A volta de Jesus
A volta de Jesus é uma das maiores promessas da Bíblia. Cristo prometeu que retornará em glória, e os cristãos vivem na expectativa desse dia triunfante.
A promessa do retorno
Jesus prometeu aos discípulos que voltaria. Os anjos confirmaram essa promessa na ascensão, e os apóstolos ensinaram que Ele virá com poder.
ମୋହର ପିତାଙ୍କ ଗୃହରେ ଅନେକ ବାସସ୍ଥାନ ଅଛି; ଯଦି ନ ଥାଆନ୍ତା, ତାହାହେଲେ ମୁଁ ତୁମ୍ଭମାନଙ୍କୁ କହିଥାଆନ୍ତି, ମୁଁ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କରିବାକୁ ଯାଉଅଛି; ପୁଣି, ମୁଁ ଯାଇ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କଲେ ପୁନର୍ବାର ଆସିବି, ଆଉ ମୁଁ ଯେଉଁ ସ୍ଥାନରେ ଥାଏ, ତୁମ୍ଭେମାନେ ମଧ୍ୟ ଯେପରି ସେହି ସ୍ଥାନରେ ରହିବ, ସେଥିନିମନ୍ତେ ତୁମ୍ଭମାନଙ୍କୁ ଆପଣା ନିକଟକୁ ଘେନିଯିବି।
ସେ ଏହି ସମସ୍ତ କଥା କହିବା ପରେ, ସେମାନେ ଦେଖୁ ଦେଖୁ ସେ ଊର୍ଦ୍ଧ୍ୱକୁ ନୀତ ହେଲେ, ଆଉ ଖଣ୍ଡେ ମେଘ ତାହାଙ୍କୁ ସେମାନଙ୍କ ଦୃଷ୍ଟିଗୋଚରରୁ ଘେନିଗଲା। ସେ ଯାଉ ଯାଉ ସେମାନେ ଆକାଶ ଆଡ଼କୁ ଏକଦୃଷ୍ଟିରେ ଚାହିଁଅଛନ୍ତି; ଏପରି ସମୟରେ, ଦେଖ, ଶୁକ୍ଳ ବସ୍ତ୍ର ପରିହିତ ଦୁଇ ଜଣ ପୁରୁଷ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ, ପୁଣି, ସେମାନେ କହିଲେ, ହେ ଗାଲିଲୀୟ ଲୋକେ, କାହିଁକି ତୁମ୍ଭେମାନେ ଆକାଶ ଆଡ଼କୁ ଚାହିଁ ଠିଆ ହୋଇଅଛ? ଏହି ଯେଉଁ ଯୀଶୁ ତୁମ୍ଭମାନଙ୍କ ନିକଟରୁ ସ୍ୱର୍ଗରେ ଗୃହୀତ ହେଲେ, ତାହାଙ୍କୁ ତୁମ୍ଭେମାନେ ଯେଉଁ ପ୍ରକାରେ ସ୍ୱର୍ଗକୁ ଯିବାର ଦେଖିଲ, ସେ ସେହି ପ୍ରକାରେ ଆଗମନ କରିବେ।
ଯେ ଏହି ସମସ୍ତ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି, ସେ କହନ୍ତି, "ସତ୍ୟ, ଆମ୍ଭେ ଶୀଘ୍ର ଆସୁଅଛୁ।" ଆମେନ୍, ହେ ପ୍ରଭୁ ଯୀଶୁ, ଆସନ୍ତୁ।
"ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ପ୍ରତ୍ୟେକ ଲୋକକୁ ତାହାର କର୍ମାନୁସାରେ ଫଳ ଦେବାକୁ ଆମ୍ଭର ପୁରସ୍କାର ଆମ୍ଭ ସଙ୍ଗରେ ଅଛି।
Os sinais e o momento
Ninguém sabe o dia nem a hora. Jesus alertou sobre falsos sinais e nos chamou à vigilância constante, pois Ele virá como ladrão na noite.
