13 ଖ୍ରୀଷ୍ଟ କି ବିଭକ୍ତ ହୋଇଅଛନ୍ତି? ତୁମ୍ଭମାନଙ୍କ ନିମନ୍ତେ କି ପାଉଲ କ୍ରୁଶରେ ହତ ହୋଇଥିଲା? କିମ୍ବା ତୁମ୍ଭେମାନେ କି ପାଉଲ ନାମରେ ବାପ୍ତିଜିତ ହୋଇଥିଲ? 14 କାଳେ ତୁମ୍ଭେମାନେ ମୋହର ନାମରେ ବାପ୍ତିଜିତ ହୋଇଅଛ ବୋଲି କେହି କହିବ, 15 ଏଥିପାଇଁ କ୍ରୀଷ୍ପ ଓ ଗାୟ ବିନା ତୁମ୍ଭମାନଙ୍କ ମଧ୍ୟରେ ଆଉ କାହାରିକୁ ବାପ୍ତିସ୍ମ ଦେଇ ନାହିଁ ବୋଲି ମୁଁ ଈଶ୍ବରଙ୍କୁ ଧନ୍ୟବାଦ ଦିଏ। 16 ଆଉ ସ୍ତିଫାନଙ୍କ ପରିଜନଙ୍କୁ ମଧ୍ୟ ବାପ୍ତିସ୍ମ ଦେଇଅଛି, ଏହା ଛଡ଼ା ମୁଁ ଆଉ କାହାରିକୁ ବାପ୍ତିସ୍ମ ଦେଇଅଛି ବୋଲି ମୋହର ମନେ ପଡ଼ୁ ନାହିଁ। 17 କାରଣ ଖ୍ରୀଷ୍ଟ ମୋତେ ବାପ୍ତିସ୍ମ ଦେବା ନିମନ୍ତେ ପ୍ରେରଣ କରିନାହାଁନ୍ତି, ମାତ୍ର ସୁସମାଚାର ପ୍ରଚାର କରିବା ନିମନ୍ତେ ପ୍ରେରଣ କରିଅଛନ୍ତି; ତାହା ମଧ୍ୟ ବାକ୍ୟ ଆଡ଼ମ୍ବରରେ ନୁହେଁ, କାଳେ କ୍ରୁଶରେ ଖ୍ରୀଷ୍ଟଙ୍କ ମୃତ୍ୟୁ ବ୍ୟର୍ଥ ହୁଏ।
Publicidade
୧ କରିନ୍ଥୀୟ 1
Estes versículos te tocaram? Ore agora!
+581 estão orando agora.
Junte-se à corrente de oração.