Tentação
A tentação faz parte da jornada cristã, mas Deus é fiel e não permite que sejamos tentados além do que podemos suportar. Em Cristo, temos poder para resistir e vencer.
A realidade da tentação
Jesus foi tentado em tudo como nós e compreende nossas lutas. A Bíblia nos ensina que a tentação não é pecado — o pecado está em ceder a ela.
କାରଣ ଯେ ଆମ୍ଭମାନଙ୍କ ଦୁର୍ବଳତାରେ ଆମ୍ଭମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ଅସମର୍ଥ, ଆମ୍ଭମାନଙ୍କର ଏପରି ମହାଯାଜକ ନାହାନ୍ତି, ବରଂ ସେ ପାପରହିତ ହୋଇ ଆମ୍ଭମାନଙ୍କ ପରି ସର୍ବତୋଭାବେ ପରୀକ୍ଷିତ ହେଲେ।
ସେହି ସମସ୍ତ ଦିନ ସେ କିଛି ଖାଇଲେ ନାହିଁ, ଆଉ ସେହିସବୁ ଦିନ ଶେଷ ହୁଅନ୍ତେ, ସେ କ୍ଷୁଧିତ ହେଲେ।
କେହି ପରୀକ୍ଷିତ ହେଲେ, ମୋହର ଏହି ପରୀକ୍ଷା ଈଶ୍ବରଙ୍କ ଆଡ଼ୁ ହେଉଅଛି ବୋଲି ନ କହୁ, କାରଣ ଈଶ୍ବର ମନ୍ଦରେ ପରୀକ୍ଷିତ ହୋଇପାରନ୍ତି ନାହିଁ, ଆଉ ସେ ନିଜେ କାହାକୁ ପରୀକ୍ଷା କରନ୍ତି ନାହିଁ।
ସେତେବେଳେ ତାହା ବିଶେଷ ଆନନ୍ଦର ବିଷୟ ବୋଲି ମନେ କର; ପରୀକ୍ଷାସିଦ୍ଧ ବିଶ୍ୱାସ ଯେ ସହିଷ୍ଣୁତା ଉତ୍ପନ୍ନ କରେ, ଏହା ତ ଜାଣିଅଛ।
O escape providenciado
Deus sempre providencia uma saída. Não precisamos cair, pois Ele nos dá forças para resistir e promete nos livrar da provação.
ମନୁଷ୍ୟ ପ୍ରତି ଯେଉଁ ପ୍ରକାର ପରୀକ୍ଷା ସ୍ୱାଭାବିକ, ତାହା ଛଡ଼ା ଅନ୍ୟ ପ୍ରକାର ପରୀକ୍ଷା ତୁମ୍ଭମାନଙ୍କ ପ୍ରତି ଘଟି ନାହିଁ; କିନ୍ତୁ ଈଶ୍ବର ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ କୌଣସି ଅସହ୍ୟ ପରୀକ୍ଷାରେ ପରୀକ୍ଷିତ ହେବାକୁ ଦେବେ ନାହିଁ, ମାତ୍ର ଯେପରି ତୁମ୍ଭେମାନେ ସହ୍ୟ କରିପାର, ଏଥିପାଇଁ ପରୀକ୍ଷା ଘଟିବା ସଙ୍ଗେ ସଙ୍ଗେ ସେ ଉଦ୍ଧାରର ପଥ ମଧ୍ୟ ପ୍ରସ୍ତୁତ କରିବେ।
ଏହି ପ୍ରକାରେ ପ୍ରଭୁ ଧର୍ମପରାୟଣମାନଙ୍କୁ ପରୀକ୍ଷାରୁ ରକ୍ଷା କରିବାକୁ ପୁଣି, ଅଧାର୍ମିକମାନଙ୍କୁ, ବିଶେଷତଃ ଯେଉଁମାନେ ଶରୀରର କୁତ୍ସିତ କାମାଭିଳାଷରେ ଚାଳିତ ହୋଇ ପ୍ରଭୁତ୍ୱ ଅବଜ୍ଞା କରନ୍ତି, ସେମାନଙ୍କୁ ବିଚାର ଦିନ ନିମନ୍ତେ ଦଣ୍ଡର ଅଧୀନରେ ରଖିବାକୁ ଜାଣନ୍ତି।
ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ,
ମାତ୍ର ମନ୍ଦରୁ ରକ୍ଷା କର। [ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର। ଆମେନ୍।]’
ହେ ପ୍ରଭୋ, ମୋହର ସକଳ ବାଞ୍ଛା ତୁମ୍ଭ ସମ୍ମୁଖରେ ଅଛି
ଓ ମୋହର କାତରୋକ୍ତି ତୁମ୍ଭଠାରୁ ଗୁପ୍ତ ନୁହେଁ।
Vigilância e resistência
A Palavra de Deus, a oração e a vigilância são nossas armas contra a tentação. Vigiar e orar é o conselho do próprio Jesus.
ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଜାଗି ରହି ପ୍ରାର୍ଥନା କର; ଆତ୍ମା ଇଚ୍ଛୁକ ସତ୍ୟ, ମାତ୍ର ଶରୀର ଦୁର୍ବଳ।"
ଯେ ବାକ୍ୟ ଶୁଣେ, ପୁଣି, ସାଂସାରିକ ଚିନ୍ତା ଓ ଧନର ମାୟା ବାକ୍ୟକୁ ଚାପିପକାଏ, ଆଉ ସେ ଫଳହୀନ ହୁଏ, ସେହି ଜଣକ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ।
ଆଉ ସେ କହିଲେ, "ଯାହା ମନୁଷ୍ୟଠାରୁ ବାହାରେ, ତାହା ହିଁ ତାହାକୁ ଅଶୁଚି କରେ। କାରଣ ଭିତରୁ, ମନୁଷ୍ୟର ହୃଦୟରୁ, କୁଚିନ୍ତା ବାହାରେ, ବେଶ୍ୟାଗମନ, ଚୋରି, ନରହତ୍ୟା, ବ୍ୟଭିଚାର, ଲୋଭ, ଦୁଷ୍ଟତା, ଶଠତା, କାମୁକତା, ଈର୍ଷାଦୃଷ୍ଟି, ନିନ୍ଦା, ଅହଙ୍କାର, ମୂର୍ଖତା; ଏହି ସମସ୍ତ ମନ୍ଦ ବିଷୟ ଭିତରୁ ବାହାରି ମନୁଷ୍ୟକୁ ଅଶୁଚି କରେ।"
ହେ ଭାଇମାନେ, ଯଦି କେହି କୌଣସି ଅପରାଧରେ ଧରାପଡ଼େ, ଆତ୍ମିକ ଯେ ତୁମ୍ଭେମାନେ, ତୁମ୍ଭେମାନେ ମୃଦୁ ଭାବରେ ସେହି ପ୍ରକାର ଲୋକକୁ ସଂଶୋଧନ କର, ପୁଣି, କେଜାଣି ନିଜେ ମଧ୍ୟ ପରୀକ୍ଷାରେ ପଡ଼ିପାର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ।
ଅବା କେହି ଯେବେ ଜ୍ୱଳନ୍ତା ଅଙ୍ଗାର ଉପରେ ଚାଲେ,
ତେବେ ତାହାର ପାଦରେ କʼଣ ଫୋଟକା ହେବ ନାହିଁ?
ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ପ୍ରେମ କରୁଥିବା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ କରିବ।