16 ପୁଣି, ଆମ୍ଭମାନଙ୍କ ପ୍ରତି ଈଶ୍ବରଙ୍କର ଯେଉଁ ପ୍ରେମ ଅଛି, ତାହା ଆମ୍ଭେମାନେ ଜାଣିଅଛୁ ଓ ବିଶ୍ୱାସ କରିଅଛୁ। ଈଶ୍ବର ତ ପ୍ରେମ; ଯେ ପ୍ରେମରେ ରହେ, ସେ ଈଶ୍ବରଙ୍କଠାରେ ରହେ ଓ ଈଶ୍ବର ତାହାଠାରେ ରହନ୍ତି। 17 ଏଥିରେ ପ୍ରେମ ଆମ୍ଭମାନଙ୍କ ମଧ୍ୟରେ ସିଦ୍ଧ ହୋଇଅଛି ଯେ, ବିଚାର ଦିନରେ ଆମ୍ଭେମାନେ ସାହସ ପ୍ରାପ୍ତ ହେବୁ, କାରଣ ସେ ଯେପରି ଅଛନ୍ତି, ଆମ୍ଭେମାନେ ମଧ୍ୟ ଏହି ଜଗତରେ ସେହିପରି ଅଛୁ। 18 ପ୍ରେମରେ ଭୟ ନ ଥାଏ, କିନ୍ତୁ ସିଦ୍ଧ ପ୍ରେମ ଭୟକୁ ଦୂର କରେ, କାରଣ ଭୟ ଦଣ୍ଡ ସହିତ ସଂଯୁକ୍ତ, ଆଉ ଯେ ଭୟ କରେ, ସେ ପ୍ରେମରେ ସିଦ୍ଧ ନୁହେଁ।