10 versículos sobre esperança em tempos difíceis
A vida é feita de momentos de paz e de tormenta, mas, felizmente, a Bíblia nos oferece conforto e esperança em tempos difíceis por meio da Palavra de Deus. Confira abaixo 10 versículos que revelam o cuidado e a onipresença do Senhor conosco em momentos de dificuldade.
Lista de versículos:
1. Jeremias 29:11
କାରଣ ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପକ୍ଷରେ ଆମ୍ଭେ ଯେସକଳ ସଂକଳ୍ପ କରିଅଛୁ, ତାହା ଆମ୍ଭେ ଜାଣୁ, ତୁମ୍ଭମାନଙ୍କର ଅନ୍ତିମ କାଳରେ ତୁମ୍ଭମାନଙ୍କୁ ଭରସା ଦେବା ନିମନ୍ତେ ସେସବୁ ଅମଙ୍ଗଳର ନୁହେଁ, ମଙ୍ଗଳର ସଂକଳ୍ପ ଅଟେ।
2. Salmos 46:1
ସହବର୍ତ୍ତୀ ପରମେଶ୍ୱର
ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ,
ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ।
3. Romanos 15:13
ସେହି ଭରସାର ଈଶ୍ବର ତୁମ୍ଭମାନଙ୍କୁ ବିଶ୍ୱାସ ଦ୍ୱାରା ସମସ୍ତ ଆନନ୍ଦ ଓ ଶାନ୍ତିରେ ପରିପୂର୍ଣ୍ଣ କରନ୍ତୁ, ଯେପରି ତୁମ୍ଭେମାନେ ପବିତ୍ର ଆତ୍ମାଙ୍କ ଶକ୍ତିରେ ଭରସାର ପ୍ରଚୁରତା ଅନୁଭବ କର।
4. Isaías 41:10
ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର;
ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।
5. Mateus 11:28
ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ତ ଲୋକ ସମସ୍ତେ, ମୋʼ ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି।
6. 2 Coríntios 4:17-18
କାରଣ ଏହି କ୍ଷଣକାଳସ୍ଥାୟୀ ଲଘୁ କ୍ଳେଶ ଅତ୍ୟଧିକ ବାହୁଲ୍ୟ ରୂପେ ଆମ୍ଭମାନଙ୍କ ନିମନ୍ତେ ଅନନ୍ତକାଳସ୍ଥାୟୀ ମହା ଗୌରବ ସାଧନ କରୁଅଛି; ଯେଣୁ ଆମ୍ଭେମାନେ ଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ ନ କରି ଅଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ କରୁଅଛୁ; କାରଣ ଦୃଶ୍ୟ ବିଷୟ କ୍ଷଣକାଳସ୍ଥାୟୀ, କିନ୍ତୁ ଅଦୃଶ୍ୟ ବିଷୟ ଅନନ୍ତକାଳସ୍ଥାୟୀ।
7. Salmos 34:17-18
ଧାର୍ମିକମାନେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଶୁଣିଲେ
ଓ ସେମାନଙ୍କ ସର୍ବ ସଙ୍କଟରୁ ସେମାନଙ୍କୁ ଉଦ୍ଧାର କଲେ।
ସଦାପ୍ରଭୁ ଭଗ୍ନାନ୍ତଃକରଣମାନଙ୍କର ନିକଟବର୍ତ୍ତୀ ଅଟନ୍ତି
ଓ ସେ ଚୂର୍ଣ୍ଣମନାମାନଙ୍କୁ ତ୍ରାଣ କରନ୍ତି।
8. Hebreus 10:23
ଆମ୍ଭେମାନେ ଯେଉଁ ଭରସା ସ୍ୱୀକାର କରୁଅଛୁ, ତାହା ଅଟଳ ଭାବରେ ଦୃଢ଼ କରି ଧରୁ, କାରଣ ଯେ ପ୍ରତିଜ୍ଞା କରିଅଛନ୍ତି, ସେ ବିଶ୍ୱସ୍ତ;
9. 1 Pedro 5:7
ତୁମ୍ଭମାନଙ୍କ ସମସ୍ତ ଚିନ୍ତାର ଭାର ତାହାଙ୍କ ଉପରେ ପକାଅ, କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ଚିନ୍ତା କରନ୍ତି।
10. Filipenses 4:6-7
କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ବରଙ୍କ ନିକଟରେ ଜଣାଅ। ସେଥିରେ ସମସ୍ତ ବୋଧର ଅଗମ୍ୟ ଯେ ଈଶ୍ବରଙ୍କ ଶାନ୍ତି, ତାହା ତୁମ୍ଭମାନଙ୍କର ହୃଦୟ ଓ ମନକୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁରକ୍ଷା କରି ରଖିବ।
Esses são apenas alguns exemplos, mas que podem lhe trazer paz. Nunca deixe de conversar com Deus sobre suas angústias, somente Ele pode acalmar o vosso coração.
Compartilhe esses versículos com alguém que esteja precisando de esperança e calmaria. Ajude a espalhar a palavra de Deus!
Deus abençoe!