Sobre ter filhos
Filhos são uma dádiva do Senhor, uma herança que Deus confia aos pais. A Bíblia celebra a maternidade e a paternidade como vocações sagradas e fontes de bênção.
Filhos: herança do Senhor
A Escritura declara que os filhos são bênção de Deus. Cada criança é um presente precioso confiado aos pais para ser cuidado com amor.
ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର
ଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର।
ଯୌବନର ସନ୍ତାନଗଣ ବୀର ପୁରୁଷର ହସ୍ତସ୍ଥିତ ତୀର ସଦୃଶ।
ଯାହାର ତୂଣ ତାଦୃଶ ତୀରରେ ପୂର୍ଣ୍ଣ, ସେ ଜନ ସୁଖୀ;
ସେମାନେ ନଗର-ଦ୍ୱାରରେ ଶତ୍ରୁଗଣ ସଙ୍ଗେ କଥା କହିବା ବେଳେ
ଲଜ୍ଜିତ ହେବେ ନାହିଁ।
ତୁମ୍ଭର ଭାର୍ଯ୍ୟା ତୁମ୍ଭ ଗୃହର ଅନ୍ତଃପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ;
ତୁମ୍ଭର ସନ୍ତାନମାନେ ତୁମ୍ଭ ମେଜର ଚାରିଆଡ଼େ ଜୀତବୃକ୍ଷର ଚାରା ପରି ହେବେ।
ସେ ବନ୍ଧ୍ୟା ସ୍ତ୍ରୀକୁ ଗୃହିଣୀ
ଓ ସନ୍ତାନଗଣର ଆନନ୍ଦମୟୀ ମାତା କରନ୍ତି।
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, "ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।"
Instruir nos caminhos de Deus
A Bíblia orienta os pais a instruir seus filhos nos caminhos do Senhor desde cedo, com dedicação, disciplina e exemplo.
ବାଳକର ଗନ୍ତବ୍ୟ ପଥରେ ତାହାକୁ ଶିକ୍ଷିତ କରାଅ;
ତେଣୁ ସେ ବୃଦ୍ଧ ହେଲେ ହେଁ ତହିଁରୁ ବିମୁଖ ହେବ ନାହିଁ।
ଏହେତୁ ତୁମ୍ଭେମାନେ ମୋହର ଏହି ସକଳ ବାକ୍ୟ ଆପଣା ଆପଣା ହୃଦୟରେ ଓ ଆପଣା ଆପଣା ପ୍ରାଣରେ ରଖିବ; ପୁଣି ତୁମ୍ଭେମାନେ ଚିହ୍ନ ସ୍ୱରୂପେ ଆପଣା ଆପଣା ହସ୍ତରେ ତାହା ବାନ୍ଧିବ ଓ ତାହା ତୁମ୍ଭମାନଙ୍କ ଚକ୍ଷୁଦ୍ୱୟ ମଧ୍ୟରେ ଭୂଷଣ ସ୍ୱରୂପ ହେବ। ଆଉ ତୁମ୍ଭେ ଆପଣା ଗୃହରେ ବସିବା ବେଳେ ଓ ତୁମ୍ଭେ ପଥରେ ଚାଲିବା ବେଳେ, ତୁମ୍ଭେ ଶୋଇବା ବେଳେ ଓ ଉଠିବା ବେଳେ ଏହିସବୁ ବିଷୟରେ କଥାବାର୍ତ୍ତା କରି ଆପଣା ଆପଣା ସନ୍ତାନଗଣକୁ ଶିକ୍ଷା ଦେବ।
ହେ ପିତାମାନେ, ଆପଣା ଆପଣା ସନ୍ତାନମାନଙ୍କୁ ବିରକ୍ତ କର ନାହିଁ, ଯେପରି ସେମାନେ ନିରୁତ୍ସାହ ନ ହୁଅନ୍ତି।
ଆପଣା ପୁତ୍ରକୁ ଶାସ୍ତି ଦେଲେ, ସେ ତୁମ୍ଭକୁ ଶାନ୍ତି ଦେବ;
ପୁଣି, ସେ ତୁମ୍ଭ ପ୍ରାଣକୁ ସୁଖ ଦେବ।
Cada vida é preciosa
Deus conhece e forma cada criança no ventre. Antes de nascer, Ele já nos separou e preparou um propósito para cada vida.
"ଉଦର ମଧ୍ୟରେ ତୁମ୍ଭକୁ ଗଢ଼ିବା ପୂର୍ବରୁ ଆମ୍ଭେ ତୁମ୍ଭକୁ ଜାଣିଲୁ,
ପୁଣି ଭୂମିଷ୍ଠ ହେବା ପୂର୍ବରୁ ଆମ୍ଭେ ତୁମ୍ଭକୁ ପବିତ୍ର କଲୁ;
ଆମ୍ଭେ ତୁମ୍ଭକୁ ନାନା ଦେଶୀୟମାନଙ୍କ ନିକଟରେ ଭବିଷ୍ୟଦ୍ବକ୍ତା କରି ନିଯୁକ୍ତ କରିଅଛୁ।"
କାରଣ ତୁମ୍ଭେ ମୋହର ମର୍ମର କର୍ତ୍ତା;
ତୁମ୍ଭେ ମୋତେ ମାତୃଗର୍ଭରେ ଆଚ୍ଛାଦନ କରିଅଛ।
ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; କାରଣ ମୁଁ ଭୟଙ୍କର ଓ ଆଶ୍ଚର୍ଯ୍ୟ ରୂପେ ନିର୍ମିତ;
ତୁମ୍ଭର କର୍ମସକଳ ଆଶ୍ଚର୍ଯ୍ୟ;
ଏହା ମୁଁ ଭଲ ରୂପେ ଜାଣେ।
ମୁଁ ଗୋପନରେ ନିର୍ମିତ ଓ ପୃଥିବୀର ଅଧଃସ୍ଥାନରେ
ଶିଳ୍ପିତ ହେବା ସମୟରେ ମୋହର ଅସ୍ଥିପଞ୍ଜର ତୁମ୍ଭଠାରୁ ଗୁପ୍ତ ନ ଥିଲା।
ତୁମ୍ଭେ ଶତ୍ରୁ ଓ ପ୍ରତିହିଂସକକୁ ଦମନ କରିବା ପାଇଁ
ଆପଣା ବିପକ୍ଷଗଣ ସକାଶୁ
ଶିଶୁ ଓ ଦୁଗ୍ଧପୋଷ୍ୟମାନଙ୍କ ମୁଖରୁ ପରାକ୍ରମ ପ୍ରତିପନ୍ନ କରିଅଛ।
କିନ୍ତୁ ଯୀଶୁ କହିଲେ, "ଶିଶୁମାନଙ୍କୁ ଛାଡ଼ିଦିଅ, ସେମାନଙ୍କୁ ମୋ ପାଖକୁ ଆସିବାକୁ ମନା କର ନାହିଁ, କାରଣ ସ୍ୱର୍ଗରାଜ୍ୟ ଏହି ପ୍ରକାର ଲୋକମାନଙ୍କର।"