Pular para o conteúdo
Publicidade

ପ୍ରଥମ ବଂଶାବଳୀ 29:11,12,14,15

11 ହେ ସଦାପ୍ରଭୋ, ମହତ୍ତ୍ୱ, ପରାକ୍ରମ, ଶୋଭା, ଜୟ ଓ ପ୍ରତାପ ତୁମ୍ଭର; କାରଣ, ସ୍ୱର୍ଗ ଓ ପୃଥିବୀରେ ଥିବା ସମସ୍ତ ବିଷୟ ତୁମ୍ଭର; ହେ ସଦାପ୍ରଭୋ, ରାଜ୍ୟ ତୁମ୍ଭର ଓ ତୁମ୍ଭେ ସକଳର ଉପରେ ମସ୍ତକ ରୂପେ ଉନ୍ନତ ଅଟ। 12 ତୁମ୍ଭଠାରୁ ଧନ ଓ ସମ୍ଭ୍ରମ ଆସେ, ଆଉ ତୁମ୍ଭେ ସମସ୍ତଙ୍କ ଉପରେ କର୍ତ୍ତୃତ୍ୱ କରୁଅଛ; ବଳ ଓ ପରାକ୍ରମ ତୁମ୍ଭ ହସ୍ତରେ ଅଛି; ପୁଣି, ମହାନ କରିବାର ଓ ସମସ୍ତଙ୍କୁ ବଳ ଦେବାର ତୁମ୍ଭର ହସ୍ତାଧୀନ ଅଟେ।

14 ମାତ୍ର, ମୁଁ କିଏ ଓ ମୋହର ଲୋକମାନେ କିଏ ଯେ, ଆମ୍ଭେମାନେ ଏପରି ସ୍ୱେଚ୍ଛାପୂର୍ବକ ଏପ୍ରକାର ଦାନ କରିବାକୁ ସମର୍ଥ ହେବୁ? କାରଣ, ସମଗ୍ର ବିଷୟ ତୁମ୍ଭଠାରୁ ଆସେ ଓ ତୁମ୍ଭ ନିଜ ପଦାର୍ଥରୁ ଆମ୍ଭେମାନେ ତୁମ୍ଭକୁ ଦେଇଅଛୁ। 15 କାରଣ, ଆମ୍ଭେମାନେ ଆପଣାମାନଙ୍କ ସମସ୍ତ ପୂର୍ବପୁରୁଷ ତୁଲ୍ୟ ତୁମ୍ଭ ସମ୍ମୁଖରେ ବିଦେଶୀ ଓ ପ୍ରବାସୀ; ପୃଥିବୀରେ ଆମ୍ଭମାନଙ୍କ ଦିନ ଛାୟା ତୁଲ୍ୟ ଓ ସ୍ଥାୟିତ୍ୱ କିଛି ନାହିଁ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.