Trabalhar para Deus
Trabalhar para Deus vai além do ofício secular. É dedicar a vida inteira — palavras, ações e atitudes — ao serviço do Reino, reconhecendo que cada tarefa pode glorificar o Senhor.
Servindo ao Senhor em tudo
Quando trabalhamos como para Deus, cada ação se torna um ato de adoração. Não importa a tarefa — o que importa é o coração dedicado.
ତୁମ୍ଭେମାନେ ଯାହା କିଛି କର, ପ୍ରଭୁଙ୍କ ନିମନ୍ତେ କଲା ପରି ଅନ୍ତର ସହ ତାହା କର, ମନୁଷ୍ୟ ନିମନ୍ତେ କଲା ପରି କର ନାହିଁ; ପ୍ରଭୁଙ୍କଠାରୁ ଉତ୍ତରାଧିକାରରୂପ ପୁରସ୍କାର ଯେ ପାଇବ, ଏହା ତ ତୁମ୍ଭେମାନେ ଜାଣ। ତୁମ୍ଭେମାନେ ପ୍ରଭୁ ଖ୍ରୀଷ୍ଟଙ୍କର ସେବା କର,
ସତ୍ୟ ବାକ୍ୟ ଯଥାର୍ଥ ରୂପେ ବ୍ୟବହାର କରି, ଯେଉଁ କାର୍ଯ୍ୟକାରୀ ଲଜ୍ଜା ବୋଧ କରିବା ଆବଶ୍ୟକ ନୁହେଁ, ତାହାର ପରି ଈଶ୍ବରଙ୍କ ନିକଟରେ ଆପଣାକୁ ପରୀକ୍ଷାସିଦ୍ଧ ଦେଖାଇବାକୁ ଯତ୍ନ କର।
କିନ୍ତୁ ଶ୍ରୋତାମାତ୍ର ହୋଇ ଆପଣାମାନଙ୍କୁ ପ୍ରବଞ୍ଚନା ନ କରି ବାକ୍ୟର କର୍ମକାରୀ ହୁଅ।
ପୁଣି, ତୁମ୍ଭମାନଙ୍କୁ ଦିଆଯାଇଥିବା ଆମ୍ଭମାନଙ୍କର ଆଜ୍ଞାନୁସାରେ ତୁମ୍ଭେମାନେ ଯେପରି ଶାନ୍ତିରେ ବାସ କରି ଆପଣା ଆପଣା କାର୍ଯ୍ୟରେ ଲାଗିବାକୁ ଓ ନିଜ ନିଜ ହାତରେ କାର୍ଯ୍ୟ କରିବାକୁ ମର୍ଯ୍ୟାଦାର ବିଷୟ ମନେ କର, ଏଥିନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ,
ଯେପରି ବାହାର ଲୋକମାନଙ୍କ ପ୍ରତି ତୁମ୍ଭେମାନେ ସଦାଚାରୀ ହୁଅ ଆଉ ତୁମ୍ଭମାନଙ୍କର କୌଣସି ଅଭାବ ନ ହୁଏ।
Chamados para as boas obras
Fomos criados em Cristo Jesus para boas obras, que Deus preparou de antemão para que andássemos nelas. Não somos salvos por obras, mas para obras.
