3 କାରଣ ଯେଉଁ ଯେଉଁ ଶିକ୍ଷା ମୁଁ ପାଇଥିଲି, ସେଥିମଧ୍ୟରୁ ଏହି ପ୍ରଧାନ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଥିଲି ଯଥା, ଖ୍ରୀଷ୍ଟ ଶାସ୍ତ୍ର ଅନୁସାରେ ଆମ୍ଭମାନଙ୍କ ପାପ ନିମନ୍ତେ ମୃତ୍ୟୁଭୋଗ କଲେ, 4 ସମାଧିପ୍ରାପ୍ତ ହେଲେ, ଶାସ୍ତ୍ର ଅନୁସାରେ ତୃତୀୟ ଦିବସରେ ଉତ୍ଥିତ ହେଲେ; 5 ସେ କୈଫାଙ୍କୁ, ଆଉ, ତାହା ପରେ ଦ୍ୱାଦଶଙ୍କୁ ଦର୍ଶନ ଦେଲେ; 6 ଏଉତ୍ତାରେ ଏକାଥରେ ପାଞ୍ଚ ଶହଠାରୁ ଅଧିକ ଭାଇମାନଙ୍କୁ ଦର୍ଶନ ଦେଲେ; ସେମାନଙ୍କ ମଧ୍ୟରୁ ଅଧିକାଂଶ ଆଜି ପର୍ଯ୍ୟନ୍ତ ଜୀବିତ ଅଛନ୍ତି, କିନ୍ତୁ କେହି କେହି ମହାନିଦ୍ରାପ୍ରାପ୍ତ କରିଅଛନ୍ତି।
Publicidade