Trabalho
O trabalho é uma ordenança divina desde a criação. Deus colocou o homem no jardim para cultivar e guardar, revelando que o labor é parte do propósito humano e um meio de glorificá-lo.
Trabalho como vocação divina
Deus nos criou para trabalhar com propósito. O trabalho é expressão da imagem divina em nós e deve ser feito como para o Senhor.
ତୁମ୍ଭେମାନେ ଯାହା କିଛି କର, ପ୍ରଭୁଙ୍କ ନିମନ୍ତେ କଲା ପରି ଅନ୍ତର ସହ ତାହା କର, ମନୁଷ୍ୟ ନିମନ୍ତେ କଲା ପରି କର ନାହିଁ;
ତୁମ୍ଭେମାନେ ଯାହା କିଛି କର, ପ୍ରଭୁଙ୍କ ନିମନ୍ତେ କଲା ପରି ଅନ୍ତର ସହ ତାହା କର, ମନୁଷ୍ୟ ନିମନ୍ତେ କଲା ପରି କର ନାହିଁ; ପ୍ରଭୁଙ୍କଠାରୁ ଉତ୍ତରାଧିକାରରୂପ ପୁରସ୍କାର ଯେ ପାଇବ, ଏହା ତ ତୁମ୍ଭେମାନେ ଜାଣ। ତୁମ୍ଭେମାନେ ପ୍ରଭୁ ଖ୍ରୀଷ୍ଟଙ୍କର ସେବା କର,
ଆଉ, ବାକ୍ୟ କି କର୍ମରେ ତୁମ୍ଭେମାନେ ଯାହା କିଛି କର, ସେ ସମସ୍ତ ପ୍ରଭୁ ଯୀଶୁଙ୍କ ନାମରେ କରି ତାହାଙ୍କ ଦ୍ୱାରା ପିତା ଈଶ୍ବରଙ୍କୁ ଧନ୍ୟବାଦ ଦିଅ।
ସ୍ୱାଧୀନ କି ପରାଧୀନ, ଯେ କେହି ସତ୍କର୍ମ କରେ, ସେ ଯେ ପ୍ରଭୁଙ୍କଠାରୁ ସେଥିର ପୁରସ୍କାର ପାଇବ, ଏହା ଜାଣି ମନୁଷ୍ୟର ସେବା କଲା ପରି ନୁହେଁ, ମାତ୍ର ପ୍ରଭୁଙ୍କ ସେବା କଲା ପରି ସ୍ୱଚ୍ଛନ୍ଦରେ ସେବା କର।
ଅତଏବ, ତୁମ୍ଭେମାନେ ଭୋଜନ କର କି ପାନ କର ଅବା ଯାହା କିଛି କର, ଈଶ୍ବରଙ୍କ ଗୌରବ ନିମନ୍ତେ ସବୁ କର।
ଅତଏବ, ହେ ମୋହର ପ୍ରିୟ ଭାଇମାନେ, ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ପରିଶ୍ରମ ନିଷ୍ଫଳ ନୁହେଁ, ଏହା ଜାଣି ପ୍ରଭୁଙ୍କ କାର୍ଯ୍ୟରେ ସୁସ୍ଥିର ଓ ଅଟଳ ରହି ସର୍ବଦା ଅଧିକରୁ ଅଧିକତର ଯତ୍ନବାନ ହୁଅ।
ତୁମ୍ଭମାନଙ୍କର ସମସ୍ତ କର୍ମ ପ୍ରେମରେ ସାଧିତ ହେଉ।
Diligência e recompensa
A mão diligente enriquece, mas a preguiça traz pobreza. A Bíblia valoriza o esforço honesto, dedicado e perseverante em toda obra.
ଯେଉଁ ଲୋକ ଶିଥିଳ ହସ୍ତରେ କର୍ମ କରେ, ସେ ଦରିଦ୍ର ହୁଅଇ;
ମାତ୍ର କର୍ମଶୀଳର ହସ୍ତ ଧନବାନ କରେ।
କର୍ମଶୀଳର ହସ୍ତ କର୍ତ୍ତୃତ୍ୱ କରିବ;
ମାତ୍ର ଅଳସୁଆ ଲୋକ ବେଠି କରିବ।
କର୍ମଶୀଳର ହସ୍ତ କର୍ତ୍ତୃତ୍ୱ କରିବ;
ମାତ୍ର ଅଳସୁଆ ଲୋକ ବେଠି କରିବ।
ସବୁ ପ୍ରକାର ପରିଶ୍ରମରେ ଫଳ ଅଛି;
ପୁଣି, ଓଷ୍ଠାଧରର କଥାମାତ୍ର କେବଳ ଦରିଦ୍ରତାରେ ପ୍ରବର୍ତ୍ତାଏ।
ହେ ଅଳସୁଆ, ତୁମ୍ଭେ ପିମ୍ପୁଡ଼ି ପାଖକୁ ଯାଅ,
ତାହାର କ୍ରିୟା ବିବେଚନା କର ଓ ଜ୍ଞାନୀ ହୁଅ।
ତାହାର ବିଚାରକର୍ତ୍ତା
କିମ୍ବା ଅଧ୍ୟକ୍ଷ କିମ୍ବା ପ୍ରଭୁ କେହି ନ ଥିଲେ ହେଁ
ସେ ଗ୍ରୀଷ୍ମକାଳରେ ଆପଣା ଖାଦ୍ୟ ପ୍ରସ୍ତୁତ କରେ,
ପୁଣି, ଫସଲ ସମୟରେ ଆହାର ସଞ୍ଚୟ କରେ।
ହେ ଅଳସୁଆ, ତୁମ୍ଭେ କେତେ କାଳ ଶୋଇ ରହିଥିବ?
ତୁମ୍ଭେ କେତେବେଳେ ନିଦ୍ରା ଭାଙ୍ଗି ଉଠିବ?
ଆଉ ଟିକିଏ ଶୋଇଲେ, ଆଉ ଟିକିଏ ଢୁଳାଇଲେ,
ଆଉ ଟିକିଏ ନିଦ୍ରା ଯିବା ପାଇଁ ହାତ ଭିଡ଼ିମୋଡ଼ି ହେଲେ,
ତୁମ୍ଭର ଦରିଦ୍ରାବସ୍ଥା ଖଣ୍ଟ ପରି,
ପୁଣି, ତୁମ୍ଭର ଦୀନତା ସସଜ୍ଜ ଲୋକ ପରି ଉପସ୍ଥିତ ହେବ।
ଆପଣା କାର୍ଯ୍ୟରେ ଯେ ଅଳସ,
ସେ ବିନାଶ କର ଭାଇ।
ନିଦ୍ରାକୁ ଭଲ ପାଅ ନାହିଁ, ନୋହିଲେ ତୁମ୍ଭେ ଦରିଦ୍ର ହେବ;
ତୁମ୍ଭ ଚକ୍ଷୁ ଫିଟାଅ, ତହିଁରେ ତୁମ୍ଭେ ଖାଦ୍ୟରେ ପରିତୃପ୍ତ ହେବ।
ମିଥ୍ୟାରେ ପ୍ରାପ୍ତ ଧନ କ୍ଷୟ ପାଇବ,
ମାତ୍ର ହସ୍ତରେ ଅର୍ଜିତ ଧନ ବଢ଼ିଯିବ।
ସଦାପ୍ରଭୁଙ୍କ ଆଶୀର୍ବାଦ ଧନବାନ କରେ,
ପୁଣି, ସେ ତାହା ସଙ୍ଗରେ ଦୁଃଖ ଯୋଗ କରନ୍ତି ନାହିଁ।
Planejamento e excelência
A excelência no trabalho honra a Deus. Devemos nos dedicar com competência, entregar nossos planos ao Senhor e buscar o melhor em cada tarefa.
