Temor dos homens
O temor dos homens é uma armadilha que paralisa a fé. A Bíblia nos convida a trocar o medo humano pela confiança em Deus, que é nosso refúgio e escudo.
Não temas os homens
Deus é a nossa luz e salvação — de quem teremos medo? A Escritura nos encoraja a não temer aqueles que podem destruir o corpo, mas não a alma.
ସ୍ତୁତି ବନ୍ଦନା
ସଦାପ୍ରଭୁ ମୋହର ଦୀପ୍ତି ଓ ମୋହର ପରିତ୍ରାଣ;
ମୁଁ କାହାକୁ ଭୟ କରିବି?
ସଦାପ୍ରଭୁ ମୋʼ ଜୀବନର ବଳ;
ମୁଁ କାହାଠାରୁ ଭୀତ ହେବି?
ଦୁଷ୍କର୍ମକାରୀଗଣ ମୋହର ମାଂସ ଗ୍ରାସ କରିବା ପାଇଁ ମୋତେ ଆକ୍ରମଣ କରିବା ବେଳେ
ମୋହର ସେହି ବିପକ୍ଷ ଓ ଶତ୍ରୁମାନେ ଝୁଣ୍ଟି ପତିତ ହେଲେ।
ସୈନ୍ୟଦଳ ମୋʼ ବିରୁଦ୍ଧରେ ଛାଉଣି କଲେ ହେଁ
ମୋହର ଅନ୍ତଃକରଣ ଭୟ କରିବ ନାହିଁ;
ଯଦି ଯୁଦ୍ଧ ମୋʼ ବିରୁଦ୍ଧରେ ଉଠେ,
ତେବେ ମଧ୍ୟ ମୁଁ ସାହସିକ ହେବି।
ଆଉ ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ଆତ୍ମାକୁ ବଧ କରିପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ; ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନର୍କରେ ବିନଷ୍ଟ କରିପାରନ୍ତି, ତାହାଙ୍କୁ ହିଁ ଭୟ କର।
ଭୟ ନ କର
"କିନ୍ତୁ ମୋହର ବନ୍ଧୁ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ଯେଉଁମାନେ ଶରୀରକୁ ବଧ କରନ୍ତି, ମାତ୍ର ତାହା ପରେ ଆଉ କିଛି କରିପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ। କିନ୍ତୁ କାହାକୁ ଭୟ କରିବ, ତାହା ମୁଁ ତୁମ୍ଭମାନଙ୍କୁ ଜଣାଇବି; ବଧ କଲା ଉତ୍ତାରେ ନର୍କରେ ପକାଇବା ନିମନ୍ତେ ଯାହାଙ୍କର ଅଧିକାର ଅଛି, ତାହାଙ୍କୁ ଭୟ କର; ହଁ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତାହାଙ୍କୁ ଭୟ କର।
Confiança em Deus acima do medo
Quando tememos a Deus, o medo dos homens perde o poder. O Senhor está conosco, e se Ele é por nós, quem será contra nós?
ମୁଁ ଭୀତ ହେବା ସମୟରେ ତୁମ୍ଭ ଉପରେ ନିର୍ଭର ରଖିବି।
ପରମେଶ୍ୱରଙ୍କ ଦ୍ୱାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି;
ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ;
ମନୁଷ୍ୟ ମୋର କଅଣ କରି ପାରିବ?
ସଦାପ୍ରଭୁ ମୋହର ସପକ୍ଷ; ମୁଁ ଭୟ କରିବି ନାହିଁ;
ମନୁଷ୍ୟ ମୋହର କଅଣ କରିପାରେ?
ଅତଏବ ଆମ୍ଭେମାନେ ସାହସପୂର୍ବକ କହି ପାରୁ,
"ପ୍ରଭୁ ମୋହର ସହାୟ, ମୁଁ ଭୟ କରିବି ନାହିଁ।
ମନୁଷ୍ୟ ମୋହର କଅଣ କରିବ?"
ତୁମ୍ଭେମାନେ ସେମାନଙ୍କୁ ଭୟ କରିବ ନାହିଁ; କାରଣ ଯେ ତୁମ୍ଭମାନଙ୍କ ସପକ୍ଷରେ ଯୁଦ୍ଧ କରନ୍ତି, ସେହି ସଦାପ୍ରଭୁ ତ ତୁମ୍ଭମାନଙ୍କ ପରମେଶ୍ୱର ଅଟନ୍ତି।"
ହେ ମନୁଷ୍ୟ-ସନ୍ତାନ, ସତ୍ୟ, ସେମାନେ ତୁମ୍ଭ ନିକଟରେ କାନକୋଳି ଓ କଣ୍ଟକ ତୁଲ୍ୟ ଅଟନ୍ତି, ତୁମ୍ଭେ କଙ୍କଡ଼ାବିଛାମାନଙ୍କ ମଧ୍ୟରେ ବାସ କରୁଅଛ, ତଥାପି ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ କଥାରେ ଭୀତ ହୁଅ ନାହିଁ; ସେମାନେ ବିଦ୍ରୋହୀ ବଂଶ ହେଲେ ହେଁ ତୁମ୍ଭେ ସେମାନଙ୍କ କଥାରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍ବିଗ୍ନ ହୁଅ ନାହିଁ।