19 ସେ ପ୍ରଥମରେ ଆମ୍ଭମାନଙ୍କୁ ପ୍ରେମ କରିବାରୁ ଆମ୍ଭେମାନେ ପ୍ରେମ କରୁ। 20 ଈଶ୍ବରଙ୍କୁ ପ୍ରେମ କରୁଅଛି ବୋଲି କହି ଯଦି କେହି ଆପଣା ଭାଇକୁ ଘୃଣା କରେ, ତାହାହେଲେ ସେ ମିଥ୍ୟାବାଦୀ, ଯେଣୁ ଯେଉଁ ଭାଇକୁ ଦେଖିଅଛି, ଯଦି ତାହାକୁ କେହି ପ୍ରେମ ନ କରେ, ତାହାହେଲେ ଯେଉଁ ଈଶ୍ବରଙ୍କୁ ସେ ଦେଖି ନାହିଁ, ତାହାଙ୍କୁ ପ୍ରେମ କରିପାରେ ନାହିଁ।