ସଂସାରର ପ୍ରେମ ଅସାର
15 ସଂସାର କିଅବା ସେଥିରେ ଥିବା ବିଷୟ ସବୁକୁ ପ୍ରେମ ନ କର। କେହି ଯଦି ସଂସାରକୁ ପ୍ରେମ କରେ, ପିତାଙ୍କ ପ୍ରେମ ତାହାଠାରେ ନାହିଁ; 16 କାରଣ ଶାରୀରିକ ଅଭିଳାଷ, ଚକ୍ଷୁର ଅଭିଳାଷ ଓ ଲୌକିକ ଗର୍ବ, ସଂସାରରେ ଥିବା ଏହି ସମସ୍ତ ବିଷୟ ପିତାଙ୍କଠାରୁ ନୁହେଁ, ମାତ୍ର ସଂସାରରୁ ଉତ୍ପନ୍ନ ହୋଇଥାଏ। 17 ପୁଣି, ସଂସାର ଓ ସେଥିର ଅଭିଳାଷ ଅନିତ୍ୟ, ମାତ୍ର ଯେ ଈଶ୍ବରଙ୍କ ଇଚ୍ଛା ପାଳନ କରେ, ସେ ନିତ୍ୟସ୍ଥାୟୀ।