ତୁମ୍ଭେ ତାହାଠାରୁ ସୁଧ କି ଦେଢ଼ି (ଦେଢ଼ଗୁଣ ସୁଧହାର) ନିଅ ନାହିଁ; ମାତ୍ର ଆପଣା ପରମେଶ୍ୱରଙ୍କୁ ଭୟ କର; ତହିଁରେ ତୁମ୍ଭର ଭାଇ ତୁମ୍ଭ ସହିତ ଜୀବନ ଯାପନ କରିବ।
"କିନ୍ତୁ ମୋହର ବନ୍ଧୁ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ଯେଉଁମାନେ ଶରୀରକୁ ବଧ କରନ୍ତି, ମାତ୍ର ତାହା ପରେ ଆଉ କିଛି କରିପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ। କିନ୍ତୁ କାହାକୁ ଭୟ କରିବ, ତାହା ମୁଁ ତୁମ୍ଭମାନଙ୍କୁ ଜଣାଇବି; ବଧ କଲା ଉତ୍ତାରେ ନର୍କରେ ପକାଇବା ନିମନ୍ତେ ଯାହାଙ୍କର ଅଧିକାର ଅଛି, ତାହାଙ୍କୁ ଭୟ କର; ହଁ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତାହାଙ୍କୁ ଭୟ କର।