21 ହେ ପ୍ରିୟମାନେ, ଆମ୍ଭମାନଙ୍କ ହୃଦୟ ଯଦି ଆମ୍ଭମାନଙ୍କୁ ଦୋଷୀ ନ କରେ, ତାହାହେଲେ ଈଶ୍ବରଙ୍କ ଛାମୁରେ ଆମ୍ଭମାନଙ୍କର ସାହସ ଅଛି, 22 ପୁଣି, ଆମ୍ଭେମାନେ ଯାହା ଯାହା ମାଗୁ, ସେହିସବୁ ତାହାଙ୍କଠାରୁ ପାଇଥାଉ, କାରଣ ଆମ୍ଭେମାନେ ତାହାଙ୍କର ଆଜ୍ଞା ପାଳନ କରୁ, ପୁଣି, ତାହାଙ୍କର ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା କରିଥାଉ।