15 ଯେ କେହି ଯୀଶୁଙ୍କୁ ଈଶ୍ବରଙ୍କ ପୁତ୍ର ବୋଲି ସ୍ୱୀକାର କରେ, ଈଶ୍ବର ତାହାଠାରେ ଅଛନ୍ତି ଓ ସେ ଈଶ୍ବରଙ୍କଠାରେ ଅଛି। 16 ପୁଣି, ଆମ୍ଭମାନଙ୍କ ପ୍ରତି ଈଶ୍ବରଙ୍କର ଯେଉଁ ପ୍ରେମ ଅଛି, ତାହା ଆମ୍ଭେମାନେ ଜାଣିଅଛୁ ଓ ବିଶ୍ୱାସ କରିଅଛୁ। ଈଶ୍ବର ତ ପ୍ରେମ; ଯେ ପ୍ରେମରେ ରହେ, ସେ ଈଶ୍ବରଙ୍କଠାରେ ରହେ ଓ ଈଶ୍ବର ତାହାଠାରେ ରହନ୍ତି।