16 ଯେଉଁ ଆଶୀର୍ବାଦର ପାତ୍ରକୁ ଆମ୍ଭେମାନେ ଆଶୀର୍ବାଦ କରୁ, ତାହା କି ଖ୍ରୀଷ୍ଟଙ୍କ ରକ୍ତର ସହଭାଗିତା ନୁହେଁ? ଯେଉଁ ରୁଟି ଆମ୍ଭେମାନେ ଭାଙ୍ଗୁ, ତାହା କି ଖ୍ରୀଷ୍ଟଙ୍କ ଶରୀରର ସହଭାଗିତା ନୁହେଁ? 17 କାରଣ ରୁଟି ଏକ ହେବାରୁ ଆମ୍ଭେମାନେ ଅନେକ ହେଲେ ହେଁ ଏକ ଶରୀର ସ୍ୱରୂପ, ଯେଣୁ ଆମ୍ଭେମାନେ ସମସ୍ତେ ସେହି ଏକ ରୁଟିର ଅଂଶୀ। 18 ଶାରୀରିକ ଜନ୍ମାନୁସାରେ ଯେଉଁମାନେ ଇସ୍ରାଏଲ ଲୋକ, ସେମାନଙ୍କୁ ଦେଖ; ଯେଉଁମାନେ ବଳିମାଂସ ଭୋଜନ କରନ୍ତି, ସେମାନେ କି ବେଦିର ସହଭାଗୀ ନୁହଁନ୍ତି?
Publicidade