Pular para o conteúdo
Publicidade

୧ କରିନ୍ଥୀୟ 8:10-13

10 କାରଣ ଜ୍ଞାନୀ ଯେ ତୁମ୍ଭେ, ତୁମ୍ଭକୁ ଯଦି କେହି ପ୍ରତିମାର ମନ୍ଦିରରେ ଭୋଜନରେ ବସିବାର ଦେଖେ, ତେବେ ସେ ଦୁର୍ବଳ ହୋଇଥିଲେ ତାହାର ବିବେକ କଅଣ ଦେବପ୍ରସାଦ ଭୋଜନ କରିବାକୁ ସାହସିକ ହେବ ନାହିଁ? 11 ଏଣୁ ଯେଉଁ ଦୁର୍ବଳ ଭ୍ରାତା ନିମନ୍ତେ ଖ୍ରୀଷ୍ଟ ମୃତ୍ୟୁଭୋଗ କଲେ, ସେ ତୁମ୍ଭ ଜ୍ଞାନ ଦ୍ୱାରା ନଷ୍ଟ ହେଉଅଛି। 12 ଏହି ପ୍ରକାରେ ଭାଇମାନଙ୍କ ବିରୁଦ୍ଧରେ ପାପ କରି ଓ ସେମାନଙ୍କ ଦୁର୍ବଳ ବିବେକକୁ ଆଘାତ କରି ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବିରୁଦ୍ଧରେ ପାପ କରୁଅଛ। 13 ଅତଏବ ଯଦି ଖାଦ୍ୟଦ୍ରବ୍ୟ ମୋହର ଭାଇର ବିଘ୍ନର କାରଣ ହୁଏ, ତେବେ ମୋହର ଭାଇ ଯେପରି ମୋʼ ଦ୍ୱାରା ବିଘ୍ନ ନ ପାଏ, ଏଥିପାଇଁ ମୁଁ କଦାପି ମାଂସ ଖାଇବି ନାହିଁ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.