Uma só carne
O conceito de 'uma só carne' é o fundamento bíblico do casamento. Desde a criação, Deus uniu homem e mulher em uma aliança indissolúvel de amor, compromisso e intimidade.
A instituição divina do casamento
Deus criou o homem e a mulher e os uniu em aliança. O casamento é obra de Deus, e o que Ele juntou não separe o ser humano.
ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଘୋର ନିଦ୍ରାଗ୍ରସ୍ତ କରାଇ ସେହି ନିଦ୍ରା ସମୟରେ ତାଙ୍କର ଖଣ୍ଡେ ପଞ୍ଜରା ନେଇ ମାଂସ ଦ୍ୱାରା ସେହି ସ୍ଥାନ ପୂର୍ଣ୍ଣ କଲେ। ଆଉ ସଦାପ୍ରଭୁ ପରମେଶ୍ୱର ଆଦମଙ୍କଠାରୁ ଯେଉଁ ପଞ୍ଜରା ଖଣ୍ଡିକ ନେଲେ, ତଦ୍ଦ୍ୱାରା ଏକ ସ୍ତ୍ରୀ ନିର୍ମାଣ କରି ଆଦମଙ୍କ ନିକଟକୁ ଆଣିଲେ। ତହୁଁ ଆଦମ କହିଲେ, "ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହାର ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି।"
ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ।
ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, "ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ଆମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା।"
ଏଥିଉତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ।
ସେ ଉତ୍ତର ଦେଲେ, "ତୁମ୍ଭେମାନେ କଅଣ ପାଠ କରି ନାହଁ ଯେ, ସୃଷ୍ଟିକର୍ତ୍ତା ଆଦ୍ୟରୁ ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ,"
ଆଉ କହିଲେ, "ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ?" "ଏଣୁ ସେମାନେ ଆଉ ଦୁଇ ନୁହଁନ୍ତି, କିନ୍ତୁ ଏକାଙ୍ଗ ଅଟନ୍ତି। ଅତଏବ ଈଶ୍ବର ଯାହା ସଂଯୁକ୍ତ କରିଅଛନ୍ତି, ମନୁଷ୍ୟ ତାହା ଅଲଗା ନ କରୁ।"
କିନ୍ତୁ ସୃଷ୍ଟିର ଆରମ୍ଭରୁ ଈଶ୍ବର ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ। ଏହି କାରଣରୁ ପୁରୁଷ ଆପଣା ପିତାମାତାଙ୍କଠାରୁ ଅଲଗା ହେବ, ଆଉ ସେମାନେ ଦୁହେଁ ଏକାଙ୍ଗ ହେବେ। ଏଣୁ ସେମାନେ ଆଉ ଦୁଇ ନୁହଁନ୍ତି, କିନ୍ତୁ ଏକାଙ୍ଗ ଅଟନ୍ତି। ଅତଏବ, ଈଶ୍ବର ଯାହା ସଂଯୁକ୍ତ କରିଅଛନ୍ତି, ମନୁଷ୍ୟ ତାହା ଭିନ୍ନ ନ କରୁ।"
O mistério da união
Paulo ensina que a união conjugal é um grande mistério que aponta para Cristo e a Igreja. A intimidade reflete a comunhão espiritual plena.