"କିନ୍ତୁ ସେହି ଦିନ ଓ ଦଣ୍ଡ ବିଷୟ କେହି ଜାଣନ୍ତି ନାହିଁ, ସ୍ୱର୍ଗର ଦୂତମାନେ କିମ୍ବା ପୁତ୍ର ସୁଦ୍ଧା ଜାଣନ୍ତି ନାହିଁ, କେବଳ ମାତ୍ର ପିତା ଜାଣନ୍ତି। ଆଉ ନୋହଙ୍କ ସମୟରେ ଯେପ୍ରକାର ଘଟିଥିଲା, ମନୁଷ୍ୟପୁତ୍ରଙ୍କର ଆଗମନ ସମୟରେ ସେପ୍ରକାର ଘଟିବ। କାରଣ ଜଳପ୍ଳାବନର ପୂର୍ବବର୍ତ୍ତୀ ସମୟରେ ଜାହାଜରେ ନୋହଙ୍କର ପ୍ରବେଶ କରିବା ଦିନ ପର୍ଯ୍ୟନ୍ତ ଲୋକେ ଯେପରି ଭୋଜନପାନ ଏବଂ ବିବାହ କରିବା ଓ ବିବାହ ଦେବାରେ ବ୍ୟସ୍ତ ଥିଲେ, ପୁଣି, ଜଳପ୍ଳାବନ ଆସି ସମସ୍ତଙ୍କୁ ଭସାଇ ନ ନେବା ପର୍ଯ୍ୟନ୍ତ ଯେପରି ଜାଣି ନ ଥିଲେ, ମନୁଷ୍ୟପୁତ୍ରଙ୍କର ଆଗମନ ମଧ୍ୟ ସେହି ପ୍ରକାର ହେବ।
"କିନ୍ତୁ ସେହି ଦିନ କି ସମୟ ବିଷୟ କେହି ଜାଣନ୍ତି ନାହିଁ, ସ୍ୱର୍ଗସ୍ଥ ଦୂତମାନେ କିମ୍ବା ପୁତ୍ର ସୁଦ୍ଧା ଜାଣନ୍ତି ନାହିଁ, କେବଳ ପିତା ଜାଣନ୍ତି।
କିନ୍ତୁ, ହେ ଭାଇମାନେ, କାଳ ଓ ନିର୍ଦ୍ଧିଷ୍ଟ ସମୟ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବା ଆବଶ୍ୟକ ନାହିଁ,
କାରଣ ରାତ୍ରିରେ ଚୋର ଆସିଲା ପରି ପ୍ରଭୁଙ୍କ ଦିନ ଯେ ଆସିବ, ଏହା ତୁମ୍ଭେମାନେ ଉତ୍ତମ ରୂପେ ଜାଣ।
ଯେତେବେଳେ ଲୋକେ ଶାନ୍ତି ଓ ନିରାପଦ ବୋଲି କହୁଥିବେ, ସେତେବେଳେ ଗର୍ଭବତୀର ପ୍ରସବବେଦନା ତୁଲ୍ୟ ହଠାତ୍ ସେମାନଙ୍କ ବିନାଶ ଉପସ୍ଥିତ ହେବ, ଆଉ ସେମାନେ କୌଣସି ପ୍ରକାରେ ରକ୍ଷା ପାଇ ପାରିବେ ନାହିଁ।
ଅତଏବ, ଜାଗ୍ରତ ଥାଅ, କାରଣ ତୁମ୍ଭମାନଙ୍କ ପ୍ରଭୁ କେଉଁ ଦିନ ଆସିବେ, ତାହା ତୁମ୍ଭେମାନେ ଜାଣ ନାହିଁ। କିନ୍ତୁ ଏହା ଜାଣିଥାଅ, କେଉଁ ପ୍ରହରରେ ଚୋର ଆସିବ, ଏହା ଗୃହକର୍ତ୍ତା ଯଦି ଜାଣନ୍ତେ, ତାହାହେଲେ ସେ ଜାଗ୍ରତ ଥାଇ ଆପଣା ଗୃହରେ ପ୍ରବେଶ କରିବାକୁ ଦିଅନ୍ତେ ନାହିଁ। ଏଣୁ ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ହୋଇଥାଅ, କାରଣ ଯେଉଁ ସମୟରେ ତୁମ୍ଭେମାନେ ମନେ କରୁ ନ ଥିବ, ସେହି ସମୟରେ ମନୁଷ୍ୟପୁତ୍ର ଆସିବେ।"
ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ଓ ତାହାଙ୍କ ନିକଟରେ ଆମ୍ଭମାନଙ୍କ ଏକତ୍ର ହେବା ବିଷୟରେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ, ପ୍ରଭୁଙ୍କ ଆଗମନର ଦିନ ଉପସ୍ଥିତ ହେଲାଣି ବୋଲି ତୁମ୍ଭେମାନେ କୌଣସି ଆତ୍ମା କି ବାକ୍ୟ କି ଆମ୍ଭମାନଙ୍କ ଦ୍ୱାରା ଲେଖାଯାଇଅଛି ବୋଲି ମନେ କରି କୌଣସି ପତ୍ର ଦ୍ୱାରା ଶୀଘ୍ର ବିଚଳିତ ଓ ଉଦ୍ବିଗ୍ନ ନ ହୁଅ; କେହି କୌଣସି ପ୍ରକାରେ ତୁମ୍ଭମାନଙ୍କୁ ପ୍ରତାରିତ ନ କରୁ, କାରଣ ପ୍ରଥମେ ଧର୍ମଚ୍ୟୁତି ଘଟିବ, ଆଉ ବିନାଶର ସନ୍ତାନ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବା ଆବଶ୍ୟକ; ନ ହେଲେ ପ୍ରଭୁଙ୍କ ଆଗମନର ଦିନ ଉପସ୍ଥିତ ହେବ ନାହିଁ। ଏ ସେହି ଅଧର୍ମ ପୁରୁଷ ଯେ ପୂଜିତ କିମ୍ବା ଈଶ୍ବରଙ୍କ ବିରୋଧ କରେ ଏବଂ ସମସ୍ତଙ୍କଠାରୁ ନିଜକୁ ଅଧିକ ପ୍ରଶଂସା କରେ, ଏପରିକି ଈଶ୍ବରଙ୍କ ମନ୍ଦିରରେ ବସି ସେ ଆପଣାକୁ ଈଶ୍ବର ବୋଲି ଦେଖାଏ।
A glória da segunda vinda
Cristo voltará nas nuvens, com poder e grande glória. Os mortos em Cristo ressuscitarão, e os vivos serão arrebatados para encontrá-lo nos ares.
କାରଣ ପ୍ରଭୁ ଆପେ ଆଦେଶ ଦେଇ ପ୍ରଧାନ ଦୂତଙ୍କ ସ୍ୱର ଓ ଈଶ୍ବରଙ୍କ ତୂରୀବାଦ୍ୟ ସହିତ ସ୍ୱର୍ଗରୁ ଅବତରଣ କରିବେ, ସେଥିରେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ଥାଇ ମରିଅଛନ୍ତି, ସେମାନେ ପ୍ରଥମରେ ଉଠିବେ;
ପରେ ଆମ୍ଭେମାନେ ଯେତେ ଲୋକ ଜୀବିତ ରହି ଅବଶିଷ୍ଟ ଥିବୁ, ପ୍ରଭୁଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଆମ୍ଭେମାନେ ସେମାନଙ୍କ ସହ ମେଘମାଳାରେ ଶୂନ୍ୟମଣ୍ଡଳକୁ ନୀତ ହେବୁ; ଏହି ପ୍ରକାରେ ଆମ୍ଭେମାନେ ସର୍ବଦା ପ୍ରଭୁଙ୍କ ସହିତ ରହିବୁ।
"ମାତ୍ର ସେହି ସମୟରେ ସେହି କ୍ଲେଶ ଉତ୍ତାରେ
‘ସୂର୍ଯ୍ୟ ଅନ୍ଧକାରମୟ ହେବ
ଓ ଚନ୍ଦ୍ର ଆଲୋକ ଦେବ ନାହିଁ,
ପୁଣି, ନକ୍ଷତ୍ରମାଳା ଆକାଶରୁ ଖସି ପଡ଼ିବାକୁ ଲାଗିବେ
ଓ ଆକାଶମଣ୍ଡଳସ୍ଥ ଶକ୍ତିସମୂହ ବିଚଳିତ ହେବେ।’
ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମରେ ଓ ମହାମହିମା ସହ ମେଘମାଳାରେ ଆଗମନ କରିବା ଦେଖିବେ। ସେ ସମୟରେ ସେ ଦୂତମାନଙ୍କୁ ପ୍ରେରଣ କରି ପୃଥିବୀର ଶେଷ ସୀମାରୁ ଆକାଶର ଶେଷ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ଆପଣା ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ।"