ସଦାପ୍ରଭୁଙ୍କୁ ତୁମ୍ଭର କାର୍ଯ୍ୟ ସମର୍ପଣ କର,
ତହିଁରେ ତୁମ୍ଭର ସଂକଳ୍ପ ସ୍ଥିରୀକୃତ ହେବ।
ସଦାପ୍ରଭୁଙ୍କୁ ତୁମ୍ଭର କାର୍ଯ୍ୟ ସମର୍ପଣ କର,
ତହିଁରେ ତୁମ୍ଭର ସଂକଳ୍ପ ସ୍ଥିରୀକୃତ ହେବ।
ତୁମ୍ଭେ କି କୌଣସି ଲୋକକୁ ଆପଣା ବ୍ୟବସାୟରେ ତତ୍ପର ଦେଖୁଅଛ? ସେ ରାଜାମାନଙ୍କ ସମ୍ମୁଖରେ ଠିଆ ହେବ।
ସେ ନୀଚ ଲୋକଙ୍କ ଆଗରେ ଠିଆ ହେବ ନାହିଁ।
ସତ୍ୟ ବାକ୍ୟ ଯଥାର୍ଥ ରୂପେ ବ୍ୟବହାର କରି, ଯେଉଁ କାର୍ଯ୍ୟକାରୀ ଲଜ୍ଜା ବୋଧ କରିବା ଆବଶ୍ୟକ ନୁହେଁ, ତାହାର ପରି ଈଶ୍ବରଙ୍କ ନିକଟରେ ଆପଣାକୁ ପରୀକ୍ଷାସିଦ୍ଧ ଦେଖାଇବାକୁ ଯତ୍ନ କର।
ସତ୍ୟ ବାକ୍ୟ ଯଥାର୍ଥ ରୂପେ ବ୍ୟବହାର କରି, ଯେଉଁ କାର୍ଯ୍ୟକାରୀ ଲଜ୍ଜା ବୋଧ କରିବା ଆବଶ୍ୟକ ନୁହେଁ, ତାହାର ପରି ଈଶ୍ବରଙ୍କ ନିକଟରେ ଆପଣାକୁ ପରୀକ୍ଷାସିଦ୍ଧ ଦେଖାଇବାକୁ ଯତ୍ନ କର।
ସମସ୍ତ ଶାସ୍ତ୍ର ଈଶ୍ବର ନିଶ୍ଵସିତ ଲିଖିତ ଏବଂ ଶିକ୍ଷା, ଅନୁଯୋଗ, ସଂଶୋଧନ ଓ ଧାର୍ମିକତା ସମ୍ବନ୍ଧୀୟ ଶାସନ ନିମନ୍ତେ ଉପକାରୀ, ଯେପରି ଈଶ୍ବରଙ୍କ ଲୋକ ସିଦ୍ଧ ହୋଇ ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ସୁସଜ୍ଜିତ ହୁଏ।
ତୁମ୍ଭ ହସ୍ତ ଯେକୌଣସି କାର୍ଯ୍ୟ କରିବାକୁ ପାଏ, ତାହା ଆପଣା ଶକ୍ତିରେ କର; କାରଣ ତୁମ୍ଭେ ଯେଉଁ ସ୍ଥାନକୁ ଯାଉଅଛ, ସେହି କବରରେ କୌଣସି କାର୍ଯ୍ୟ, କି କଳ୍ପନା, କି ବିଦ୍ୟା, କି ଜ୍ଞାନ ନାହିଁ।
ବଚସା ଓ ତର୍କବିତର୍କ ବିନା ସମସ୍ତ କାର୍ଯ୍ୟ କର, ଯେପରି ତୁମ୍ଭେମାନେ ନିର୍ଦ୍ଦୋଷ ଓ ଅମାୟିକ ହୋଇ ଏହି କୁଟିଳ ବିପଥଗାମୀ ବଂଶ ମଧ୍ୟରେ ଈଶ୍ବରଙ୍କ ଅନିନ୍ଦନୀୟ ସନ୍ତାନସନ୍ତତି ହୁଅ; ସେମାନଙ୍କ ମଧ୍ୟରେ ତୁମ୍ଭେମାନେ ଜୀବନର ବାକ୍ୟ ଧରି ଜଗତରେ ଜ୍ୟୋତିଃ ସ୍ୱରୂପ ପ୍ରକାଶ ପାଉଅଛ;
O contentamento no trabalho
Deus nos dá a capacidade de desfrutar do nosso trabalho. Poder comer, beber e encontrar satisfação em nosso labor é um dom divino.
ମୁଁ ଜାଣେ ଯେ, ଯାବଜ୍ଜୀବନ ଆନନ୍ଦ ଓ ସୁକର୍ମ କରିବା ଅପେକ୍ଷା ସେମାନଙ୍କର ଆଉ କୌଣସି ମଙ୍ଗଳ ବିଷୟ ନାହିଁ। ଆହୁରି, ପ୍ରତ୍ୟେକ ମନୁଷ୍ୟ ଭୋଜନପାନ କରି ଆପଣା ସକଳ ପରିଶ୍ରମରେ ସୁଖଭୋଗ କରିବ, ଏହା ପରମେଶ୍ୱରଙ୍କ ଦାନ।
ଦେଖ, ଭୋଜନ ଓ ପାନ କରିବାର ଓ ପରମେଶ୍ୱରଙ୍କ ଦତ୍ତ ପରମାୟୁ ମଧ୍ୟରେ ମନୁଷ୍ୟ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମ କରେ, ସେହି ସମସ୍ତ ପରିଶ୍ରମରେ ସୁଖଭୋଗ କରିବାର, ଏହା ହିଁ ତାହା ପକ୍ଷରେ ଉତ୍ତମ ଓ ମନୋହର ବୋଲି ମୁଁ ଦେଖିଅଛି; କାରଣ ଏହା ହିଁ ତାହାର ଅଂଶ।
ଆହୁରି, ପରମେଶ୍ୱର କୌଣସି ବ୍ୟକ୍ତିଙ୍କୁ ଧନସମ୍ପତ୍ତି ଦାନ କରି ତାହା ଭୋଗ କରିବାକୁ, ଆପଣା ଅଂଶ ଗ୍ରହଣ କରିବାକୁ ଓ ଆପଣା ପରିଶ୍ରମରେ ଆନନ୍ଦ କରିବାକୁ କ୍ଷମତା ଦେଲେ, ଏହା ହିଁ ପରମେଶ୍ୱରଙ୍କ ଦାନ।
ଏକ ଜଣରୁ ଦୁଇ ଜଣ ଭଲ, କାରଣ ସେମାନେ ଆପଣା ଆପଣା ପରିଶ୍ରମର ଉତ୍ତମ ଫଳ ପ୍ରାପ୍ତ ହୁଅନ୍ତି।
କୌଣସି ଲୋକ ଏକାକୀ ଥାଏ ଓ ତାହାର ଦ୍ୱିତୀୟ କେହି ନାହିଁ;
କିଅବା ତାହାର ପୁତ୍ର କି ଭ୍ରାତା ନାହିଁ;
ତଥାପି ତାହାର ସମସ୍ତ ପରିଶ୍ରମର ସୀମା ନାହିଁ,
ଅଥବା ଧନରେ ତାହାର ଚକ୍ଷୁ ତୃପ୍ତ ନୁହେଁ।
ସେ କହେ, ତେବେ ମୁଁ କାହା ପାଇଁ ପରିଶ୍ରମ କରୁଅଛି
ଓ ଆପଣା ପ୍ରାଣକୁ ମଙ୍ଗଳରୁ ବଞ୍ଚିତ କରିଅଛି?
ଏହା ହିଁ ଅସାର ଓ ଅତ୍ୟନ୍ତ କ୍ଲେଶଜନକ।
ତହୁଁ ମୁଁ ସମସ୍ତ ପରିଶ୍ରମ ଓ ପ୍ରତ୍ୟେକ ଦକ୍ଷ କାର୍ଯ୍ୟ ଦେଖିଲି ଯେ, ତହିଁ ସକାଶୁ ମନୁଷ୍ୟ ଆପଣା ପ୍ରତିବାସୀର ଈର୍ଷାପାତ୍ର ହୁଏ। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର।
A responsabilidade cristã
O cristão deve trabalhar com suas próprias mãos, viver dignamente e ser exemplo de dedicação. Quem não trabalha, não coma.