ସେହିପରି ସ୍ୱାମୀମାନଙ୍କର ମଧ୍ୟ ଆପଣା ଆପଣା ସ୍ତ୍ରୀମାନଙ୍କୁ ନିଜ ନିଜ ଶରୀର ସଦୃଶ ପ୍ରେମ କରିବା ଉଚିତ୍। ଯେ ନିଜ ସ୍ତ୍ରୀକୁ ପ୍ରେମ କରେ, ସେ ଆପଣାକୁ ପ୍ରେମ କରେ; କେହି ତ ଆପଣା ଶରୀରକୁ କେବେ ଘୃଣା କରେ ନାହିଁ, ମାତ୍ର ତାହାର ଭରଣପୋଷଣ ଓ ଲାଳନପାଳନ କରେ; ଖ୍ରୀଷ୍ଟ ମଧ୍ୟ ମଣ୍ଡଳୀ ପ୍ରତି ସେହିପରି କରନ୍ତି, ଯେଣୁ ଆମ୍ଭେମାନେ ତାହାଙ୍କ ଶରୀରର ଅଙ୍ଗପ୍ରତ୍ୟଙ୍ଗ। ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ। ଏହା ଗୋଟିଏ ଅତି ନିଗୂଢ଼ତତ୍ତ୍ୱ, କିନ୍ତୁ ମୁଁ ଖ୍ରୀଷ୍ଟ ଓ ମଣ୍ଡଳୀ ସମ୍ବନ୍ଧରେ ଏହା କହୁଅଛି। ଯାହା ହେଉ, ତୁମ୍ଭେମାନେ ପ୍ରତ୍ୟେକେ ମଧ୍ୟ ଆପଣା ଆପଣା ସ୍ତ୍ରୀକୁ ଆତ୍ମତୁଲ୍ୟ ପ୍ରେମ କର, ଆଉ ସ୍ତ୍ରୀ ମଧ୍ୟ ଆପଣା ସ୍ୱାମୀକୁ ଆଦର କରୁ।
ତୁମ୍ଭମାନଙ୍କ ଶରୀର ଯେ ଖ୍ରୀଷ୍ଟଙ୍କ ଅଙ୍ଗ ସ୍ୱରୂପ, ଏହା କି ଜାଣ ନାହିଁ? ତେବେ ମୁଁ କଅଣ ଖ୍ରୀଷ୍ଟଙ୍କ ଅଙ୍ଗ ଘେନିଯାଇ ବେଶ୍ୟାର ଅଙ୍ଗ କରିବି? ତାହା କେବେ ହେଁ ନ ହେଉ। କିମ୍ବା ଯେ ବେଶ୍ୟା ସହିତ ସଂଯୁକ୍ତ ହୁଏ, ସେ ତାହା ସହିତ ଏକ ଶରୀର ହୁଏ, ଏହା କି ତୁମ୍ଭେମାନେ ଜାଣ ନାହିଁ? କାରଣ ଉକ୍ତ ଅଛି, "ସେ ଦୁହେଁ ଏକାଙ୍ଗ ହେବେ।" କିନ୍ତୁ ଯେ ପ୍ରଭୁଙ୍କ ସହିତ ସଂଯୁକ୍ତ ହୁଏ, ସେ ତାହାଙ୍କ ସହିତ ଏକ ଆତ୍ମା ହୁଏ।
ପୁଣି, ତାହାଙ୍କଠାରେ ଆତ୍ମାର ଅବଶିଷ୍ଟାଂଶ ଥିଲେ ହେଁ ସେ କି ଏକ ନ କଲେ? ଆଉ କାହିଁକି ଏକ କଲେ? ସେ ଈଶ୍ୱରୀୟ ଏକ ବଂଶ ଉତ୍ପନ୍ନ କରିବା ନିମନ୍ତେ ଚେଷ୍ଟା କଲେ। ଏଥିପାଇଁ ତୁମ୍ଭେମାନେ ଆପଣା ଆପଣା ଆତ୍ମା ବିଷୟରେ ସାବଧାନ ହୁଅ ଓ କେହି ଆପଣା ଆପଣା ଯୌବନ କାଳର ଭାର୍ଯ୍ୟା ପ୍ରତି ବିଶ୍ୱାସଘାତକତା ନ କରୁ।
Fidelidade e alegria
A aliança conjugal exige fidelidade, respeito e dedicação mútua. A Bíblia celebra a alegria da intimidade dentro do casamento.
ତୁମ୍ଭର ନିର୍ଝର ଧନ୍ୟ ହେଉ;
ଆଉ, ତୁମ୍ଭେ ଆପଣା ଯୌବନ କାଳର ଭାର୍ଯ୍ୟାଠାରେ ଆମୋଦ କର।
ସେ ପ୍ରେମିକା ହରିଣୀ ଓ ରୂପବତୀ ବାଉଟୀ ପରି,
ତାହାର ବକ୍ଷ ସର୍ବଦା ତୁମ୍ଭକୁ ତୁଷ୍ଟ କରୁ;
ଆଉ, ତାହାର ପ୍ରେମରେ ତୁମ୍ଭେ ସର୍ବଦା ଆସକ୍ତ ହୁଅ।
ହେ ମୋହର ପୁତ୍ର, ପରକୀୟାଠାରେ ତୁମ୍ଭେ କାହିଁକି ଆସକ୍ତ ହେବ?
ଏବଂ ଅନ୍ୟର କୋଳ କାହିଁକି ଆଲିଙ୍ଗନ କରିବ?
ଆଉ, ଏହି ସମସ୍ତ ଉପରେ ପ୍ରେମକୁ ପରିଧାନ କର, ଏହା ସିଦ୍ଧ ଅବସ୍ଥାର ବନ୍ଧନ ସ୍ୱରୂପ। ପୁଣି, ଖ୍ରୀଷ୍ଟଦତ୍ତ ଯେଉଁ ଶାନ୍ତି ଭୋଗ କରିବା ନିମନ୍ତେ ତୁମ୍ଭେମାନେ ଏକ ଶରୀର ସ୍ୱରୂପେ ଆହୂତ ହୋଇଅଛ, ତାହା ତୁମ୍ଭମାନଙ୍କ ହୃଦୟରେ ରାଜତ୍ୱ କରୁ; ପୁଣି, ତୁମ୍ଭେମାନେ ଧନ୍ୟବାଦ ଦିଅ।
ଅତଏବ ମିଥ୍ୟା ପରିତ୍ୟାଗ କରି ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ପ୍ରତିବାସୀ ସହିତ ସତ୍ୟ ଆଳାପ କର, କାରଣ ଆମ୍ଭେମାନେ ପରସ୍ପରର ଅଙ୍ଗପ୍ରତ୍ୟଙ୍ଗ।
Este artigo te tocou? Faça uma oração!
+581 estão orando agora.
Junte-se à corrente de oração.