"ମନୁଷ୍ୟପୁତ୍ର ଯେତେବେଳେ ସମସ୍ତ ଦୂତଙ୍କ ସହିତ ସ୍ୱମହିମାରେ ଆସିବେ, ସେତେବେଳେ ସେ ଆପଣା ଗୌରବମୟ ସିଂହାସନରେ ବସିବେ, ପୁଣି, ତାହାଙ୍କ ଛାମୁରେ ସମସ୍ତ ଜାତି ଏକତ୍ର କରାଯିବେ, ଆଉ ମେଷପାଳକ ଛାଗଠାରୁ ମେଷ ପୃଥକ୍ କରି, ମେଷମାନଙ୍କୁ ଆପଣା ଦକ୍ଷିଣ ପାର୍ଶ୍ୱରେ ଓ ଛାଗମାନଙ୍କୁ ବାମ ପାର୍ଶ୍ୱରେ ରଖିବେ।
ତତ୍ପରେ ମୁଁ ସ୍ୱର୍ଗକୁ ଉନ୍ମୁକ୍ତ ଦେଖିଲି, ଆଉ ଦେଖ, ଗୋଟିଏ ଶ୍ୱେତବର୍ଣ୍ଣ ଅଶ୍ୱ; ତାହାର ଆରୋହୀଙ୍କ ନାମ ବିଶ୍ୱସ୍ତ ଓ ସତ୍ୟ; ନ୍ୟାୟ ରୂପେ ବିଚାର ଓ ଯୁଦ୍ଧ କରନ୍ତି। ତାହାଙ୍କ ଚକ୍ଷୁ ଅଗ୍ନିଶିଖା ସଦୃଶ, ତାହାଙ୍କ ମସ୍ତକରେ ଅନେକ ମୁକୁଟ, ଆଉ ତାହାଙ୍କର ଗୋଟିଏ ନାମ ଲିଖିତ ଅଛି, ସେହି ନାମ ତାହାଙ୍କ ବିନା ଅନ୍ୟ କେହି ଜାଣେ ନାହିଁ। ସେ ରକ୍ତ-ନିମଜ୍ଜିତ ବସ୍ତ୍ର ପରିହିତ, ପୁଣି, ତାହାଙ୍କର ନାମ ଈଶ୍ବରଙ୍କ ବାକ୍ୟ। ସ୍ୱର୍ଗସ୍ଥ ସୈନ୍ୟବାହିନୀ ଶୁଭ୍ର ଓ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ର ପରିହିତ ହୋଇ ଶୁଭ୍ରବର୍ଣ୍ଣ ଅଶ୍ୱମାନଙ୍କ ଉପରେ ଆରୋହଣ କରି ତାହାଙ୍କ ପଶ୍ଚାତ୍ଗମନ କଲେ। ତାହାଙ୍କ ମୁଖରୁ ତୀକ୍ଷ୍ଣ ଖଡ୍ଗ ନିର୍ଗତ ହୁଏ, ତଦ୍ୱାରା ସେ ଜାତିସମୂହକୁ ଆଘାତ କରିବେ; ସେ ସେମାନଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଆଉ ସେ ନିଜେ ସର୍ବଶକ୍ତିମାନ ଈଶ୍ବରଙ୍କ ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାକୁଣ୍ଡ ଚୂର୍ଣ୍ଣ କରିବେ। ତାହାଙ୍କ ବସ୍ତ୍ରରେ, ତାହାଙ୍କ ଜଂଘଭାଗରେ ଏହି ନାମ ଲିଖିତ ଅଛି "ରାଜାମାନଙ୍କ ରାଜା ଓ ପ୍ରଭୁମାନଙ୍କର ପ୍ରଭୁ।"
ଯେଣୁ ଯେ କେହି ମୋହର ଓ ମୋହର ବାକ୍ୟ ବିଷୟରେ ଲଜ୍ଜିତ ହୁଏ, ମନୁଷ୍ୟପୁତ୍ର ଯେତେବେଳେ ଆପଣାର ଓ ପିତାଙ୍କର, ପୁଣି, ପବିତ୍ର ଦୂତମାନଙ୍କର ମହିମାରେ ଆସିବେ, ସେତେବେଳେ ସେ ତାହା ବିଷୟରେ ଲଜ୍ଜା ବୋଧ କରିବେ।
Vivendo na expectativa
A certeza do retorno de Cristo nos chama a viver em santidade, aguardando novos céus e nova terra onde habita a justiça.
