Vida nova
Em Cristo, toda pessoa é transformada em uma nova criação. O velho passa e tudo se faz novo. A vida nova é o resultado da obra redentora de Jesus em nosso coração.
Morte e ressurreição com Cristo
O batismo simboliza nossa morte para o pecado e ressurreição para uma nova vida. Fomos sepultados com Cristo e ressuscitamos com Ele.
ଆମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟ ଯୀଶୁଙ୍କଠାରେ ବାପ୍ତିଜିତ ହୋଇଅଛୁ, ସମସ୍ତେ ଯେ ତାହାଙ୍କ ମରଣରେ ବାପ୍ତିଜିତ ହୋଇଅଛୁ, ଏହା କି ତୁମ୍ଭେମାନେ ଜାଣ ନାହିଁ? ଅତଏବ, ଆମ୍ଭେମାନେ ବାପ୍ତିସ୍ମ ଦ୍ୱାରା ମରଣରେ ତାହାଙ୍କ ସହିତ ସମାଧି ପାଇଅଛୁ, ଯେପରି ଖ୍ରୀଷ୍ଟ ପିତାଙ୍କ ଗୌରବ ଦ୍ୱାରା ମୃତମାନଙ୍କ ମଧ୍ୟରୁ ଯେଉଁ ପ୍ରକାରେ ଉତ୍ଥାପିତ ହେଲେ, ଆମ୍ଭେମାନେ ମଧ୍ୟ ସେହି ପ୍ରକାରେ ଜୀବନର ନୂତନ ଭାବରେ ଆଚରଣ କରୁ;
କାରଣ ଯଦି ଆମ୍ଭେମାନେ ତାହାଙ୍କ ମୃତ୍ୟୁର ସାଦୃଶ୍ୟରେ ମୃତ୍ୟୁଭୋଗ କରି ତାହାଙ୍କ ସହିତ ଏକୀଭୂତ ହୋଇଅଛୁ, ତାହାହେଲେ ନିଶ୍ଚୟ ତାହାଙ୍କ ପୁନରୁତ୍ଥାନର ସାଦୃଶ୍ୟରେ ମଧ୍ୟ ଉତ୍ଥିତ ହୋଇ ତାହାଙ୍କ ସହିତ ଏକୀଭୂତ ହେବା। ଯେପରି ଆମ୍ଭେମାନେ ଆଉ ପାପର ଦାସତ୍ୱରେ ନ ରହୁ, ଏଥିପାଇଁ ପାପର ଶରୀର ବିନଷ୍ଟ ହେବା ନିମନ୍ତେ ଆମ୍ଭମାନଙ୍କର ପୁରାତନ ସ୍ୱଭାବ ଯେ ତାହାଙ୍କ ସହିତ କ୍ରୁଶରେ ହତ ହୋଇଅଛି, ଏହା ତ ଆମ୍ଭେମାନେ ଜାଣୁ, କାରଣ ଯେ ମରିଅଛି, ସେ ପାପରୁ ମୁକ୍ତ ହୋଇଅଛି।
ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆପଣା ଆପଣାକୁ ପାପ ପ୍ରତି ମୃତ, କିନ୍ତୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଥାଇ ଈଶ୍ବରଙ୍କ ପ୍ରତି ଜୀବିତ ବୋଲି ଗଣନା କର।
Nova criação
Quando aceitamos Jesus, nascemos de novo. A velha natureza dá lugar a uma identidade renovada pelo Espírito Santo.
