11 କାରଣ ମନୁଷ୍ୟର ବିଷୟସବୁ ମନୁଷ୍ୟଠାରେ ଥିବା ଆତ୍ମା ବିନା ଆଉ କିଏ ଜାଣେ? ସେହିପରି ମଧ୍ୟ ଈଶ୍ବରଙ୍କ ବିଷୟସବୁ ଈଶ୍ବରଙ୍କ ଆତ୍ମା ବିନା ଆଉ କେହି ଜାଣେ ନାହିଁ। 12 ଯେପରି ଈଶ୍ବରଙ୍କ ଦ୍ୱାରା ଆମ୍ଭମାନଙ୍କୁ ଅନୁଗ୍ରହରେ ଦିଆଯାଇଥିବା ବିଷୟଗୁଡ଼ିକ ଆମ୍ଭେମାନେ ଜାଣି ପାରୁ, ଏଥିପାଇଁ ଆମ୍ଭେମାନେ ଜଗତର ଆତ୍ମା ନ ପାଇ ଈଶ୍ବରଙ୍କ ଆତ୍ମା ପାଇଅଛୁ। 13 ସେହି ସମସ୍ତ ବିଷୟ ମଧ୍ୟ ଆମ୍ଭେମାନେ ମନୁଷ୍ୟର ଜ୍ଞାନର ଶିକ୍ଷା ଦ୍ୱାରା ବାକ୍ୟରେ କହି ନ ଥାଉ, ମାତ୍ର ଆତ୍ମିକ ବିଷୟସବୁ ଆତ୍ମିକ ବିଷୟ ଦ୍ୱାରା ବୁଝାଇ ଆତ୍ମାଙ୍କ ଦ୍ୱାରା ଶିକ୍ଷିତ ବାକ୍ୟରେ କହିଥାଉ।
Publicidade