Vitória
A vitória do cristão não depende de suas próprias forças, mas do poder de Deus que opera em nós. As Escrituras declaram que somos mais que vencedores por meio daquele que nos amou.
A vitória vem de Deus
O Senhor luta por nós. Quando confiamos nele, nenhuma arma forjada contra nós prosperará e nenhum inimigo prevalecerá.
କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ସପକ୍ଷ ହୋଇ ତୁମ୍ଭମାନଙ୍କ ଶତ୍ରୁଗଣର ପ୍ରତିକୂଳରେ ଯୁଦ୍ଧ କରି ରକ୍ଷା କରିବାକୁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଯାଉଅଛନ୍ତି।"
ଏଥିରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, "ସେମାନଙ୍କୁ ଭୟ ନ କର; କାରଣ ଆମ୍ଭେ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲୁ; ସେମାନଙ୍କ ମଧ୍ୟରୁ ଜଣେ ହେଲେ ତୁମ୍ଭ ସମ୍ମୁଖରେ ଛିଡ଼ା ହୋଇ ପାରିବ ନାହିଁ।"
ଯୁଦ୍ଧ ଦିନ ପାଇଁ ଅଶ୍ୱ ସୁସଜ୍ଜିତ ହୁଏ;
ମାତ୍ର ଜୟ ସଦାପ୍ରଭୁଙ୍କଠାରୁ ହୁଏ।
କାରଣ ସେମାନେ ନିଜ ଖଡ୍ଗ ଦ୍ୱାରା ଦେଶାଧିକାର ପ୍ରାପ୍ତ ହେଲେ ନାହିଁ,
କିଅବା ସେମାନଙ୍କ ନିଜ ବାହୁ ସେମାନଙ୍କୁ ଉଦ୍ଧାର କଲା ନାହିଁ;
ମାତ୍ର ସେମାନଙ୍କ ପ୍ରତି ତୁମ୍ଭର ଅନୁଗ୍ରହ ଥିବାରୁ ତୁମ୍ଭର
ଦକ୍ଷିଣ ହସ୍ତ, ତୁମ୍ଭର ବାହୁ ଓ ତୁମ୍ଭ ମୁଖର ପ୍ରସନ୍ନତା ତାହା କରିଥିଲା।
ହେ ପରମେଶ୍ୱର, ତୁମ୍ଭେ ମୋହର ରାଜା ଅଟ;
ପୁଣି ତୁମ୍ଭେ ଯାକୁବ ପକ୍ଷରେ ମୁକ୍ତିର ଆଜ୍ଞା ଦିଅ।
Mais que vencedores
Em todas as circunstâncias, a fé nos dá a vitória. O mundo tenta nos derrubar, mas Cristo já venceu o mundo e nos faz triunfar.
ଯେ କେହି ଈଶ୍ବରଙ୍କଠାରୁ ଜାତ, ସେ ଜଗତକୁ ଜୟ କରେ, ଆଉ ଯାହା ଜଗତକୁ ଜୟ କରିଅଛି, ତାହା ଆମ୍ଭମାନଙ୍କର ବିଶ୍ୱାସ।
ତଥାପି ଯେ ଆମ୍ଭମାନଙ୍କୁ ପ୍ରେମ କଲେ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଏହି ସମସ୍ତ ବିଷୟରେ ସର୍ବତୋଭାବେ ବିଜୟୀ ଅଟୁ। କାରଣ ମୃତ୍ୟୁ କି ଜୀବନ, ଦୂତ କି କର୍ତ୍ତାପଣ, ବର୍ତ୍ତମାନ କି ଭବିଷ୍ୟତ କି ପରାକ୍ରମ, ଉଚ୍ଚସ୍ଥ ବିଷୟ କି ନୀଚସ୍ଥ ବିଷୟ କି ଅନ୍ୟ କୌଣସି ସୃଷ୍ଟ ବସ୍ତୁ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ପ୍ରକାଶିତ ଈଶ୍ବରଙ୍କ ପ୍ରେମରୁ ଯେ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିପାରିବ ନାହିଁ, ଏହା ମୁଁ ନିଶ୍ଚୟ ଜାଣେ।
ତେବେ ଏସମସ୍ତ ଦୃଷ୍ଟିରେ ଆମ୍ଭେମାନେ କଅଣ କହିବା? ଯଦି ଈଶ୍ବର ଆମ୍ଭମାନଙ୍କ ସପକ୍ଷ, ତେବେ ଆମ୍ଭମାନଙ୍କ ବିପକ୍ଷ କିଏ?
"ଜୟ ମୃତ୍ୟୁକୁ ଗ୍ରାସ କରିଅଛି।"
"ରେ ମୃତ୍ୟୁ, କାହିଁ ତୋର ଜୟ? ରେ ମୃତ୍ୟୁ,
କାହିଁ ତୋର ନାହୁଡ଼?"
ମୃତ୍ୟୁର ନାହୁଡ଼ ପାପ, ଆଉ ପାପର ବଳ ମୋଶାଙ୍କ ବ୍ୟବସ୍ଥା; କିନ୍ତୁ ଯେଉଁ ଈଶ୍ବର ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କୁ ଜୟ ପ୍ରଦାନ କରନ୍ତି, ତାହାଙ୍କର ଧନ୍ୟବାଦ ହେଉ।
Força para a batalha
Deus nos reveste com sua armadura espiritual, nos fortalece e nos encoraja. Mesmo que o justo caia sete vezes, ele se levanta.
ଏଣୁ ତୁମ୍ଭେମାନେ ଯେପରି ଦୁର୍ଦ୍ଦିନରେ ପ୍ରତିରୋଧ କରି ସର୍ବଜୟୀ ହୋଇ ଅଟଳ ରହିପାର, ଏଥିନିମନ୍ତେ ଈଶ୍ବରଦତ୍ତ ସମସ୍ତ ସଜ୍ଜା ଗ୍ରହଣ କର।
ଯେଣୁ ଧାର୍ମିକ ସାତ ଥର ପଡ଼ିଲେ ହେଁ ପୁନର୍ବାର ଉଠେ;
ମାତ୍ର ଦୁଷ୍ଟମାନେ ବିପଦରେ ଝୁଣ୍ଟି ପଡ଼ନ୍ତି।
ପରମେଶ୍ୱରଙ୍କ ଦ୍ୱାରା ଆମ୍ଭେମାନେ ବୀରର କର୍ମ କରିବା;
ଯେହେତୁ ସେ ଆମ୍ଭମାନଙ୍କ ବିପକ୍ଷଗଣକୁ ଦଳି ପକାଇବେ।
ତୁମ୍ଭ ପାର୍ଶ୍ୱରେ ସହସ୍ର
ଓ ତୁମ୍ଭ ଦକ୍ଷିଣ ପାଖରେ ଅୟୁତ ଲୋକ ପଡ଼ିବେ;
ମାତ୍ର ତାହା ତୁମ୍ଭ କତିକି ଆସିବ ନାହିଁ।
ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରିପାରେ।