32 କିନ୍ତୁ ତୁମ୍ଭେମାନେ ଯେପରି ଚିନ୍ତିତ ନ ହୁଅ, ଏହା ମୋହର ଇଚ୍ଛା। ଯେ ଅବିବାହିତ, ସେ କିପରି ପ୍ରଭୁଙ୍କର ସନ୍ତୋଷପାତ୍ର ହେବ, ଏଥିପାଇଁ ପ୍ରଭୁଙ୍କ ବିଷୟ ଘେନି ଚିନ୍ତିତ ହୁଏ; 33 କିନ୍ତୁ ଯେ ବିବାହିତ, ସେ କିପରି ଆପଣା ଭାର୍ଯ୍ୟାର ସନ୍ତୋଷପାତ୍ର ହେବ, ସେଥିପାଇଁ ସେ ସଂସାର ବିଷୟ ଘେନି ଚିନ୍ତିତ ହୁଏ, ଆଉ ତାହାର ମନ ବିଭକ୍ତ ହୁଏ। 34 ଅବିବାହିତ ସ୍ତ୍ରୀ ଓ କୁମାରୀ ଶରୀର ଓ ଆତ୍ମାରେ ପବିତ୍ର ହେବା ନିମନ୍ତେ ପ୍ରଭୁଙ୍କ ବିଷୟ ଘେନି ଚିନ୍ତିତ ହୁଅନ୍ତି; କିନ୍ତୁ ଯେ ବିବାହିତା, ସେ କିପରି ଆପଣା ସ୍ୱାମୀର ସନ୍ତୋଷପାତ୍ର ହେବ, ସେଥିପାଇଁ ସଂସାର ବିଷୟ ଘେନି ଚିନ୍ତିତ ହୁଏ। 35 ଏହି କଥା ମୁଁ ତୁମ୍ଭମାନଙ୍କ ନିଜ ହିତ ନିମନ୍ତେ କହୁଅଛି, ତୁମ୍ଭମାନଙ୍କୁ ବନ୍ଧନରେ ଆବଦ୍ଧ କରିବାକୁ କହୁ ନାହିଁ, ମାତ୍ର ତୁମ୍ଭେମାନେ ଯେପରି ଶିଷ୍ଟାଚରଣ କରି ଏକାଗ୍ର ମନରେ ପ୍ରଭୁଙ୍କଠାରେ ନିବିଷ୍ଟ ଥାଅ, ଏଥିପାଇଁ କହୁଅଛି।
Publicidade