14 ବତ୍ସଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି,
କାରଣ ତୁମ୍ଭେମାନେ ପିତାଙ୍କୁ ଜାଣିଅଛ।
ହେ ପିତୃଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି,
କାରଣ ଯେ ଆଦ୍ୟରୁ ଅଛନ୍ତି, ତାହାଙ୍କୁ ତୁମ୍ଭେମାନେ ଜାଣିଅଛ।
ହେ ଯୁବକମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି,
କାରଣ ତୁମ୍ଭେମାନେ ବଳବାନ,
ପୁଣି, ଈଶ୍ବରଙ୍କ ବାକ୍ୟ ତୁମ୍ଭମାନଙ୍କଠାରେ ଅଛି
ଓ ତୁମ୍ଭେମାନେ ପାପାତ୍ମାକୁ ଜୟ କରିଅଛ।