15 ତୁମ୍ଭମାନଙ୍କ ଶରୀର ଯେ ଖ୍ରୀଷ୍ଟଙ୍କ ଅଙ୍ଗ ସ୍ୱରୂପ, ଏହା କି ଜାଣ ନାହିଁ? ତେବେ ମୁଁ କଅଣ ଖ୍ରୀଷ୍ଟଙ୍କ ଅଙ୍ଗ ଘେନିଯାଇ ବେଶ୍ୟାର ଅଙ୍ଗ କରିବି? ତାହା କେବେ ହେଁ ନ ହେଉ। 16 କିମ୍ବା ଯେ ବେଶ୍ୟା ସହିତ ସଂଯୁକ୍ତ ହୁଏ, ସେ ତାହା ସହିତ ଏକ ଶରୀର ହୁଏ, ଏହା କି ତୁମ୍ଭେମାନେ ଜାଣ ନାହିଁ? କାରଣ ଉକ୍ତ ଅଛି, "ସେ ଦୁହେଁ ଏକାଙ୍ଗ ହେବେ।" 17 କିନ୍ତୁ ଯେ ପ୍ରଭୁଙ୍କ ସହିତ ସଂଯୁକ୍ତ ହୁଏ, ସେ ତାହାଙ୍କ ସହିତ ଏକ ଆତ୍ମା ହୁଏ।
Publicidade
Publicidade