10 କିନ୍ତୁ ବିବାହିତମାନଙ୍କୁ ମୁଁ ଆଜ୍ଞା ଦିଏ, ମୁଁ ନୁହେଁ, ମାତ୍ର ପ୍ରଭୁ ଆଜ୍ଞା ଦିଅନ୍ତି, ଭାର୍ଯ୍ୟା ଆପଣା ସ୍ୱାମୀକୁ ପରିତ୍ୟାଗ ନ କରୁ, 11 (କିନ୍ତୁ ଯଦି ସେ ସ୍ୱାମୀଠାରୁ ପୃଥକ୍ ହୁଏ, ତେବେ ସେ ଆଉ ବିବାହ ନ କରୁ, ଅଥବା ଆପଣା ସ୍ୱାମୀ ସହିତ ମିଳିତ ହେଉ), ପୁଣି, ସ୍ୱାମୀ ଆପଣା ଭାର୍ଯ୍ୟାକୁ ପରିତ୍ୟାଗ ନ କରୁ। 12 କିନ୍ତୁ ଅନ୍ୟ ସମସ୍ତଙ୍କୁ ମୁଁ କହେ (ପ୍ରଭୁ କହନ୍ତି ନାହିଁ), ଯଦି କୌଣସି ଭାଇର ଅବିଶ୍ୱାସିନୀ ଭାର୍ଯ୍ୟା ଥାଏ, ଆଉ ସେ ତାହାର ସହିତ ବାସ କରିବାକୁ ସମ୍ମତ ହୁଏ, ତାହାହେଲେ ସେ ତାହାକୁ ପରିତ୍ୟାଗ ନ କରୁ।
Publicidade