12 କିନ୍ତୁ ଅନ୍ୟ ସମସ୍ତଙ୍କୁ ମୁଁ କହେ (ପ୍ରଭୁ କହନ୍ତି ନାହିଁ), ଯଦି କୌଣସି ଭାଇର ଅବିଶ୍ୱାସିନୀ ଭାର୍ଯ୍ୟା ଥାଏ, ଆଉ ସେ ତାହାର ସହିତ ବାସ କରିବାକୁ ସମ୍ମତ ହୁଏ, ତାହାହେଲେ ସେ ତାହାକୁ ପରିତ୍ୟାଗ ନ କରୁ। 13 ପୁଣି, ଯେଉଁ ସ୍ତ୍ରୀର ଅବିଶ୍ୱାସୀ ସ୍ୱାମୀ ଥାଏ, ଆଉ ସେ ତାହାର ସହିତ ବାସ କରିବାକୁ ସମ୍ମତ ହୁଏ, ସେ ଆପଣା ସ୍ୱାମୀକୁ ପରିତ୍ୟାଗ ନ କରୁ। 14 କାରଣ ଅବିଶ୍ୱାସୀ ସ୍ୱାମୀ ବିଶ୍ୱାସୀ ଭାର୍ଯ୍ୟା ହେତୁ ପବିତ୍ର କରାଯାଇଅଛି, ଆଉ ଅବିଶ୍ୱାସିନୀ ଭାର୍ଯ୍ୟା ବିଶ୍ୱାସୀ ସ୍ୱାମୀ ହେତୁ ପବିତ୍ର କରାଯାଇଅଛି; ତାହା ନ ହେଲେ ତୁମ୍ଭମାନଙ୍କ ସନ୍ତାନମାନେ ଅଶୁଚି ହୁଅନ୍ତେ, କିନ୍ତୁ ଏବେ ସେମାନେ ପବିତ୍ର। 15 ତଥାପି ଯଦି ଅବିଶ୍ୱାସୀ ପୃଥକ୍ ହେବାକୁ ଇଚ୍ଛା କରେ, ତେବେ ସେ ପୃଥକ୍ ହେଉ; ଏପରି ସ୍ଥଳେ ସେହି ଭାଇ ବା ଭଉଣୀ ଆବଦ୍ଧ ନୁହଁନ୍ତି; ଈଶ୍ବର ତୁମ୍ଭମାନଙ୍କୁ ଶାନ୍ତିରେ ଆଚରଣ କରିବାକୁ ଆହ୍ୱାନ କରିଅଛନ୍ତି। 16 ଯେଣୁ ହେ ସ୍ତ୍ରୀ, ତୁମ୍ଭେ ଯେ ଆପଣା ସ୍ୱାମୀର ପରିତ୍ରାଣର କାରଣ ହେବ, ଏହା କଅଣ ଜାଣ? କିମ୍ବା ହେ ସ୍ୱାମୀ, ତୁମ୍ଭେ ଯେ ଆପଣା ଭାର୍ଯ୍ୟାର ପରିତ୍ରାଣର କାରଣ ହେବ, ଏହା କଅଣ ଜାଣ?
Publicidade