କାରଣ ଆମ୍ଭେମାନେ ତାହାଙ୍କ ରଚନା, ଯେ ସମସ୍ତ ସତ୍କର୍ମ ଆମ୍ଭେମାନେ କରିବୁ ବୋଲି ଈଶ୍ବର ପୂର୍ବରୁ ପ୍ରସ୍ତୁତ କରିଥିଲେ, ଆଚରଣରେ ସେହିସବୁ ସାଧନ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କଠାରେ ସୃଷ୍ଟ।
ତଥାପି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ମନୁଷ୍ୟ ଧାର୍ମିକ ଗଣିତ ନ ହୋଇ କେବଳ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଯେ ଧାର୍ମିକ ଗଣିତ ହୁଏ, ଏହା ଜାଣି ଆମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିଅଛୁ, ଯେପରି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ଧାର୍ମିକ ଗଣିତ ନ ହୋଇ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେଉ; କାରଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା କୌଣସି ମନୁଷ୍ୟ ଧାର୍ମିକ ଗଣିତ ହେବ ନାହିଁ।
ଆଉ, ସମସ୍ତ ବିଷୟ ସର୍ବଦା ଯଥେଷ୍ଟ ରୂପେ ପାଇ ତୁମ୍ଭେମାନେ ଯେପରି ସମସ୍ତ ଉତ୍ତମ କର୍ମ ନିମନ୍ତେ ଅଧିକରୁ ଅଧିକତର ଦାନ କରିପାର, ଏଥିନିମନ୍ତେ ଈଶ୍ବର ତୁମ୍ଭମାନଙ୍କୁ ସର୍ବ ପ୍ରକାର ଅନୁଗ୍ରହ ପ୍ରଚୁର ଭାବରେ ଦେବାକୁ ସମର୍ଥ ଅଟନ୍ତି,
ଅତଏବ, ହେ ମୋହର ପ୍ରିୟମାନେ, ଯେପରି ତୁମ୍ଭେମାନେ ସର୍ବଦା ଆଜ୍ଞାବହ ହୋଇଅଛ, କେବଳ ମୋହର ଉପସ୍ଥିତିରେ କଲା ପରି ନୁହେଁ, କିନ୍ତୁ ବର୍ତ୍ତମାନ ମୋହର ଅନୁପସ୍ଥିତିରେ ଆହୁରି ଅଧିକ ରୂପେ ଭୟ ଓ କମ୍ପ ସହ ଆପଣା ଆପଣା ପରିତ୍ରାଣ ସାଧନ କର, କାରଣ ଇଚ୍ଛା କରିବାକୁ ଓ ସାଧନ କରିବାକୁ ଈଶ୍ବର ଆପଣା ମଙ୍ଗଳମୟ ସଙ୍କଳ୍ପର ସଫଳତା ନିମନ୍ତେ ତୁମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ କରନ୍ତି। ବଚସା ଓ ତର୍କବିତର୍କ ବିନା ସମସ୍ତ କାର୍ଯ୍ୟ କର, ଯେପରି ତୁମ୍ଭେମାନେ ନିର୍ଦ୍ଦୋଷ ଓ ଅମାୟିକ ହୋଇ ଏହି କୁଟିଳ ବିପଥଗାମୀ ବଂଶ ମଧ୍ୟରେ ଈଶ୍ବରଙ୍କ ଅନିନ୍ଦନୀୟ ସନ୍ତାନସନ୍ତତି ହୁଅ; ସେମାନଙ୍କ ମଧ୍ୟରେ ତୁମ୍ଭେମାନେ ଜୀବନର ବାକ୍ୟ ଧରି ଜଗତରେ ଜ୍ୟୋତିଃ ସ୍ୱରୂପ ପ୍ରକାଶ ପାଉଅଛ; ସେଥିରେ ମୁଁ ଯେ ବୃଥାରେ ଦୌଡ଼ି ନାହିଁ କିଅବା ବୃଥାରେ ପରିଶ୍ରମ କରି ନାହିଁ, ସେ ସମ୍ବନ୍ଧରେ ଖ୍ରୀଷ୍ଟଙ୍କ ପୁନରାଗମନ ଦିନରେ ଦର୍ପ କରିପାରିବି।
A missão do cristão
O chamado a trabalhar para Deus inclui a Grande Comissão: fazer discípulos de todas as nações, cooperando com Ele na expansão do Reino.
ଅତଏବ, ତୁମ୍ଭେମାନେ ଯାଇ ସମସ୍ତ ଜାତିର ଲୋକଙ୍କୁ ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ବାପ୍ତିସ୍ମ ଦେଇ,
ଯେ ବିଶ୍ୱାସ କରେ ଏବଂ ବାପ୍ତିଜିତ ହୁଏ, ସେ ପରିତ୍ରାଣ ପାଇବ; କିନ୍ତୁ ସେ ବିଶ୍ୱାସ କରେ ନାହିଁ, ସେ ଦଣ୍ଡାଜ୍ଞା ପାଇବ।
କାରଣ ଆମ୍ଭେମାନେ ଈଶ୍ବରଙ୍କ ସହକର୍ମୀ ତୁମ୍ଭେମାନେ ଈଶ୍ବରଙ୍କ କ୍ଷେତ୍ର, ଈଶ୍ବରଙ୍କ ଗୃହ।
କାରଣ ଭଲ ହେଉ ବା ମନ୍ଦ ହେଉ, ପ୍ରତ୍ୟେକ ଜଣ ଆପଣା ଶରୀର ଦ୍ୱାରା କୃତ କର୍ମାନୁସାରେ ଫଳ ପାଇବା ନିମନ୍ତେ ଖ୍ରୀଷ୍ଟଙ୍କ ବିଚାରାସନ ଛାମୁରେ ଆମ୍ଭ ସମସ୍ତଙ୍କୁ ଉପସ୍ଥିତ ହେବାକୁ ହେବ।