କିନ୍ତୁ ହେ ପ୍ରିୟମାନେ, ପ୍ରଭୁଙ୍କ ନିକଟରେ ଗୋଟିଏ ଦିନ ଯେ ସହସ୍ର ବର୍ଷ ତୁଲ୍ୟ ଓ ସହସ୍ର ବର୍ଷ ଯେ ଗୋଟିଏ ଦିନ ତୁଲ୍ୟ, ଏହି ବିଶେଷ ବିଷୟ ତୁମ୍ଭେମାନେ ଭୁଲିଯାଅ ନାହିଁ। ବିଳମ୍ବ ବୋଲି ଯେପରି କେତେକ ଭାବନ୍ତି, ପ୍ରଭୁ ଆପଣା ପ୍ରତିଜ୍ଞା ବିଷୟରେ ସେପରି ବିଳମ୍ବ କରନ୍ତି ନାହିଁ; କିନ୍ତୁ ଯେପରି କେହି ବିନଷ୍ଟ ନ ହୁଅନ୍ତି, ବରଂ ସମସ୍ତେ ମନ-ପରିବର୍ତ୍ତନ କରନ୍ତି, ଏହା ଇଚ୍ଛା କରି ସେ ତୁମ୍ଭମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି। ପ୍ରଭୁଙ୍କ ଦିନ ଚୋରର ପରି ଉପସ୍ଥିତ ହେବ। ସେହି ଦିନ ଆକାଶମଣ୍ଡଳ ମହାଶବ୍ଦ ସହ ଲୋପ ପାଇବ, ପୁଣି, ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ ଏବଂ ପୃଥିବୀ ଓ ତନ୍ମଧ୍ୟସ୍ଥ ମନୁଷ୍ୟକୃତ ବସ୍ତୁସବୁ ଦଗ୍ଧ ହେବ।
ଏହି ସମସ୍ତ ବିଷୟ ଏହି ପ୍ରକାରେ ଲୁପ୍ତ ହେବାରୁ, ଈଶ୍ବରଙ୍କ ଯେଉଁ ଦିନରେ ଆକାଶମଣ୍ଡଳ ଜ୍ୱଳିଉଠି ଲୁପ୍ତ ହେବ ଓ ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ, ସେହି ଈଶ୍ବରଙ୍କ ନ୍ୟାୟବିଚାର ଦିନର ଅପେକ୍ଷା କରି, ତାହା ଯେପରି ଶୀଘ୍ର ଆସିବ, ଏଥିପାଇଁ ତୁମ୍ଭେମାନେ ସଦାଚାରୀ ଓ ଧର୍ମପରାୟଣ ହେବା ଉଚିତ। ଆମ୍ଭେମାନେ ତାହାଙ୍କ ପ୍ରତିଜ୍ଞାନୁସାରେ ଗୋଟିଏ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀର ଅପେକ୍ଷାରେ ଅଛୁ, ଯାହା ଧାର୍ମିକତାର ଆବାସସ୍ଥଳ ହେବ।
ମନୁଷ୍ୟମାନଙ୍କ ନିମନ୍ତେ ଯେପରି ଥରେ ମାତ୍ର ମୃତ୍ୟୁ, ଆଉ, ତାହା ପରେ ବିଚାର ନିରୂପିତ ଅଛି, ସେହିପରି ଖ୍ରୀଷ୍ଟ ମଧ୍ୟ ଅନେକଙ୍କ ପାପ ବହନ କରିବା ନିମନ୍ତେ ଥରେ ମାତ୍ର ଉତ୍ସର୍ଗୀକୃତ ହେଲେ, କିନ୍ତୁ ଦ୍ୱିତୀୟ ଥର ପାପ ସକାଶେ ନୁହେଁ, ବରଂ ଯେଉଁମାନେ ତାହାଙ୍କ ଅପେକ୍ଷାରେ ଅଛନ୍ତି, ସେମାନଙ୍କ ପରିତ୍ରାଣ ନିମନ୍ତେ ଦର୍ଶନ ଦେବେ।