ଏଣୁ ଯଦି କେହି ଖ୍ରୀଷ୍ଟଙ୍କଠାରେ ଅଛି, ତେବେ ସେ ନୂତନ ସୃଷ୍ଟି ହୋଇଅଛି ପୁରାତନ ବିଷୟସବୁ ଲୋପ ପାଇଅଛି, ଦେଖ, ନୂତନ ବିଷୟସବୁ ହୋଇଅଛି।
ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶରେ ହତ ହୋଇଅଛି; ମୁଁ ଆଉ ଜୀବିତ ନୁହେଁ, ମାତ୍ର ଖ୍ରୀଷ୍ଟ ମୋʼ ଠାରେ ଜୀବିତ ଅଛନ୍ତି; ପୁଣି, ମୁଁ ଶରୀରରେ ଥାଇ ବର୍ତ୍ତମାନ ଯେଉଁ ଜୀବନଯାପନ କରୁଅଛି, ତାହା ବିଶ୍ୱାସରେ, ଅର୍ଥାତ୍, ଈଶ୍ବରଙ୍କ ପୁତ୍ର ମୋତେ ପ୍ରେମ କରି ମୋʼ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, ତାହାଙ୍କଠାରେ ବିଶ୍ୱାସ କରି ଯାପନ କରୁଅଛି।
ଏପରି ସ୍ଥଳେ ଗ୍ରୀକ୍ ଓ ଯିହୁଦୀ, ସୁନ୍ନତି ଓ ଅସୁନ୍ନତି, ବର୍ବର, ସ୍କୁଥୀୟ, ଦାସ, ସ୍ୱାଧୀନ ବ୍ୟକ୍ତି, ଏମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କିନ୍ତୁ ଖ୍ରୀଷ୍ଟ ସବୁରେ ସବୁ ଅଟନ୍ତି, ପୁଣି, ସମସ୍ତଙ୍କଠାରେ ବାସ କରନ୍ତି।
Despir o velho, vestir o novo
A vida nova se manifesta em abandonar os velhos hábitos e revestir-se do novo homem, criado segundo a vontade de Deus.
ଅର୍ଥାତ୍ ତୁମ୍ଭେମାନେ ତୁମ୍ଭମାନଙ୍କ ପୁରାତନ ଆଚରଣ ସମ୍ବନ୍ଧରେ, ଯେଉଁ ପୁରାତନ ସ୍ୱଭାବ ପ୍ରବଞ୍ଚନାର ବିଳାସିତା ଅନୁସାରେ ଅଧିକରୁ ଅଧିକ ଭ୍ରଷ୍ଟ ହେଉଅଛି, ତାହାକୁ ପରିତ୍ୟାଗ କରିବାକୁ, ପୁଣି, ତୁମ୍ଭମାନଙ୍କ ମନରେ ନୂତନୀକୃତ ହୋଇ, ଯେଉଁ ନୂତନ ସ୍ୱଭାବ ଈଶ୍ବରଙ୍କ ପ୍ରତିମୂର୍ତ୍ତିରେ ଧାର୍ମିକତା ଓ ସତ୍ୟର ପବିତ୍ରତାରେ ସୃଷ୍ଟ ହୋଇଅଛି, ତାହା ପରିଧାନ କରିବାକୁ ଶିକ୍ଷିତ ହୋଇଅଛ।
କିନ୍ତୁ ଏବେ ତୁମ୍ଭେମାନେ ମଧ୍ୟ ଏହିସବୁ ବିଷୟ, ଅର୍ଥାତ୍ କ୍ରୋଧ, ରାଗ, ହିଂସା, ନିନ୍ଦା, ମୁଖରୁ କୁତ୍ସିତ ବାକ୍ୟ ଏହିସବୁ ପରିତ୍ୟାଗ କର। ପରସ୍ପର ମିଥ୍ୟା କୁହ ନାହିଁ ତୁମ୍ଭେମାନେ ତ ପୁରାତନ ସ୍ୱଭାବ ଓ ସେଥିର ସମସ୍ତ କର୍ମ ପରିତ୍ୟାଗ କରି ନୂତନ ସ୍ୱଭାବ ପରିଧାନ କରିଅଛ; ସେହି ନୂତନ ସ୍ୱଭାବ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତିମୂର୍ତ୍ତି ଅନୁସାରେ ସମ୍ପୂର୍ଣ୍ଣ ଜ୍ଞାନ ପ୍ରାପ୍ତି ନିମନ୍ତେ ନୂତନୀକୃତ ହେଉଅଛି;
ଯଦି ଆମ୍ଭେମାନେ ଆପଣା ଆପଣା ପାପ ସ୍ୱୀକାର କରୁ, ତେବେ ସେ ଆମ୍ଭମାନଙ୍କର ପାପ କ୍ଷମା କରିବାକୁ ଓ ସମସ୍ତ ଅଧର୍ମରୁ ଆମ୍ଭମାନଙ୍କୁ ପରିଷ୍କାର କରିବାକୁ ବିଶ୍ୱସ୍ତ ଓ ନ୍ୟାୟବାନ ଅଟନ୍ତି।
Renovação interior
Deus promete dar um coração novo e um espírito novo. A transformação nasce do arrependimento e da purificação divina.
