16 ସେ ଆମ୍ଭମାନଙ୍କ ନିମନ୍ତେ ଆପଣା ପ୍ରାଣ ଦାନ କରିବା ଦ୍ୱାରା ଆମ୍ଭେମାନେ ପ୍ରେମର ପରିଚୟ ପାଇଅଛୁ; ପୁଣି, ଭାଇମାନଙ୍କ ନିମନ୍ତେ ଆମ୍ଭମାନଙ୍କର ମଧ୍ୟ ପ୍ରାଣ ଦାନ କରିବା ଉଚିତ। 17 କିନ୍ତୁ ଯେ ସଂସାର ଅନୁସାରେ ଧନଶାଳୀ ହୋଇ ଆପଣା ଭାଇକୁ ଅଭାବଗ୍ରସ୍ତ ଦେଖିଲେ ହେଁ ତାହା ପ୍ରତି ଆପଣା ଦୟା ରୁଦ୍ଧ କରେ, ତାହାଠାରେ ଈଶ୍ବରଙ୍କ ପ୍ରେମ କିପରି ରହିପାରେ? 18 ହେ ବତ୍ସଗଣ, ଆସ, ଆମ୍ଭେମାନେ ବାକ୍ୟରେ କି ଜିହ୍ୱାରେ ପ୍ରେମ ନ କରି କାର୍ଯ୍ୟରେ ଓ ସତ୍ୟରେ ପ୍ରେମ କରୁ।