କାରଣ ତୁମ୍ଭମାନଙ୍କ ସହିତ ଥିବା ସମୟରେ ହିଁ ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଲୁ, ଯେ କେହି କାର୍ଯ୍ୟ କରିବାକୁ ଇଚ୍ଛା କରେ ନାହିଁ, ସେ ଭୋଜନ ମଧ୍ୟ ନ କରୁ। ଯେଣୁ ତୁମ୍ଭମାନଙ୍କ ମଧ୍ୟରେ କେହି କେହି ଆଳସ୍ୟର ଜୀବନ କାଟୁଅଛନ୍ତି ଓ କୌଣସି କାର୍ଯ୍ୟ ନ କରି ଅନଧିକାରଚର୍ଚ୍ଚାରେ ବ୍ୟସ୍ତ ଅଟନ୍ତି ବୋଲି ଆମ୍ଭେମାନେ ଶୁଣୁଅଛୁ। ଏହି ପ୍ରକାର ଲୋକମାନଙ୍କୁ ଶାନ୍ତ ଭାବରେ କାର୍ଯ୍ୟ କରି ନିଜ ନିଜର ଖାଦ୍ୟ ଖାଇବାକୁ ଆମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆଜ୍ଞା ଓ ଚେତନା ଦେଉଅଛୁ।
ପୁଣି, ତୁମ୍ଭମାନଙ୍କୁ ଦିଆଯାଇଥିବା ଆମ୍ଭମାନଙ୍କର ଆଜ୍ଞାନୁସାରେ ତୁମ୍ଭେମାନେ ଯେପରି ଶାନ୍ତିରେ ବାସ କରି ଆପଣା ଆପଣା କାର୍ଯ୍ୟରେ ଲାଗିବାକୁ ଓ ନିଜ ନିଜ ହାତରେ କାର୍ଯ୍ୟ କରିବାକୁ ମର୍ଯ୍ୟାଦାର ବିଷୟ ମନେ କର, ଏଥିନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ,
ଯେପରି ବାହାର ଲୋକମାନଙ୍କ ପ୍ରତି ତୁମ୍ଭେମାନେ ସଦାଚାରୀ ହୁଅ ଆଉ ତୁମ୍ଭମାନଙ୍କର କୌଣସି ଅଭାବ ନ ହୁଏ।
ବରଂ ଅଭାବଗ୍ରସ୍ତ ଲୋକକୁ ଦାନ କରିବା ନିମନ୍ତେ ଯେପରି ତାହା ପାଖରେ କିଛି ଥାଇ ପାରେ, ଏଥିନିମନ୍ତେ ନିଜ ହାତରେ ଉତ୍ତମ କାର୍ଯ୍ୟ କରି ପରିଶ୍ରମ କରୁ।
ଆଉ, ସମସ୍ତ ବିଷୟ ସର୍ବଦା ଯଥେଷ୍ଟ ରୂପେ ପାଇ ତୁମ୍ଭେମାନେ ଯେପରି ସମସ୍ତ ଉତ୍ତମ କର୍ମ ନିମନ୍ତେ ଅଧିକରୁ ଅଧିକତର ଦାନ କରିପାର, ଏଥିନିମନ୍ତେ ଈଶ୍ବର ତୁମ୍ଭମାନଙ୍କୁ ସର୍ବ ପ୍ରକାର ଅନୁଗ୍ରହ ପ୍ରଚୁର ଭାବରେ ଦେବାକୁ ସମର୍ଥ ଅଟନ୍ତି,
ଅତଏବ ଈଶ୍ବରଙ୍କ ଲୋକମାନଙ୍କ ନିମନ୍ତେ ବିଶ୍ରାମବାର ଭୋଗ କରିବାର ବାକି ଅଛି। ଯେଣୁ ଯେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିଅଛି, ଈଶ୍ବର ଆପଣା କାର୍ଯ୍ୟରୁ ଯେପରି ବିଶ୍ରାମ କଲେ, ସେପରି ସେ ମଧ୍ୟ ଆପଣା କାର୍ଯ୍ୟରୁ ବିଶ୍ରାମ ପ୍ରାପ୍ତ ହୋଇଅଛି।
ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ସୌନ୍ଦର୍ଯ୍ୟ ଆମ୍ଭମାନଙ୍କ ଉପରେ ଅଧିଷ୍ଠାନ କରୁ;
ଆଉ, ତୁମ୍ଭେ ଆମ୍ଭମାନଙ୍କ ହସ୍ତକୃତ କର୍ମ ଆମ୍ଭମାନଙ୍କ ପକ୍ଷରେ ସ୍ଥାୟୀ କର;
ହଁ, ଆମ୍ଭମାନଙ୍କର ହସ୍ତକୃତ କର୍ମ ତୁମ୍ଭେ ସ୍ଥାୟୀ କର।
ଆକାଶର ପକ୍ଷୀମାନଙ୍କୁ ଦେଖ, ସେମାନେ ବୁଣନ୍ତି ନାହିଁ କି କାଟନ୍ତି ନାହିଁ କିଅବା ଅମାରରେ ସଞ୍ଚୟ କରନ୍ତି ନାହିଁ, ଆଉ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ସେମାନଙ୍କୁ ଖାଦ୍ୟ ଦିଅନ୍ତି। ତୁମ୍ଭେମାନେ କଅଣ ସେମାନଙ୍କଠାରୁ ଶ୍ରେଷ୍ଠ ନୁହଁ?
ଆଉ ତୁମ୍ଭେମାନେ ଯଦି ଉତ୍ତମ ବିଷୟରେ ଉଦ୍ଯୋଗୀ ହୁଅ, ତେବେ କିଏ ତୁମ୍ଭମାନଙ୍କର ଅନିଷ୍ଟ କରିବ?
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୋʼ ଠାରେ ଯେ ବିଶ୍ୱାସ କରେ, ମୁଁ ଯେଉଁ ଯେଉଁ କର୍ମ କରୁଅଛି, ସେ ମଧ୍ୟ ସେହିସବୁ କରିବ, ଆଉ ସେ ସବୁ ଅପେକ୍ଷା ଅଧିକ ମହତ କର୍ମ କରିବ, କାରଣ ମୁଁ ପିତାଙ୍କ ନିକଟକୁ ଯାଉଅଛି।
କିନ୍ତୁ ମୁଁ ଯେପରି ମୋହର ନିରୂପିତ ପଥର ଶେଷ ଯାଏ ଦୌଡ଼ି ପାରେ, ଆଉ ଈଶ୍ବରଙ୍କ ଅନୁଗ୍ରହର ସୁସମାଚାର ପକ୍ଷରେ ସାକ୍ଷ୍ୟ ଦେବା ନିମନ୍ତେ ଯୀଶୁଙ୍କଠାରୁ ଯେଉଁ ସେବାର କାର୍ଯ୍ୟ ପାଇଅଛି, ତାହା ଯେପରି ସମ୍ପୂର୍ଣ୍ଣ କରିପାରେ, ଏଥିପାଇଁ ମୁଁ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ ନ କରି ତାହା ଛୋଟ ମନେ କରୁଅଛି।
ତୁମ୍ଭେମାନେ ଯେପରି ଆମ୍ଭମାନଙ୍କର କୃତ କର୍ମର ଫଳ ନ ହରାଇ ବରଂ ସେଥିର ପୂର୍ଣ୍ଣ ପୁରସ୍କାର ପ୍ରାପ୍ତ ହୁଅ, ସେଥିନିମନ୍ତେ ଆପଣା ଆପଣା ବିଷୟରେ ସାବଧାନ ହୁଅ।