20 ଜ୍ଞାନୀ କାହିଁ? ଶାସ୍ତ୍ରୀ କାହିଁ? ଏହି ଯୁଗର ତାର୍କିକ କାହିଁ? ଈଶ୍ବର କି ଜଗତର ଜ୍ଞାନକୁ ମୂର୍ଖତା ବୋଲି ପ୍ରକାଶ କରି ନାହାନ୍ତି? 21 କାରଣ ଈଶ୍ବରଙ୍କ ଜ୍ଞାନ ପ୍ରକାଶିତ ହୋଇଥିଲେ ହେଁ ଜଗତ ନିଜ ଜ୍ଞାନ ଦ୍ୱାରା ଈଶ୍ବରଙ୍କୁ ନ ଜାଣିବାରୁ ପ୍ରଚାରିତ ପ୍ରସଙ୍ଗର ମୂର୍ଖତା ଦ୍ୱାରା ବିଶ୍ଵାସୀମାନଙ୍କୁ ପରିତ୍ରାଣ କରିବା ପାଇଁ ଈଶ୍ବର ସନ୍ତୁଷ୍ଟ ହେଲେ।
Publicidade