Pular para o conteúdo
Publicidade

୧ କରିନ୍ଥୀୟ 13:1-7

ପ୍ରେମର ପରିଚୟ

1 ଯଦି ମୁଁ ମନୁଷ୍ୟମାନଙ୍କ ଓ ଦୂତମାନଙ୍କ ଭାଷାରେ କଥା କହେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ ଠଣ୍ ଠଣ୍ ଶବ୍ଦକାରକ ପିତଳ ଘଣ୍ଟା କିମ୍ବା ଝମ୍‍ ଝମ୍‍ ଶବ୍ଦକାରୀ ଝାଞ୍ଜ ସ୍ୱରୂପ ହୋଇଅଛି। 2 ଆଉ, ଯଦି ମୋହର ଭାବବାଣୀ କହିବାର ଶକ୍ତି ଥାଏ ଏବଂ ମୁଁ ସମସ୍ତ ନିଗୂଢ଼ତତ୍ତ୍ୱ ଓ ସମସ୍ତ ଜ୍ଞାନରେ ପାରଦର୍ଶୀ ହୋଇଥାଏ, ପୁଣି, ପର୍ବତକୁ ସ୍ଥାନାନ୍ତର କରିବା ନିମନ୍ତେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଥାଏ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ କିଛି ନୁହେଁ। 3 ପୁଣି, ଯଦି ମୁଁ ଦରିଦ୍ରମାନଙ୍କୁ ଭୋଜନ କରାଇବା ନିମନ୍ତେ ମୋହର ସର୍ବସ୍ୱ ବିତରଣ କରେ, ପୁଣି, ଯଦି ମୁଁ ମୋହର ଶରୀରକୁ ଦଗ୍ଧ ହେବା ନିମନ୍ତେ ସମର୍ପଣ କରେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୋହର କିଛି ଲାଭ ନାହିଁ। 4 ପ୍ରେମ ଦୀର୍ଘସହିଷ୍ଣୁ ପ୍ରେମ ହିତଜନକ, ଈର୍ଷା କରେ ନାହିଁ, ଆତ୍ମବଡ଼ିମା କରେ ନାହିଁ, ଅହଙ୍କାର କରେ ନାହିଁ, 5 ଅନୁଚିତ ବ୍ୟବହାର କରେ ନାହିଁ, ସ୍ୱାର୍ଥ ଚେଷ୍ଟା କରେ ନାହିଁ, ବିରକ୍ତ ହୁଏ ନାହିଁ, ଅପକାର ସ୍ମରଣରେ ରଖେ ନାହିଁ, 6 ଅଧର୍ମରେ ଆନନ୍ଦ କରେ ନାହିଁ, କିନ୍ତୁ ସତ୍ୟରେ ଆନନ୍ଦ କରେ; 7 ସମସ୍ତ ସହ୍ୟ କରେ, ସମସ୍ତ ବିଶ୍ୱାସ କରେ, ସମସ୍ତ ଭରସା କରେ, ସମସ୍ତ ବିଷୟରେ ଧୈର୍ଯ୍ୟ ଧରି ରହେ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.