ହେ ପରମେଶ୍ୱର, ମୋʼ ଅନ୍ତରରେ ଶୁଚି ଅନ୍ତଃକରଣ
ସୃଷ୍ଟି କର ଓ ମୋʼ ମଧ୍ୟରେ ସୁସ୍ଥିର ଆତ୍ମା ନୂତନ କର।
ତୁମ୍ଭ ଛାମୁରୁ ମୋତେ ଦୂର କର ନାହିଁ
ଓ ତୁମ୍ଭ ପବିତ୍ର ଆତ୍ମା ମୋʼ ଠାରୁ ନିଅ ନାହିଁ।
ତୁମ୍ଭ ପରିତ୍ରାଣର ଆନନ୍ଦ ପୁନର୍ବାର ମୋତେ ଦିଅ
ଓ ସ୍ୱଚ୍ଛନ୍ଦ ଆତ୍ମା ଦେଇ ମୋତେ ଧରି ରଖ।
ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ଶୁଚି ଜଳ ଝିଞ୍ଚିବା, ତହିଁରେ ତୁମ୍ଭେମାନେ ଶୁଚି ହେବ; ତୁମ୍ଭମାନଙ୍କର ସବୁ ଅଶୌଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଶୁଚି କରିବା। ଆହୁରି, ଆମ୍ଭେ ତୁମ୍ଭମାନଙ୍କୁ ଏକ ନୂତନ ହୃଦୟ ଦେବା ଓ ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଏକ ନୂତନ ଆତ୍ମା ସ୍ଥାପନ କରିବା; ଆଉ, ଆମ୍ଭେ ତୁମ୍ଭମାନଙ୍କ ମାଂସ ମଧ୍ୟରୁ ପ୍ରସ୍ତରମୟ ହୃଦୟ କାଢ଼ି ନେବା ଓ ଆମ୍ଭେ ତୁମ୍ଭମାନଙ୍କୁ ମାଂସମୟ ହୃଦୟ ଦେବା। ପୁଣି, ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଆମ୍ଭର ପରମେଶ୍ୱରଙ୍କ ଆତ୍ମା ସ୍ଥାପନ କରିବା ଓ ତୁମ୍ଭମାନଙ୍କୁ ଆମ୍ଭର ବିଧିରୂପ ପଥରେ ଚଳାଇବା, ତହିଁରେ ତୁମ୍ଭେମାନେ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କରିବ।
ସେହି ଅନାଜ୍ଞାବହ ସନ୍ତାନମାନଙ୍କ ସହିତ ଆମ୍ଭେମାନେ ସମସ୍ତେ ମଧ୍ୟ ଏକ ସମୟରେ ଆମ୍ଭମାନଙ୍କ ଶାରୀରିକ ଅଭିଳାଷ ଅନୁସାରେ ଜୀବନଯାପନ କରି ଶାରୀରିକ ଓ ମନର କାମନା ପୂର୍ଣ୍ଣ କରୁଥିଲୁ, ପୁଣି, ଅନ୍ୟମାନଙ୍କ ପରି ସୁଦ୍ଧା ସ୍ୱଭାବତଃ କ୍ରୋଧର ପାତ୍ର ଥିଲୁ; ମାତ୍ର ଏପରି ଅପରାଧରେ ମୃତ ହେଲେ ହେଁ ଦୟାସାଗର ଯେ ଈଶ୍ବର, ସେ ଆମ୍ଭମାନଙ୍କୁ ଯେଉଁ ମହା ପ୍ରେମରେ ପ୍ରେମ କଲେ, ସେଥିସକାଶେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ସହିତ ଜୀବିତ କରିଅଛନ୍ତି, ଏଣୁ ଅନୁଗ୍ରହରେ ତୁମ୍ଭେମାନେ ପରିତ୍ରାଣ ପାଇଅଛ,