4 ପ୍ରେମ ଦୀର୍ଘସହିଷ୍ଣୁ ପ୍ରେମ ହିତଜନକ, ଈର୍ଷା କରେ ନାହିଁ, ଆତ୍ମବଡ଼ିମା କରେ ନାହିଁ, ଅହଙ୍କାର କରେ ନାହିଁ, 5 ଅନୁଚିତ ବ୍ୟବହାର କରେ ନାହିଁ, ସ୍ୱାର୍ଥ ଚେଷ୍ଟା କରେ ନାହିଁ, ବିରକ୍ତ ହୁଏ ନାହିଁ, ଅପକାର ସ୍ମରଣରେ ରଖେ ନାହିଁ, 6 ଅଧର୍ମରେ ଆନନ୍ଦ କରେ ନାହିଁ, କିନ୍ତୁ ସତ୍ୟରେ ଆନନ୍ଦ କରେ; 7 ସମସ୍ତ ସହ୍ୟ କରେ, ସମସ୍ତ ବିଶ୍ୱାସ କରେ, ସମସ୍ତ ଭରସା କରେ, ସମସ୍ତ ବିଷୟରେ ଧୈର୍ଯ୍ୟ ଧରି ରହେ। 8 ପ୍ରେମ କଦାପି ଶେଷ ହୁଏ ନାହିଁ; କିନ୍ତୁ ଯଦି ଭାବବାଣୀ ଥାଏ, ତାହା ଲୋପ ହେବ; ଯଦି ପରଭାଷା ଥାଏ, ସେହିସବୁ ନିବୃତ୍ତ ହେବ; ଯଦି ଜ୍ଞାନ ଥାଏ, ତାହା ଲୋପ ହେବ।